ଗୋଆରୁ ଓଡ଼ିଆ ଶ୍ରମିକ ନିଖୋଜ, ଟ୍ରେନରେ ଗାଁ କୁ ଫେରୁଥିଲେ, ୧୨ ଦିନ ହେଲା ମିଳୁନି ପତ୍ତା

ଦିଗପହଣ୍ଡି,୧୧|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ପଞ୍ଚାୟତ ନବରଙ୍ଗପୁର ଗାଁର  ସୁରେଶ ଗୌଡ଼(୫୬) ଦାଦନ ଶ୍ରମିକ ଭାବେ ଗୋଆର ଏକ ଘରୋଇ ଷ୍ଟିଲ କମ୍ପାନୀରେ  କାମ କରୁଥିଲେ। ଅସୁସ୍ଥତା କାରଣରୁ ଗତ ଅଗଷ୍ଟ ୩୧ ତାରିଖରେ ସେ ଗୋଆ ର ମାଉଡ଼ି ରେଲୱେ ଷ୍ଟେଶନ ରୁ ଟ୍ରେନ ଯୋଗେ ବ୍ରହ୍ମପୁର ଅଭିମୁଖେ ଆସୁଥିବା ବେଳେ ସେ ନିଖୋଜ ହୋଇଯାଇଥିବା ଜଣାପଡିଛି। ଗତ ୧ ତାରିଖରେ ବ୍ରହ୍ମପୁର ରେଲୱେ ଷ୍ଟେସନ ରେ ପହଞ୍ଚିବେ ବୋଲି ସୁରେଶ ତାଙ୍କ ସ୍ତ୍ରୀ ଲକ୍ଷ୍ମୀ ଙ୍କୁ ଫୋନ ଯୋଗେ କହିଥିଲେ। କିନ୍ତୁ ସୁରେଶ ୨ ତାରିଖ ସୁଦ୍ଧା ଗାଁ ରେ ନପହଞ୍ଚିବାରୁ ପରିବାର ଲୋକେ ତାଙ୍କ ମୋବାଇଲ ଫୋନକୁ ବାରମ୍ବାର ଫୋନ କରିଥିଲେ ମଧ୍ୟ ତାଙ୍କ ଫୋନ ସୁଇଚ ଅଫ୍ ଥିବା ଜଣାପଡିଥିଲା।  ପରିବାର ଲୋକେ ବ୍ରହ୍ମପୁର ଯାଇ ତାଙ୍କୁ ଖୋଜାଖୋଜି କରିଥିଲେ ମଧ୍ୟ ତାଙ୍କ ସନ୍ଧାନ ମିଳି ନ ଥିଲା। ଏନେଇ ସୁରେଶଙ୍କ ସ୍ତ୍ରୀ ଲକ୍ଷ୍ମୀ ଗୌଡ଼ ଦିଗପହଣ୍ଡି ଥାନାରେ ଏତଲା ଦେଇଥିବା କହିଛନ୍ତି। ସୁରେଶ ଗୋଆର ଉକ୍ତ ଷ୍ଟିଲ କମ୍ପାନୀରେ ଗତ ପ୍ରାୟ ୨୦ ବର୍ଷ ହେଲା କାମ କରୁଛନ୍ତି। ଘଟଣା ପୂର୍ବ ଦିନ ସେ ଆକସ୍ମିକ ଭାବେ ଅସୁସ୍ଥ ହୋଇ ପଡ଼ିବାରୁ ସେଠାରେ ରହୁଥିବା ଶ୍ରମିକ ଠିକାଦାର ବୁଲୁ ଗୌଡ଼ ସୁରେଶଙ୍କୁ ସାଙ୍ଗରେ ଗୋଆ ନିକଟ ମାଉଡି ରେଲୱେ ଷ୍ଟେଶନକୁ ନେଇ ଟ୍ରେନ ରେ ବସାଇଥିବା ଏତଲାରେ ଉଲ୍ଲେଖ ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଲଦ ସିକକାଙ୍କ ଗିରଫ ପ୍ରତିବାଦରେ କଲ୍ୟାଣସିଂହପୁର ଥାନା ଘେରାଉ

କଲ୍ୟାଣସିଂହପୁର, ୧୧/୯ (ଦୀପକ କୁମାର ପରିଡ଼ା): ନିୟମଗିରି ସୁରକ୍ଷା ସମିତିର ଆବାହକ ତଥା ସଭାପତି ଲଦ ସିକକାଙ୍କୁ ପୋଲିସ ଗିରଫ କରିବା ଘଟଣାକୁ ନେଇ କଲ୍ୟାଣସିଂହପୁର ଅଞ୍ଚଳରେ…

ସମିତିସଭ୍ୟଙ୍କଠାରୁ ସୁନା ଚେନ୍‌ ଛଡ଼ାଇ କରିଥିଲେ ହତ୍ୟା ଉଦ୍ୟମ, ଆଜି ଅଭିଯୁକ୍ତଙ୍କୁ…

ଦିଗପହଣ୍ଡି,୧୧ା୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ସନ୍ଧ୍ୟାରେ ପାଟପୁର ଥାନା ପି. ରାମଚନ୍ଦ୍ରପୁର ଗ୍ରାମର ବଳରାମ ପ୍ରଧାନ ଓରଫ ବଳିଆଙ୍କୁ ଛିନତାଇ…

୨୦୨୭ରେ ଏହି ୪ ରାଶି ଉପରେ ଶନିଙ୍କ କୋପଦୃଷ୍ଟି! ମେଷ-ମୀନ ସମେତ ଏମାନଙ୍କ ବଢ଼ିବ ଅଡୁଆ, ପାଦେ ପାଦେ ବିପଦ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବ ଏବଂ ତାଙ୍କର ପ୍ରଭାବକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ଧରାଯାଏ। ତାଙ୍କୁ କର୍ମଫଳଦାତା କୁହାଯାଏ ଏବଂ ତାଙ୍କର ସ୍ଥିତିର ପ୍ରଭାବ ବ୍ୟକ୍ତିର ବ୍ୟକ୍ତିଗତ ଜୀବନଠାରୁ…

Pension: ପେନସନଭୋଗୀଙ୍କ ପାଇଁ ବଡ଼ ଖୁସି ଖବର! ୮ମ ବେତନ ଆୟୋଗରେ ବଢ଼ିବ ପେନସନ, ଜାଣନ୍ତୁ ପୁରା ହିସାବ…

ନୂଆଦିଲ୍ଲୀ,୧୧।୯: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନ୍‌ଭୋଗୀଙ୍କ ମଧ୍ୟରେ ଅଷ୍ଟମ ବେତନ କମିଶନ ସମ୍ବନ୍ଧୀୟ ଆଲୋଚନା ଜୋର୍ ଧରିଛି । ଦରମା ଓ ପେନସନ୍ ସମ୍ପର୍କିତ ନୂଆ…

ଗଣେଶ ପୂଜା ପାଇଁ ବାନ୍ଧୁଥିଲେ ତୋରଣ, ବିଦ୍ୟୁତ୍‌ ତାରରେ ଲାଗିଗଲେ ନାବାଳକ, ଆଉ ତା’ପରେ…

ହିଞ୍ଜିଳିକାଟୁ,୧୦।୯(ଦ୍ବିତୀକୃଷ୍ଣ ପଣ୍ଡା): ଗଣେଶ ପୂଜା ପାଇଁ ତୋରଣ ବନ୍ଧା ବେଳେ ବିଦ୍ୟୁତ୍‌ ଆଘାତରେ ଜଣେ ୧୬ ବର୍ଷୀୟ ନାବାଳକଙ୍କ ମୃତ୍ୟୁ ଘଟିଛି। ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ…

ଆନନ୍ଦପୁରରେ ବ୍ୟାଙ୍କ ଧର୍ମଘଟ, ଏସ୍‌ବିଆଇ ସମ୍ମୁଖରେ ବିକ୍ଷୋଭ କରି…

ବଞ୍ଚୋ,୧୧ା୯(ପ୍ରଦୋଷ ବିଶ୍ୱାଳ): ୟୁନାଇଟେଡ୍‌ ଫୋରମ ଅଫ ବ୍ୟାଙ୍କ ୟୁନିଅନ୍ସର ଆହ୍ବାନକ୍ରମେ ଶୁକ୍ରବାର ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ ପାଳିତ ହୋଇଛି। ଏହାର ପ୍ରଭାବ ଆନନ୍ଦପୁର ଉପଖଣ୍ଡର ବିଭିନ୍ନ ବ୍ୟାଙ୍କ…

ରୋଚକ ଘଟଣା: ଟିମ ଇଣ୍ଡିଆଠାରୁ ଛଡ଼ାଇ ନିଆଗଲା ଡ୍ରେସିଂ ରୁମ! ଆଫଗାନିସ୍ତାନ ସିରିଜରେ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧୧।୯: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ୩ ମ୍ୟାଚର T20 ସିରିଜ ଆସନ୍ତା ସେପ୍ଟେମ୍ବର ୧୩ରୁ ଆରମ୍ଭ ହେବ। ସିରିଜର ସମସ୍ତ ମ୍ୟାଚ ଦିଲ୍ଲୀର ଅରୁଣ ଜେଟଲୀ…

ଆଉ ମାଗଣା ନୁହେଁ UPI! ପ୍ରତି ଟ୍ରାଞ୍ଜାକ୍ସନ୍‌ରେ ଦେବାକୁ ପଡ଼ିବ ଏତେ ଟଙ୍କା: କେନ୍ଦ୍ରରୁ ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୧୧।୯: UPI ବ୍ୟବହାର କରୁଥିବା ଲକ୍ଷ ଲକ୍ଷ ଲୋକଙ୍କ ପାଇଁ ଆସିଛି ବଡ଼ ଅପଡେଟ୍‌। କିଛି ଦିନ ତଳେ UPI ଉପରେ ଚାର୍ଜ ଲାଗିବ ବୋଲି ଖବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Trending

ଛୁଟିଦିନ
ପିଲାଙ୍କ ଧରିତ୍ରୀ
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?