ସୁପ୍ରିମକୋର୍ଟରେ ମୁଖ୍ୟ ବିଚାରପତିଙ୍କ ଦ୍ୱାରା ପୁରସ୍କୃତ ହେଲେ ଓଡ଼ିଆ ଝିଅ ଜାଗୃତି

ପାଇକମାଳ,୨।୫(ବଡ ଶତପଥୀ) : ସୁପ୍ରିମକୋର୍ଟରେ ଜାତୀୟ ଆଇନଗତ ସେବା ପ୍ରାଧିକରଣ ଆନୁକୁଲ୍ୟରେ କ୍ରାନ୍ତିଜ୍ୟୋତି ସାବିତ୍ରୀବାଇ ଫୁଲେଙ୍କ ଜନ୍ମବାର୍ଷିକୀ ପାଳନ ଅବସରରେ ଜାତୀୟ ରିଲ ଏବଂ କ୍ଷୁଦ୍ର ଚଳଚ୍ଚିତ୍ର ପ୍ରତିଯୋଗିତାରେ ବରଗଡ଼ ଜିଲା ପାଇକମାଳ ବ୍ଳକ ଜାମସେଠ ଗାଁର  ଝିଅ ଜାଗୃତି ମାଝୀ ସର୍ବଭାରତୀୟସ୍ତରରେ ରନର୍ସ(ଦିତୀୟ) ସ୍ଥାନ ହାସଲ କରି ପୁରସ୍କୃତ ହୋଇଛନ୍ତି। ଏହି ଅବସରରେ ଭୁବନେଶ୍ବର ଉତ୍କଳ ବିଶ୍ବବିଦ୍ୟାଳୟରେ ଆଇନ ପାଠ ପଢୁଥିବା ଜାଗୃତିଙ୍କ ସହିତ ସାନିଆ ଖାଁ, ଆଦ୍ୟା ଦେବପ୍ରଜ୍ଞା ପଟ୍ଟନାୟକ ଓ ସ୍ମୃତିଶିଖା ସାହୁଙ୍କୁ ମଧ୍ୟ ପୁରସ୍କୃତ କରାଯାଇଥିଲା।
କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି ସଞ୍ଜୀବ ଖାନ୍ନା ଓ ସମ୍ମାନିତ ଅତିଥି ଭାବରେ ସୁପ୍ରିମକୋର୍ଟ ବିଚାରପତି ତଥା ନାଲସା କାର୍ଯ୍ୟନିର୍ବାହୀ ଅଧ୍ୟକ୍ଷ ବି.ଆର୍‌ ଗଭାଇ (ଚୟନୀତ) ସୁପ୍ରିମ କୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ତଥା ଏସ୍‌ସିଏଲ୍‌ଏସ୍‌ସି ଅଧ୍ୟକ୍ଷ ସୂର୍ଯ୍ୟକାନ୍ତ, ଭାରତ ସରକାରଙ୍କ ଆଟୋର୍ନୀ ଜେନେରାଲ, ଡେପୁଟି ଆଟୋର୍ନୀ ଜେନେରାଲ୍‌, ଲ ସେକ୍ରେଟାରୀ (ଭାରତ ସରକାର) ଓ  ସୁପ୍ରିମକୋର୍ଟ ବିଚାରପତି ତଥା ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ।
ସୂଚନାଯୋଗ୍ୟ, ଜାଗୃତି ପାଇକମାଳ ବ୍ଳକ ଜାମସେଠ ଗାଁର ପ୍ରଦୀପ ମାଝୀ ଓ ବାସନ୍ତୀ ମାଝୀଙ୍କ ଝିଅ ଅଟନ୍ତି। ସେ ପିଲାଦିନରୁ ଜଣେ ମେଧାବୀ ଛାତ୍ରୀ ଅଟନ୍ତି। ଭବାନୀପାଟଣା ପ୍ରଗତି ବିଦ୍ୟାଳୟରେ ମାଟ୍ରିକ ପାସ କରିବା ପରେ ବରଗଡ଼ ବିକାଶ କଲେଜରେ ଯୁକ୍ତ ଦୁଇ ପାସ କରିଥିଲେ। ଏହାପରେ ଭୁବନେଶ୍ୱର ଉତ୍କଳ ବିଶ୍ବବିଦ୍ୟାଳୟରେ ଇନଟ୍ରିଗେଟେଡ୍‌ ଲ’ ପାଠ ପଢୁଛନ୍ତି। ତାଙ୍କ ବାପା ଇଣ୍ଡିଆନ ବ୍ୟାଙ୍କରେ ସିନିୟର୍‌ ମ୍ୟାନେଜର ଥିବା ବେଳେ ମା ବାସନ୍ତୀ ଗୃହିଣୀ ଅଟନ୍ତି। ଜାଗୃତି ମାଝୀଙ୍କ ସଫଳତାକୁ ନେଇ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟୁଛି।

Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri