ଚାକିରି ନାଁରେ ଓଡ଼ିଆ ନାବାଳିକାଙ୍କୁ ୟୁପିରେ ବିକ୍ରି: ଦୁଇବର୍ଷ ଧରି ଯୌନ ନିର୍ଯାତନା

କାମାକ୍ଷାନଗର,୨୮।୪(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର ଅଞ୍ଚଳରେ ଏକ ଚାଞ୍ଚଳ୍ୟକର ଘଟଣା ସାମ୍ନାକୁ ଆସିଛି। ମା’ଙ୍କ ଚିକିତ୍ସା ପାଇଁ ଟଙ୍କା ରୋଜଗାର କରିବାକୁ ଆସି ଯୌନ ନିର୍ଯାତନାର ଶିକାର ହୋଇଛନ୍ତି ଜଣେ ନାବାଳିକା।

ନାବାଳିକା ଜଣକ ଅଞ୍ଚଳର ପରିଚିତ ବ୍ୟକ୍ତିଙ୍କ ପରାମର୍ଶରେ ଭୁବନେଶ୍ୱର ଆସିଥିଲେ। ଟଙ୍କା ରୋଜଗାର କରି ମା’ଙ୍କୁ ଭଲ କରିବା ନେଇ ମନରେ ଥିଲା ଗଭୀର ଆତ୍ମବିଶ୍ୱାସ। ହେଲେ ନାବାଳିକା ଜଣକ ଭୁବନେଶ୍ୱରରେ ପହଞ୍ଚିବା ପରେ ପରିଚିତ ବ୍ୟକ୍ତି ଜଣକ ତାଙ୍କୁ ୧ଲକ୍ଷ ଟଙ୍କାରେ ଅନ୍ୟଜଣଙ୍କୁ ବିକ୍ରି କରି ଦେଇଥିଲେ। ପରେ ସମ୍ପୃକ୍ତ ବ୍ୟକ୍ତି ଜଣକ ନାବାଳିକାଙ୍କୁ ଧରି ଉତ୍ତରପ୍ରଦେଶର ଝାନ୍ସି ନେଇଯାଇଥିଲେ। ସେଠାରେ କିଣିଥିବା ବ୍ୟକ୍ତି ଜଣକ ତିନିମାସ ଧରି ତାଙ୍କ ସହ ଶାରୀରିକ ସମ୍ପର୍କ ରଖିବା ପରେ ଗର୍ଭନଷ୍ଟ କରାଇ ଆଉ ଜଣକୁ ୫୦ ହଜାର ଟଙ୍କାରେ ବିକ୍ରି କରି ଦେଇଥିଲେ। ସେଠାରେ ମଧ୍ୟ ନାବାଳିକା ଜଣକ ବର୍ଷେ ଯୌନ ନିର୍ଯାତନା ଭୋଗିବା ପରେ ବହୁକଷ୍ଟରେ ଖସି ଆସି କାମାକ୍ଷାନଗର ଥାନା ପହଞ୍ଚି ଘଟଣା ସଂକ୍ରାନ୍ତରେ ଅଭିଯୋଗ କରିଛନ୍ତି।

ଏପରିକି କଙ୍କଡାହାଡ଼ ଥାନା ଅଞ୍ଚଳର ଜଣେ ଦଲାଲ ତାଙ୍କୁ ଚାକିରୀରେ ରଖାଇଦେବାକୁ କହି ବିକ୍ରି କରି ଦେଇଥିବା ନାବାଳିକା ଜଣକ ଅଭିଯୋଗ କରିଛନ୍ତି। ଅଭିଯୋଗର ଗୁରୁତ୍ୱକୁ ଦୃଷ୍ଟିରେ ରଖି କାମାକ୍ଷାନଗର ପୋଲିସ କଙ୍କଡାହାଡ଼ ଥାନା ଅଞ୍ଚଳର ଦଲାଲଙ୍କୁ ଧରିବା ପାଇଁ ଉଦ୍ୟମ ଆରମ୍ଭ କରିଥିବା ବେଳେ ଏହିପରି ଅନେକ ଝିଅଙ୍କୁ ଦଲାଲ ଜଣକ ବିକ୍ରି କରୁଥିବା ଜଣାପଡିଛି। ଏନେଇ କାମାକ୍ଷାନଗର ଥାନାରେ ଏକ ମାମଲା(ନଂ.୩୫୪/୨୬) ରୁଜୁ ହୋଇଥିବା ବେଳେ କାମାକ୍ଷାନଗର ଏସଡିପିଓ ଚିତ୍ତରଞ୍ଜନ ବେହେରା ତୁରନ୍ତ ଆସାମୀଙ୍କୁ ଧରିବା ପାଇଁ ପୋଲିସ ପଦକ୍ଷେପ ନେଉଥିବା କହିଛନ୍ତି।

Dharitri – Odisha’s No.1 Odia Daily


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଖଟ ତଳକୁ ଓହ୍ଲାଇବା ବେଳେ ଚୋଟ ମାରିଲା ସାପ, ରାତିସାରା ଗୁଣିଆ ଡାକି ଝଡ଼ାଫୁଙ୍କା କଲେ, ମେଡିକାଲ ନେବାରେ ବିଳମ୍ବ ଯୋଗୁ…

ଡୁଙ୍ଗୁରିପାଲି,୨୯।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ଅନ୍ତର୍ଗତ ବଡ଼ଭାଲୁପାଲି ଗ୍ରାମରେ ଅନ୍ଧବିଶ୍ୱାସ ଯୋଗୁ ଜଣେ ବୃଦ୍ଧଙ୍କର ଅକାଳ ମୃତ୍ୟୁ ଘଟିଛି। ବିଷାକ୍ତ ସାପ…

ଘରେ ଏକାକୀ ଥିବାବେଳେ ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ! ଗୋଡ଼ାଇ ଗୋଡ଼ାଇ ନିର୍ଦ୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସକୁ…

ଦିଗପହଣ୍ଡି,୨୯।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀଙ୍କୁ ଘରେ ପଶି ବଳାତ୍କାର…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri