Posted inଫୁରସତ

ଓଡ଼ିଆ ସାମ୍ବାଦିକତା ଦିବସ

୧୮୬୬ ମସିହା ଅଗଷ୍ଟ ୪ । ସେଦିନ ଥିଲା ଓଡ଼ିଆ ସାମ୍ବାଦିକତା ପାଇଁ ଗୌରବର ଦିନ। ଓଡ଼ିଶାର ପ୍ରଥମ ଓଡ଼ିଆ ଖବର କାଗଜ ଭାବେ ‘ଉତ୍କଳ ଦୀପିକା’ ଆତ୍ମପ୍ରକାଶ କରିଥିଲା। ଗୌରୀଶଙ୍କର ରାୟ ଏହାର ପ୍ରଥମ ସମ୍ପାଦକ ଥିଲେ । ପ୍ରଥମେ ଏହା ସାପ୍ତାହିକ ଏବଂ ପରବର୍ତ୍ତୀ ସମୟରେ ଦୈନିକ ଭାବେ ପ୍ରକାଶିତ ହୋଇଥିଲା। ଗୌରୀଶଙ୍କର ଏବଂ ତାଙ୍କର ଘନିଷ୍ଠ ସହଯୋଗୀ ବିଚିତ୍ରାନନ୍ଦ ଦାସଙ୍କ ଉଦ୍ୟମରେ କଟକଠାରେ ପ୍ରତିଷ୍ଠିତ କଟକ ପ୍ରିଣ୍ଟିଂ କମ୍ପାନୀରୁ ଏହି ଖବର କାଗଜ ପ୍ରକାଶ ପାଉଥିଲା। ଉତ୍କଳ ଦୀପିକା ତତ୍କାଳୀନ ସାମାଜିକ ତଥା ରାଜନୈତିକ କ୍ଷେତ୍ରରେ ନୂତନ ଦିଗଦର୍ଶନ ଦେବା ସହ ଓଡ଼ିଆମାନଙ୍କ ସ୍ବାର୍ଥରକ୍ଷା ପାଇଁ ସରକାରଙ୍କ ପାଖରେ ଦୃଢ଼ ଦାବି ଉପସ୍ଥାପିତ କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲା ।
ବାଲ୍ୟବିବାହ ପରି ଘୃଣ୍ୟ ପ୍ରଥା ବିରୋଧରେ ମଧ୍ୟ ସ୍ବର ଉତ୍ତୋଳନ କରି ସାମାଜିକ ସଂସ୍କାର ପାଇଁ ଏହି ଖବର କାଗଜ ଉଦ୍ୟମ କରିଥିଲା ।
ଉତ୍କଳ ଦୀପିକାର ସଫଳତା ଓଡ଼ିଶାରେ ଖବର କାଗଜ ପ୍ରକାଶନର ଧାରା ସୃଷ୍ଟି କରିଥିଲା । ତେଣୁ ପ୍ରତିବର୍ଷ ଅଗଷ୍ଟ ୪କୁ ଓଡ଼ିଆ ସାମ୍ବାଦିକତା ଦିବସ ଭାବେ ପାଳନ କରାଯାଇଥାଏ।

କୁଜିବର ପତ୍ରରୁ ଆରମ୍ଭ …

ଓଡ଼ିଆ ସାମ୍ବାଦିକତାରେ ‘ପତ୍ରିକା’ ଗୁରୁତ୍ୱପୂର୍ଣ୍ଣ ଭୂମିକା ବହନ କରିଆସିଛି। ୧୭୬୯ ମସିହାରେ ହାତଲେଖା ପତ୍ରିକାରୁ ଆରମ୍ଭ ହୋଇଥିଲା ଏହାର ଯାତ୍ରା। କଟକ ଚୌଦ୍ୱାର ନିକଟସ୍ଥ କୁଜିବର ମଠର ମହନ୍ତ ସାଧୁସୁନ୍ଦର ଦାସ ୧୭୬୯ରେ ‘କୁଜିବର ପତ୍ର’ ନାମରେ ଏକ ହାତଲେଖା ପତ୍ରିକା ଆରମ୍ଭ କରିଥିଲେ। ସେତେବେଳେ ସାଧାରଣ ଲୋକଙ୍କୁ ସାମ୍ପ୍ରତିକ ସ୍ଥିତି ଓ ଓଡ଼ିଆ ଭାଷା ସମ୍ପର୍କରେ ଅବଗତ କରିବା ଉଦ୍ଦେଶ୍ୟରେ ଆରମ୍ଭ ହୋଇଥିଲା ଏହି ଯାତ୍ରା। ସମୟ କ୍ରମେ ଏହା ଏବେ ଡିଜିଟାଲରେ ପହଞ୍ଚତ୍ଛି ସତ, ହେଲେ କୁଜିବର ପତ୍ର ତା’ର ସ୍ବର୍ଣ୍ଣିମ ଇତିହାସ ବହନ କରିଚାଲିଛି। କୁଜିବର ପତ୍ର ପରେ ପ୍ରଥମ ଛାପା ପତ୍ରିକା ଭାବେ ୧୮୪୯ରେ ଜ୍ଞାନାରୁଣ ପ୍ରକାଶ ପାଇଥିଲା। ପରେ ୧୮୫୬ରେ ପ୍ରବୋଧ ଚନ୍ଦ୍ରିକା ଏବଂ ୧୮୬୧ ଅରୁଣୋଦୟ ନାମରେ ପତ୍ରିକା ପ୍ରକାଶିତ ହୋଇଥିଲା। ହେଲେ ଏହା ଅଧିକଦିନ ପର୍ଯ୍ୟନ୍ତ ଚାଲିପାରି ନ ଥିଲା।

ମାତ୍ର ୩ବର୍ଷ ମଧ୍ୟରେ ବିଭିନ୍ନ କାରଣରୁ ଉକ୍ତ ୩ଟି ପତ୍ରିକାର ପ୍ରକାଶନ ବନ୍ଦ ହୋଇଯାଇଥିଲା। ପରେ ୧୮୭୩ରେ ଉତ୍କଳ ଦର୍ପଣ ନାମରେ ମାସିକ ପତ୍ରିକା ବାଲେଶ୍ୱରରୁ ପ୍ରକାଶିତ ହୋଇଥିଲା। ଓଡ଼ିଆ ଭାଷାରେ ଏହା ପ୍ରଥମ ସାହିତି୍ୟକ ମାଗାଜିନ୍‌। ଏହାପରେ ୧୮୭୮ରେ ଉତ୍କଳ ମଧୁପ, ୧୮୮୫ରେ ପ୍ରଦୀପ ପତ୍ରିକା ଖୁବ୍‌ କମ୍‌ ଦିନ ପାଇଁ ବାହାରିଥିଲା। ୧୮୯୭ରେ ପ୍ରକାଶିତ ଉତ୍କଳ ସାହିତ୍ୟ ପତ୍ରିକା ଓଡ଼ିଆ ସାହିତ୍ୟରେ ଏକ ନୂଆ ଯୁଗ ଆରମ୍ଭ କରିଥିଲା। ପରବର୍ତ୍ତୀ ସମୟରେ ଏକାଧିକ ମାଗାଜିନ୍‌ ପ୍ରକାଶ ପାଇବାରେ ଲାଗିଥିଲା। ୧୯୦୬ରେ ମୁକୁର, ୧୯୧୫ରେ ସତ୍ୟବାଦୀ, ୧୯୨୦ରେ ସାହାକାର, ୧୯୩୪ରେ ନବଭାରତ ଆଦି ପତ୍ରିକା ଓଡ଼ିଆ ଭାଷା ଓ ସାହିତ୍ୟକୁ ରୁଦ୍ଧିମନ୍ତ କରିବାରେ ବେଶ୍‌ ସହାୟକ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ବଜାରରେ ତେଲ ନିଆଁ: ୯୫ ଦେଶରେ ମହଙ୍ଗା ହେଲା ପେଟ୍ରୋଲ, ଭାରତରେ…

ନୂଆଦିଲ୍ଲୀ/ୱାଶିଂଟନ,୧୮।୩: ୨୦୨୬ ଫେବୃଆରୀ ଶେଷ ଭାଗରେ ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ମିଳିତ ଆକ୍ରମଣ ପରେ ବିଶ୍ୱ ଶକ୍ତି ବଜାର (Global Energy Market) ରେ…

ଭାରତରେ ଡାଉନ ହେଲା ସୋସିଆଲ ମିଡିଆ ପ୍ଲାଟଫର୍ମ X, ହଜାର ହଜାର ୟୁଜର୍ସ…

ବୁଧବାର ସନ୍ଧ୍ୟାରେ ଭାରତରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ହଠାତ୍ ଠପ୍ ହୋଇଯାଇଥିଲା । ଯାହା ଫଳରେ ଅନେକ ଉପଭୋକ୍ତା ଅସୁବିଧାର ସମ୍ମୁଖୀନ ହୋଇଥିଲେ । ଡାଉନଡିଟେକ୍ଟର…

କୋରାପୁଟରେ ଛେଚିଲା କୁଆପଥର ବର୍ଷା, ଅନ୍ଧାରରେ ସହର

କୋରାପୁଟ,୧୮।୩(ଅମିତାଭ ବେହେରା ): ବୁଧବାର ସନ୍ଧ୍ୟାରୁ କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳରେ ହଠାତ୍ କୁଆପଥର ସହ ପ୍ରବଳ ବର୍ଷା ହୋଇଥିଲା । ଫଳରେ କିଛି ସମୟ ପର୍ଯ୍ୟନ୍ତ…

୫ ଦିନ ଯାଏ ଯୁଦ୍ଧ କରିବେନି ପାକିସ୍ତାନ-ଆଫଗାନିସ୍ତାନ, କାରଣ ଜାଣିଲେ…

ନୂଆଦିଲ୍ଲୀ,୧୮।୩: ଆଫଗାନିସ୍ତାନ ଏବଂ ପାକିସ୍ତାନ ମଧ୍ୟରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଉଭୟ ଦେଶ ଏକ ଅସ୍ଥାୟୀ ଯୁଦ୍ଧବିରତି ଘୋଷଣା କରିଛନ୍ତି ।…

ତୁଳସୀ ଗାବାର୍ଡଙ୍କ ବୟାନକୁ ନେଇ ହଇଚଇ, ପାକିସ୍ତାନ ଏବଂ ଚୀନ୍ ଆମେରିକା ପାଇଁ…

ନୂଆଦିଲ୍ଲୀ,୧୮।୩: ଆମେରିକାର ନ୍ୟାସନାଲ ଇଣ୍ଟେଲିଜେନ୍ସ ଡାଇରେକ୍ଟର ତୁଳସୀ ଗାବାର୍ଡ ପାକିସ୍ତାନ ଏବଂ ଚୀନକୁ ଆମେରିକାର ବିପଦ ବୋଲି ବୟାନ ଦେଇଛନ୍ତି । ବୁଧବାର ସେ କହିଥିଲେ ଯେ…

ଅପହରଣ କରି ନେଇ ଯାଇଥିଲେ ତାମିଲନାଡୁ, ୭ ଦିନ ଯାଏ ନାବାଳିକାଙ୍କୁ…ଅଭିଯୁକ୍ତଙ୍କୁ ବାନ୍ଧି…

ପାଇକମାଳ,୧୮।୩ (ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ କରିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ଫିଲ୍ମ ଷ୍ଟାଇଲରେ ଗୋଡ଼ାଇ ଗୋଡ଼ାଇ ଧରିଲା ପୋଲିସ, ମହୁଲି ମଦ ସହ ଦୁଇ….

ହାଟଡିହୀ,୧୮।୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ଫିଲ୍ମ ଷ୍ଟାଇଲରେ ଦୁଇ ଚୋରା ମହୁଲି ମଦ ବେପାରୀଙ୍କୁ ବୁଧବାର ରାତି ପ୍ରାୟ ୮ଟା ସମୟରେ ଧରିଛି ।…

ନିଶା ନିବାରଣ ପାଇଁ ବାହାରିଲେ ଛାତ୍ରୀଛାତ୍ର, ସ୍କୁଲରେ ହେଲା….

ବରଗଡ଼,୧୮।୩(ପ୍ରେମାନନ୍ଦ ଖମାରୀ): ନିଶା ମଣିଷକୁ ବିବେକ ଶୂନ୍ୟ କରି ଦିଏ । ନିଶାସକ୍ତ ବ୍ୟକ୍ତି ନିଜ ପରିବାର ସହିତ ସମାଜର ମଧ୍ୟ ଅନେକ କ୍ଷତି ପହଞ୍ଚାଇଥାଏ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri