ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଚାଲିଗଲା ଓଡ଼ିଆ ଯୁବତୀଙ୍କ ଜୀବନ

ହାଇଦ୍ରାବାଦ,୨୧।୮: ହାଇଦ୍ରାବାଦରେ ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଜଣେ ଓଡ଼ିଆ ଯୁବତୀଙ୍କ ମୃତ୍ୟୁ ଘଟିଛି। ରାସ୍ତା ପାର୍‌ ବେଳେ ଏମ୍‌ପି ପୁଅଙ୍କ ଏକ ବିଳାସପୂର୍ଣ୍ଣ କାର୍‌ ଯୁବତୀଙ୍କୁ ଧକ୍କା ଦେଇଥିଲ। ଫଳରେ ସେ ଗୁରୁତର ଆହତ ହୋଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ହସ୍ପିଟାଲ ନେଇଥିଲେ ଏମ୍‌ପିଙ୍କ ପୁଅ। ହେଲେ ସେଠାରେ ଡାକ୍ତର ଯୁବତୀଙ୍କୁ ମୃତ ଘୋଷଣା କରିଥିଲେ।

ମିଳିଥିବା ସୂଚନା ମୁତାବକ, ଯୁବତୀ ଜଣକ ହାଇଦ୍ରାବାଦର ଏକ ମଲ୍‌ରେ କାମ କରୁଥିଲେ। ମଲ୍‌ କର୍ତ୍ତୃପକ୍ଷଙ୍କ ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ମାମଲା ରୁଜୁ କରି ଦୁର୍ଘଟଣାଗ୍ରସ୍ତ କାର୍‌କୁ ଜବତ କରିଛି। ଅନ୍ୟପକ୍ଷେ ଅଭିଯୁକ୍ତଙ୍କ ରକ୍ତ ନମୁନା FSLକୁ ପଠାଯାଇଛି।

ଅନ୍ୟପକ୍ଷେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି ନ ଥିବା ଜଣାପଡିଛି। ଦୁର୍ଘଟଣା ଘଟାଇଥିବା ଯୁବକ ଜଣକ ଜନସେନା ସାଂସଦଙ୍କ ପୁଅ ବୋଲି ସୂଚନା ମିଳିଛି।

Share