ଟ୍ରେନରୁ ଖସି ଓଡ଼ିଆ ଦାଦନ ଶ୍ରମିକ ମୃତ: ୩ ଦିନ ପରେ ଗାଁ’ରେ ପହଞ୍ଚିଲା ମୃତଦେହ

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର ଦାଦନ ଶ୍ରମିକ ଏ.ଯୋଗେନ୍ଦ୍ର ପାତ୍ର (୪୫) ଟ୍ରେନରୁ ଖସି ମୃତ୍ୟୁ ବରଣ କରିଛନ୍ତି। ରାଜେନ୍ଦ୍ର ପ୍ରାୟ ୬ ମାସ ପୂର୍ବେ କାମ କରିବାକୁ ମହାରାଷ୍ଟ୍ର ଯାଇଥିଲେ। ସେ ସେଠାକାର ଏକ ଘରୋଇ କୁକୁଡ଼ା ଫାର୍ମରେ ସୁପରଭାଇଜର ଭାବେ କାମ କରୁଥିଲେ।

ଗତ ଗୁରୁବାର ନିଜ ଗ୍ରାମକୁ ଆସିବା ପାଇଁ ସେ ମହାରାଷ୍ଟ୍ରର ଔରାଙ୍ଗବାଦ ରେଲୱେ ଷ୍ଟେସନରେ ଟିକେଟ କାଟି ଟ୍ରେନରେ ଚଢ଼ିଥିଲେ। ହାଇଦ୍ରାବାଦ ଷ୍ଟେସନରେ ଓହ୍ଲାଇଥାନ୍ତେ କିନ୍ତୁ ଲାଟୁର ଜିଲାର ଉଦଗିର ଷ୍ଟେସନ ପୂର୍ବରୁ ପରିଶ୍ରା କରିବା ପାଇଁ ଯିବା ବେଳେ ଅସାବଧାନତା ଯୋଗୁଁ ଚଳନ୍ତା ଟ୍ରେନରୁ ଖସି ପଡ଼ିଥିଲେ ବୋଲି ସହଯାତ୍ରୀ ମାନେ ସେଠାକାର ରେଲୱେ ପୋଲିସକୁ ଜଣାଇଥିଲେ।

ସ୍ଥାନୀୟ ରେଲୱେ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଯୋଗେନ୍ଦ୍ରଙ୍କୁ ମୂର୍ମୁଶୁୁ ଅବସ୍ଥାରେ ଉଦ୍ଧାର କରି ନିକଟସ୍ଥ ସରକାରୀ ସ୍ୱାସ୍ଥ୍ୟକେନ୍ଦ୍ର ରେ  ଭର୍ତ୍ତି କରିଥିଲେ।ଉପସ୍ଥିତ ଡାକ୍ତର ତାଙ୍କୁ ମୃତ ଘୋଷଣା କରିବା ପରେ ରେଲୱେ ପୋଲିସ ମକଦ୍ଦମା ରୁଜୁ କରି ମୃତଦେହ କୁ ବ୍ୟବଚ୍ଛେଦ କରାଇଥିଲେ। ଏନେଇ ରେଲୱ ପୋଲିସ ରାଜେନ୍ଦ୍ର ଙ୍କ ପରିବାର ଲୋକ ଙ୍କୁ ଖବର ଦେଇଥିଲେ।

ଖବର ପାଇ ଯୋଗେନ୍ଦ୍ରଙ୍କ ଭାଇ ଏ.ଜଗନ୍ନାଥ ପାତ୍ର ,ସରପଞ୍ଚ ପ୍ରତିନିଧି ପ୍ରଶାନ୍ତ ରେଡ୍ଡୀ ଏନେଇ ଗଞ୍ଜାମ ଜିଲା ଶ୍ରମ ଅଧିକାରୀଙ୍କୁ ଜଣାଇବା ପରେ ଶ୍ରମ ଅଧିକାରୀ ମହାରାଷ୍ଟ୍ରର ଉଦଗିର ଥାନା ପୋଲିସ ସହ ଯୋଗାଯୋଗ କରିବା ପରେ ସେଠାକାର ପୋଲିସ ଆମ୍ବୁଲାନ୍ସ ଯୋଗେ ରାଜେନ୍ଦ୍ରଙ୍କ ମରଶରୀରକୁ ଗୌତମୀ ଗ୍ରାମକୁ ପଠାଇଥିଲେ। ତାଙ୍କ ମରଶରୀର ଶନିବାର ବିଳମ୍ବିତ ସନ୍ଧ୍ୟାରେ ପହଞ୍ଚିବା ପରେ ଗାଁ ଶ୍ମଶାନରେ ଶୋକାକୁଳ ପରିବେଶ ମଧ୍ୟରେ ତାଙ୍କ ଅନ୍ତିମ ସଂସ୍କାର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ଧାନକ୍ରୟ କେନ୍ଦ୍ର ସାମ୍ନାରେ ୨ ଚାଷୀଙ୍କ ଧାରଣା: ସମିତିର ଏମିତି ତ୍ରୁଟି…

ତିହିଡି଼,୧୯/୩(ସଞ୍ଜିତ ବଳ):ତିହିଡି଼ ବ୍ଲକ ଅଧୀନ ବାରସର ସମବାୟ ସମିତି ଧାନ କ୍ରୟ କେନ୍ଦ୍ର କାର୍ଯ୍ୟାଳୟ ସାମ୍ନାରେ ଗୁରୁବାର ସକାଳଠାରୁ ୨ଜଣ ଚାଷୀ ଧାରଣାରେ ବସିଛନ୍ତି l ତିଆଡ଼ିସାହି…

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

ବାଇକ୍‌ରେ ଯାଉଥିଲେ ୩ ଭାଇ, ୧୦ ପୁଟ ଡ୍ରେନ ତଳକୁ ଖସିଲା ଗାଡ଼ି: ଆଉ ତା’ପରେ…

ବଘିଆପଡା,୧୯।୩(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଫାଣ୍ଡି ଅନ୍ତଗତ ତେଲିବନ୍ଧ ପନ୍ଥାଇ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଏକ ବାଇକ…

ଭୟାବହ ଅଗ୍ନିକାଣ୍ଡ: ପିଚୁ କାରଖାନାରେ ଲାଗିଲା ନିଆଁ

ସମ୍ବଲପୁର,୧୯।୩(ପ୍ରମୋଦ ବହିଦାର): ସମ୍ବଲପୁର ସହର ଉପକଣ୍ଠରେ ଥିବା ଏକ ପିଚୁ କାରଖାନାରେ ଆଜି ସକାଳୁ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। କାରଖାନା ପରିସରରେ ହଠାତ ନିଆଁ ଲାଗିଯିବାରୁ…

୪ ଦିନରେ ୨ ଲକ୍ଷରୁ ଉର୍ଦ୍ଧ୍ୱ କଇଁଛଙ୍କ ଅଣ୍ଡାଦାନ: ସୁରକ୍ଷା ବ୍ୟବସ୍ଥା କଡାକଡି

ଗଞ୍ଜାମ,୧୯।୩(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଋଷିକୁଲ୍ୟା ମୁହାଁଣ ବେଳାଭୂମିର ବିସ୍ତିର୍ଣ୍ଣ ବାଲୁକା ଶଯ୍ୟାରେ ଚତୁର୍ଥ ରାତ୍ର ସୁଦ୍ଧା ୨ ଲକ୍ଷରୁ ଉର୍ଦ୍ଧ୍ୱ ସାମୁଦ୍ରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri