ଓଡ଼ିଆ ଭାଷା-ସଂସ୍କୃତି ହେଉଛି ଆମର ସ୍ବତନ୍ତ୍ର ପରିଚୟ

ରାଇକିଆ, ୨।୪(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ନାଗରିକ ମଞ୍ଚ ତରଫରୁ ଓଡ଼ିଶା ଦିବସ ପାଳନ ହୋଇଯାଇଛି । ସଭାପତି ଦୁର୍ଯ୍ୟୋଧନ ଲେଙ୍କାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମଞ୍ଚ ସାଧାରଣ ସମ୍ପାଦକ ମାନେଶ୍ୱର୍‌ ଦିଗାଳ ଅତିଥିମାନଙ୍କୁ ସ୍ବାଗତ କରିବା ସହ ପରିଚଳନା କରିଥିଲେ। ଜିଲା ପରିଷଦ ସଭ୍ୟ ସତ୍ୟବାନ ପାତ୍ର ମୁଖ୍ୟ ଅତିଥି ଓ ରାଇକିଆ ଜୀବନ ଜ୍ୟୋତି କଲେଜର ରାଜନୀତି ବିଜ୍ଞାନର ବରିଷ୍ଠ ଅଧ୍ୟାପକ ବେଣୁପାଣି ମହାପାତ୍ର ମୁଖ୍ୟବକ୍ତା ରୂପେ ଯୋଗଦେଇ ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନରେ ଓଡ଼ିଶା ବରପୁତ୍ର ମାନଙ୍କ ଅବଦାନ ସଂପର୍କରେ କହିବା ସହ ଭାଷା ଓ ସଂସୃତି କିପରି ଗୋଟିଏ ସୂତାରେ ସମସ୍ତଙ୍କୁ ବାନ୍ଧି ରଖିଛି ସେ ନେଇ ଆଲୋକପାତ କରିଥିଲେ ।

ସମ୍ମାନିତ ଅତିଥି ଭାବେ କନ୍ଧମାଳ ଏମ୍‌ପିଙ୍କ ରାଇକିଆ ବ୍ଳକ ପ୍ରତିନିଧ ସନ୍ତୋଷ କୁମାର ଲେଙ୍କା, ଡଡିଙ୍ଗିଆ ସମିତି ସଭ୍ୟ ପ୍ରଦୀପ ପ୍ରଧାନ ପ୍ରମୁଖ ଯୋଗ ଦେଇଥିଲେ। ଅତିଥିମାନେ ପ୍ରଦୀପ ପ୍ରଜ୍ଜଳନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିବା ବେଳେ ଜୟାନନ୍ଦ ନାୟକଙ୍କ ତତ୍ତାବଧନରେ ସରକାରୀ ବାଳିକା ବିଦ୍ୟାଳୟର ଛାତ୍ରୀମାନେ ରାଜ୍ୟ ସଙ୍ଗୀତ ବନ୍ଦେ ଉତ୍କଳ ଜନନୀ ଗାନ କରିଥିଲେ। ଉପସଭାପତି ଆଦିତ୍ୟ ପ୍ରସାଦ ପାଢି, ପ୍ରତିଷ୍ଠାତା ସଦସ୍ୟ ସିମାଞ୍ଚଳ ଦିଗାଲ,ରାଜ କିଶୋର ପରିଚ୍ଛା, ରାଜମୋହନ ଦିଗାଲ, ନଳିନୀ ନାୟକ, ଶ୍ରୀବତ୍ସ ନାୟକ, ରଜତ କୁମାର ନାୟକ, ନିଥଲିୟ ନାୟକ, ଦେବୀ ପ୍ରସାଦ ପଣ୍ଡା ପ୍ରମୁଖ ଯୋଗ ଦେଇଥିଲେ। ରାଇକିଆ ନାଗରିକ ମଞ୍ଚର ଉପସଭାପତି ପ୍ରଦୀପ ବେହେରା କାର୍ଯ୍ୟକ୍ରମ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ମଣ୍ଡିରୁ ଉଠୁନି ଧାନ: ବଢୁଛି ଚାଷୀ ଅସନ୍ତୋଷ

ନୂଆପଡ଼ା,୧୨ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri