ପ୍ରଧାନମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କରିବେ ଓଡ଼ିଆ ଝିଅ ପ୍ରିୟାଂଶୀ

ଗଞ୍ଜାମ,୨୬ା୧୨(ବିଦ୍ୟାଧର ସାହୁ): ବିକଶିତ ଭାରତ ୟଙ୍ଗ୍‌ ଲିଡରସ ଡାଏଲଗ ୨୦୨୬ର ଷ୍ଟେଟ୍‌ ଚାମ୍ପିଅନ ଭାବେ ଗଞ୍ଜାମ ଜିଲା ହୁମା ଗ୍ରାମର ଓଡ଼ିଆ ଝିଅ ପ୍ରିୟାଂଶୀ ବିଶ୍ୱାଳ ମନୋନୀତ ହୋଇଛନ୍ତି। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଖୁସିର ଲହରି ଖେଳିଯାଇଛି। ତାଙ୍କର ଏହି ସଫଳତା ପାଇଁ ବିଭିନ୍ନ ମହଲ ତଥା ବନ୍ଧୁ ବାନ୍ଧବ ସମେତ ପରିବାର ପକ୍ଷରୁ ଶୁଭେଚ୍ଛା ଜଣାଇଛନ୍ତି। ସେ ହେଉଛନ୍ତି ହୁମା ଗ୍ରାମର କାମେଶ୍ୱର ବିଶ୍ୱାଳ ଏବଂ ମା’ ସଂଗୀତା ବିଶ୍ୱାଳଙ୍କ ଝିଅ।

ସେ ଯାଜପୁର ଜିଲାରେ ଯୁକ୍ତ ଦୁଇରେ ଷ୍ଟେଟ୍‌ ଜାଭିଅର ସ୍କୁଲରେ ଅଧ୍ୟୟନ କରୁଛନ୍ତି। ଆଗାମୀ ଜାନୁଆରୀ ୧୦ରୁ ୧୨ ତାରିଖରେ ହେବାକୁ ଥିବା କାର୍ଯ୍ୟକ୍ରମରେ ମାନ୍ୟବର ପ୍ରଧାନମନ୍ତ୍ରୀଙ୍କଠାରୁ ନୂଆଦିଲ୍ଲୀର ଭାରତ ମଣ୍ଡପରେ ପୁରସ୍କାର ଗ୍ରହଣ କରିବେ। ସେହିପରି ପ୍ରିୟାଂଶୀ ଅନ୍ୟାନ୍ୟ କ୍ଷେତ୍ରରେ ମଧ୍ୟ ସଫଳତା ପାଇଛି। କୋଣାର୍କ ନୃତ୍ୟ ଉତ୍ସବରେ ଓଡ଼ିଶୀ ନୃତ୍ୟରେ ଉତ୍କଳ ଶ୍ରୀ ସମ୍ମାନ ପାଇଛନ୍ତି। ସ୍ବଚ୍ଛ ଭାରତରେ ଅଲ୍‌ ଇଣ୍ଡିଆ ପ୍ରବନ୍ଧ ପ୍ରତିଯୋଗିତାରେ ପ୍ରଥମ, ଓଡ଼ିଶା ସ୍କାଉଟ୍‌ ଗାଇଡ୍‌ରେ ରାଜ୍ୟ ସ୍ତରରେ ପୁରସ୍କାର ପାଇଛନ୍ତି। ଆଗାମୀ ଦିନରେ ଆହୁରି ବିଭିନ୍ନ କ୍ଷେତ୍ରରେ ସେ ଆଗକୁ ଯିବେ ବୋଲି ତାଙ୍କ ପରିବାର ପକ୍ଷରୁ ଆଶା ରଖିଛନ୍ତି ବାପା ଓ ମା’ ବୋଲି କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ଏନଏସି ହେବ ମ୍ୟୁନିସିପାଲଟି, ଜିଲା  ସଦର ମହକୁମାକୁ ନୂଆବର୍ଷର ଭେଟି 

ଛତ୍ରପୁର,୨୮।୧୨: ପ୍ରଥମ ପର୍ଯ୍ୟାୟରେ ଗଞ୍ଜାମ ଜିଲାର ଭଞ୍ଜନଗର, ପୋଲସରା ଓ କବିସୂର୍ଯ୍ୟନଗର ଏନ୍‌ଏସିକୁ ମ୍ୟୁନିସିପାଲଟି ମାନ୍ୟତା ଦିଆଯାଇଥିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଯାହାକି ଗଞ୍ଜାମ...

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri