Posted inଫୁରସତ

ଓଡ଼ିଆ ସାମ୍ବାଦିକତା ଦିବସ

୧୮୬୬ ମସିହା ଅଗଷ୍ଟ ୪ । ସେଦିନ ଥିଲା ଓଡ଼ିଆ ସାମ୍ବାଦିକତା ପାଇଁ ଗୌରବର ଦିନ। ଓଡ଼ିଶାର ପ୍ରଥମ ଓଡ଼ିଆ ଖବର କାଗଜ ଭାବେ ‘ଉତ୍କଳ ଦୀପିକା’ ଆତ୍ମପ୍ରକାଶ କରିଥିଲା। ଗୌରୀଶଙ୍କର ରାୟ ଏହାର ପ୍ରଥମ ସମ୍ପାଦକ ଥିଲେ । ପ୍ରଥମେ ଏହା ସାପ୍ତାହିକ ଏବଂ ପରବର୍ତ୍ତୀ ସମୟରେ ଦୈନିକ ଭାବେ ପ୍ରକାଶିତ ହୋଇଥିଲା। ଗୌରୀଶଙ୍କର ଏବଂ ତାଙ୍କର ଘନିଷ୍ଠ ସହଯୋଗୀ ବିଚିତ୍ରାନନ୍ଦ ଦାସଙ୍କ ଉଦ୍ୟମରେ କଟକଠାରେ ପ୍ରତିଷ୍ଠିତ କଟକ ପ୍ରିଣ୍ଟିଂ କମ୍ପାନୀରୁ ଏହି ଖବର କାଗଜ ପ୍ରକାଶ ପାଉଥିଲା। ଉତ୍କଳ ଦୀପିକା ତତ୍କାଳୀନ ସାମାଜିକ ତଥା ରାଜନୈତିକ କ୍ଷେତ୍ରରେ ନୂତନ ଦିଗଦର୍ଶନ ଦେବା ସହ ଓଡ଼ିଆମାନଙ୍କ ସ୍ବାର୍ଥରକ୍ଷା ପାଇଁ ସରକାରଙ୍କ ପାଖରେ ଦୃଢ଼ ଦାବି ଉପସ୍ଥାପିତ କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲା ।
ବାଲ୍ୟବିବାହ ପରି ଘୃଣ୍ୟ ପ୍ରଥା ବିରୋଧରେ ମଧ୍ୟ ସ୍ବର ଉତ୍ତୋଳନ କରି ସାମାଜିକ ସଂସ୍କାର ପାଇଁ ଏହି ଖବର କାଗଜ ଉଦ୍ୟମ କରିଥିଲା ।
ଉତ୍କଳ ଦୀପିକାର ସଫଳତା ଓଡ଼ିଶାରେ ଖବର କାଗଜ ପ୍ରକାଶନର ଧାରା ସୃଷ୍ଟି କରିଥିଲା । ତେଣୁ ପ୍ରତିବର୍ଷ ଅଗଷ୍ଟ ୪କୁ ଓଡ଼ିଆ ସାମ୍ବାଦିକତା ଦିବସ ଭାବେ ପାଳନ କରାଯାଇଥାଏ।

କୁଜିବର ପତ୍ରରୁ ଆରମ୍ଭ …

ଓଡ଼ିଆ ସାମ୍ବାଦିକତାରେ ‘ପତ୍ରିକା’ ଗୁରୁତ୍ୱପୂର୍ଣ୍ଣ ଭୂମିକା ବହନ କରିଆସିଛି। ୧୭୬୯ ମସିହାରେ ହାତଲେଖା ପତ୍ରିକାରୁ ଆରମ୍ଭ ହୋଇଥିଲା ଏହାର ଯାତ୍ରା। କଟକ ଚୌଦ୍ୱାର ନିକଟସ୍ଥ କୁଜିବର ମଠର ମହନ୍ତ ସାଧୁସୁନ୍ଦର ଦାସ ୧୭୬୯ରେ ‘କୁଜିବର ପତ୍ର’ ନାମରେ ଏକ ହାତଲେଖା ପତ୍ରିକା ଆରମ୍ଭ କରିଥିଲେ। ସେତେବେଳେ ସାଧାରଣ ଲୋକଙ୍କୁ ସାମ୍ପ୍ରତିକ ସ୍ଥିତି ଓ ଓଡ଼ିଆ ଭାଷା ସମ୍ପର୍କରେ ଅବଗତ କରିବା ଉଦ୍ଦେଶ୍ୟରେ ଆରମ୍ଭ ହୋଇଥିଲା ଏହି ଯାତ୍ରା। ସମୟ କ୍ରମେ ଏହା ଏବେ ଡିଜିଟାଲରେ ପହଞ୍ଚତ୍ଛି ସତ, ହେଲେ କୁଜିବର ପତ୍ର ତା’ର ସ୍ବର୍ଣ୍ଣିମ ଇତିହାସ ବହନ କରିଚାଲିଛି। କୁଜିବର ପତ୍ର ପରେ ପ୍ରଥମ ଛାପା ପତ୍ରିକା ଭାବେ ୧୮୪୯ରେ ଜ୍ଞାନାରୁଣ ପ୍ରକାଶ ପାଇଥିଲା। ପରେ ୧୮୫୬ରେ ପ୍ରବୋଧ ଚନ୍ଦ୍ରିକା ଏବଂ ୧୮୬୧ ଅରୁଣୋଦୟ ନାମରେ ପତ୍ରିକା ପ୍ରକାଶିତ ହୋଇଥିଲା। ହେଲେ ଏହା ଅଧିକଦିନ ପର୍ଯ୍ୟନ୍ତ ଚାଲିପାରି ନ ଥିଲା।

ମାତ୍ର ୩ବର୍ଷ ମଧ୍ୟରେ ବିଭିନ୍ନ କାରଣରୁ ଉକ୍ତ ୩ଟି ପତ୍ରିକାର ପ୍ରକାଶନ ବନ୍ଦ ହୋଇଯାଇଥିଲା। ପରେ ୧୮୭୩ରେ ଉତ୍କଳ ଦର୍ପଣ ନାମରେ ମାସିକ ପତ୍ରିକା ବାଲେଶ୍ୱରରୁ ପ୍ରକାଶିତ ହୋଇଥିଲା। ଓଡ଼ିଆ ଭାଷାରେ ଏହା ପ୍ରଥମ ସାହିତି୍ୟକ ମାଗାଜିନ୍‌। ଏହାପରେ ୧୮୭୮ରେ ଉତ୍କଳ ମଧୁପ, ୧୮୮୫ରେ ପ୍ରଦୀପ ପତ୍ରିକା ଖୁବ୍‌ କମ୍‌ ଦିନ ପାଇଁ ବାହାରିଥିଲା। ୧୮୯୭ରେ ପ୍ରକାଶିତ ଉତ୍କଳ ସାହିତ୍ୟ ପତ୍ରିକା ଓଡ଼ିଆ ସାହିତ୍ୟରେ ଏକ ନୂଆ ଯୁଗ ଆରମ୍ଭ କରିଥିଲା। ପରବର୍ତ୍ତୀ ସମୟରେ ଏକାଧିକ ମାଗାଜିନ୍‌ ପ୍ରକାଶ ପାଇବାରେ ଲାଗିଥିଲା। ୧୯୦୬ରେ ମୁକୁର, ୧୯୧୫ରେ ସତ୍ୟବାଦୀ, ୧୯୨୦ରେ ସାହାକାର, ୧୯୩୪ରେ ନବଭାରତ ଆଦି ପତ୍ରିକା ଓଡ଼ିଆ ଭାଷା ଓ ସାହିତ୍ୟକୁ ରୁଦ୍ଧିମନ୍ତ କରିବାରେ ବେଶ୍‌ ସହାୟକ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଖଣି ପାଇଁ ଜମି ଯିବାରୁ ଜୀବନ ହାରିଲେ ଯୁବକ, ୧୭ ଘଣ୍ଟାରୁ ଅଧିକ ସମୟ ମୃତଦେହକୁ ରଖି ବିକ୍ଷୋଭ କଲେ…

ଝାରସୁଗୁଡା, ୩୦।୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଉବୁଡା ଗ୍ରାମର ଜଣେ ୨୫ ବର୍ଷୀୟ ଯୁବକଙ୍କ ସୋମବାର ଆତ୍ମହତ୍ୟା ପରେ ସ୍ଥାନୀୟ ଅଞ୍ଚଳରେ...

ନୂଆବର୍ଷ ପାଇଁ ପୁରୀରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ପୁରୀ,୩୦।୧୨: ନୂଆବର୍ଷ ପାଳନ ପାଇଁ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଦିଆଯାଇଛି। ଶ୍ରଦ୍ଧାଳୁଙ୍କ ସୁରକ୍ଷା ଏବଂ ଶୃଙ୍ଖଳିତ ଦର୍ଶନ ପାଇଁ ୭୦ ପ୍ଲାଟୁନ ପୋଲିସ ଫୋର୍ସ...

ଭଦ୍ରକରେ କିନ୍ନରଙ୍କୁ ଆକ୍ରମଣ: ଚୁଟି କାଟିବା ସହ ଟଙ୍କା ସୁନା ଲୁଟ ଅଭିଯୋଗ, ଥାନାରେ ଉତ୍ତେଜନା

ଭଦ୍ରକ, ୩୦/୧୨(ସନାତନ ରାଉତ): ଭଦ୍ରକରେ ୨ ଗୋଷ୍ଠୀ କିନ୍ନରଙ୍କ ବିବାଦ ଥମିବାର ନାଁ ଧରୁନି । ଉଭୟ ଗୋଷ୍ଠୀ ମଧ୍ୟରେ ଛକା ପଞ୍ଝା ଲାଗି ରହିଥିବା...

ଅତିରିକ୍ତ ତହସିଲଦାରଙ୍କ ଅମାପ ସମ୍ପତ୍ତି: ଘରୁ ମିଳିଲା ଲକ୍ଷ ଲକ୍ଷ ଟଙ୍କା ସାଙ୍ଗକୁ ସୁନା, ଦେଖିକି ଭିଜିଲାନ୍ସ ତାଜୁବ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): କଟକ ବାରଙ୍ଗ ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ପଣ୍ଡାଙ୍କ ଘରେ କଟକ ଭିଜିଲାନ୍ସ ସେଲ ଚଢ଼ାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ...

ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ନୂଆ ଟୁଇଷ୍ଟ: ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇ ଅର୍ପିତା କଲେ…

ଭୁବନେଶ୍ୱର,୩୦।୧୨: ହ୍ୟୁମାନ ସାଗର ମୃତ୍ୟୁ ମାମଲା ଥମିବାର ନାଁ ଧରୁନାହିଁ। ଏହି ସମୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। କଣ୍ଠଶିଳ୍ପୀ ଅର୍ପିତା ଚୌଧୁରୀ ହାଇକୋର୍ଟଙ୍କ...

Bank Holiday: ଜାନୁଆରୀରେ ୧୬ ଦିନ ବନ୍ଦ ରହିବ ବ୍ୟାଙ୍କ, ଚେକ୍ କରନ୍ତୁ ଲିଷ୍ଟ

ନୂଆଦିଲ୍ଲୀ,୩୦।୧୨: ଯଦି ଆପଣଙ୍କର ନୂତନ ବର୍ଷରେ ବ୍ୟାଙ୍କିଂ କାମ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ। ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)...

ମଥୁରାନଗରୀକୁ ଆସୁଛନ୍ତି ମୁଖ୍ୟମନ୍ତ୍ରୀ, ଏହି ସମୟରେ ଦେଖିବେ ଧନୁଯାତ୍ରା ମହୋତ୍ସବ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ ଧନୁଯାତ୍ରା ମହୋତ୍ସବରେ ମଥୁରାନଗରୀ ଉଠୁଛି ଓ ପଡୁଛି। କଂସ ମହାରାଜଙ୍କ ଅତ୍ୟାଚାରରେ ସମଗ୍ର ମଥୁରା ନଗରୀ ଥରହର...

ଥାନାରେ ପହଞ୍ଚି ନିଶା ବେପାରୀଙ୍କୁ ଦଣ୍ଡ ଦେଲେ କଂସ ମହାରାଜ: କାନ ଧରି ଉଠ ବସ ହେଲେ…

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri