ପ୍ରଧାନମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କରିବେ ଓଡ଼ିଆ ଝିଅ ପ୍ରିୟାଂଶୀ

ଗଞ୍ଜାମ,୨୬ା୧୨(ବିଦ୍ୟାଧର ସାହୁ): ବିକଶିତ ଭାରତ ୟଙ୍ଗ୍‌ ଲିଡରସ ଡାଏଲଗ ୨୦୨୬ର ଷ୍ଟେଟ୍‌ ଚାମ୍ପିଅନ ଭାବେ ଗଞ୍ଜାମ ଜିଲା ହୁମା ଗ୍ରାମର ଓଡ଼ିଆ ଝିଅ ପ୍ରିୟାଂଶୀ ବିଶ୍ୱାଳ ମନୋନୀତ ହୋଇଛନ୍ତି। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଖୁସିର ଲହରି ଖେଳିଯାଇଛି। ତାଙ୍କର ଏହି ସଫଳତା ପାଇଁ ବିଭିନ୍ନ ମହଲ ତଥା ବନ୍ଧୁ ବାନ୍ଧବ ସମେତ ପରିବାର ପକ୍ଷରୁ ଶୁଭେଚ୍ଛା ଜଣାଇଛନ୍ତି। ସେ ହେଉଛନ୍ତି ହୁମା ଗ୍ରାମର କାମେଶ୍ୱର ବିଶ୍ୱାଳ ଏବଂ ମା’ ସଂଗୀତା ବିଶ୍ୱାଳଙ୍କ ଝିଅ।

ସେ ଯାଜପୁର ଜିଲାରେ ଯୁକ୍ତ ଦୁଇରେ ଷ୍ଟେଟ୍‌ ଜାଭିଅର ସ୍କୁଲରେ ଅଧ୍ୟୟନ କରୁଛନ୍ତି। ଆଗାମୀ ଜାନୁଆରୀ ୧୦ରୁ ୧୨ ତାରିଖରେ ହେବାକୁ ଥିବା କାର୍ଯ୍ୟକ୍ରମରେ ମାନ୍ୟବର ପ୍ରଧାନମନ୍ତ୍ରୀଙ୍କଠାରୁ ନୂଆଦିଲ୍ଲୀର ଭାରତ ମଣ୍ଡପରେ ପୁରସ୍କାର ଗ୍ରହଣ କରିବେ। ସେହିପରି ପ୍ରିୟାଂଶୀ ଅନ୍ୟାନ୍ୟ କ୍ଷେତ୍ରରେ ମଧ୍ୟ ସଫଳତା ପାଇଛି। କୋଣାର୍କ ନୃତ୍ୟ ଉତ୍ସବରେ ଓଡ଼ିଶୀ ନୃତ୍ୟରେ ଉତ୍କଳ ଶ୍ରୀ ସମ୍ମାନ ପାଇଛନ୍ତି। ସ୍ବଚ୍ଛ ଭାରତରେ ଅଲ୍‌ ଇଣ୍ଡିଆ ପ୍ରବନ୍ଧ ପ୍ରତିଯୋଗିତାରେ ପ୍ରଥମ, ଓଡ଼ିଶା ସ୍କାଉଟ୍‌ ଗାଇଡ୍‌ରେ ରାଜ୍ୟ ସ୍ତରରେ ପୁରସ୍କାର ପାଇଛନ୍ତି। ଆଗାମୀ ଦିନରେ ଆହୁରି ବିଭିନ୍ନ କ୍ଷେତ୍ରରେ ସେ ଆଗକୁ ଯିବେ ବୋଲି ତାଙ୍କ ପରିବାର ପକ୍ଷରୁ ଆଶା ରଖିଛନ୍ତି ବାପା ଓ ମା’ ବୋଲି କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri