‘ଓଡ଼ିଆ ଜାତି ବିରାଟ ପରିବାର’

ଭୁବନେଶ୍ୱର,୨।୪(ବ୍ୟୁରୋ): ଓଡ଼ିଶା ଆମର ମା’ ା ଆମ ଓଡ଼ିଆ ଜାତି ହେଉଛି ଗୋଟିଏ ବିରାଟ ପରିବାର ା ନିଜ ପରିବାରର ଉନ୍ନତି ପରି ଓଡିଆ ଜାତିର ଉନ୍ନତି ପାଇଁ ସମସ୍ତେ ମିଶି ଉଦ୍ୟମ କଲେ ନୂଆ ଓଡ଼ିଶାର ସ୍ବପ୍ନ ପୂରଣ ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ସୂଚନା ଓ ଲୋକ ସମ୍ପର୍କ ବିଭାଗ ଏବଂ ଓଡ଼ିଆ, ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ପ୍ରଦର୍ଶନୀ ପଡ଼ିଆରେ ଶୁକ୍ରବାର ରାଜ୍ୟସ୍ତରୀୟ ଓଡ଼ିଶା ଦିବସ ସମାରୋହକୁ ଭର୍ଚୁଆଲରେ ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ ରାଜ୍ୟ ତଥା ବିଶ୍ୱର ବିଭିନ୍ନ ସ୍ଥାନରେ ଥିବା ଓଡିଆ ଭଉଣୀଭାଇଙ୍କୁ ଓଡ଼ିଶା ଦିବସର ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି।
ମୁଖ୍ୟମନ୍ତ୍ରୀ କହିଛନ୍ତି, ୧୪ ବର୍ଷ ପରେ ଓଡ଼ିଶା ୧୦୦ବର୍ଷ ପୂରଣ କରିବାକୁ ଯାଉଛି। ସାରା ଓଡ଼ିଶାର ସ୍ବର ଦୃଢ଼ ହେଉଥିବାବେଳେ ସମସ୍ତେ ଏକ ମନ, ପ୍ରାଣ ହୋଇ ଗୋଟିଏ ଲକ୍ଷ୍ୟରେ ଆଗକୁ ବଢ଼ିବାକୁ ନିଷ୍ପତ୍ତି ନେଇଛନ୍ତି। ୨୦୩୬ରେ ଓଡିଶା ଶ୍ରେଷ୍ଠ ରାଜ୍ୟ ଭାବରେ ସାରା ଦେଶକୁ ମାର୍ଗ ଦର୍ଶନ କରିବ ବୋଲି ଦୃଢ ବିଶ୍ୱାସ ପ୍ରକଟ କରିଛନ୍ତି। ନୂଆ ଶତାବ୍ଦୀର ଓଡ଼ିଶାରେ ବିକାଶ ଓ କଲ୍ୟାଣର ଯୁଗ ଆରମ୍ଭ ହୋଇଛି। ୫-ଟି ଗଭର୍ନାନ୍ସ ମଡେଲ ସାରା ଦେଶରେ ଆଦର୍ଶ ସୃଷ୍ଟି କରିଛି। ପ୍ରାକୃତିକ ବିପର୍ଯ୍ୟୟ, କୋଭିଡ୍‌ ମହାମାରୀ, କ୍ରୀଡ଼ା, ଶିଳ୍ପ, ପିଇବା ପାଣି ଆଦି କାର୍ଯ୍ୟକ୍ରମରେ ଓଡ଼ିଶା ମଡେଲ ସାଜିଛି। ଓଡ଼ିଶାର ସାଂସ୍କୃତିକ ବିବିଧତା ଆମର ସବୁଠାରୁ ବଡ ପରିଚୟ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ପଟ୍ଟନାୟକ ଓଡିଶାର ବରପୁତ୍ରମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରି କହିଲେ, ଉତ୍କଳଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, ପାରଳା ମହାରାଜା କୃଷ୍ଣଚନ୍ଦ୍ର ଗଜପତି, ଖଲିକୋଟ ରାଜା ବାହାଦୁର ରାମଚନ୍ଦ୍ର ମର୍ଦ୍ଦରାଜ ଦେଓ, ପଣ୍ଡିତ ଗୋଦାବରୀଶ ମିଶ୍ର, ଫକୀର ମୋହନ ସେନାପତି, ଗଙ୍ଗାଧର ମେହେରଙ୍କ ପରି ବରପୁତ୍ରଙ୍କ ତ୍ୟାଗ ଓ ସଂଗ୍ରାମ ଯୋଗୁ ସ୍ବତନ୍ତ୍ର ଓଡିଶାର ସ୍ବପ୍ନ ସଫଳ ହୋଇପାରିଥିଲା। ସେହିପରି ଓଡିଆ ଭାଷା, ସାହିତ୍ୟ, ନୃତ୍ୟ, ସଙ୍ଗୀତ ଓ କଳାକୁ ଯେଉଁମାନେ ସମୃଦ୍ଧ କରିଯାଇଛନ୍ତି ସେମାନଙ୍କ ପ୍ରତି ମୁଖ୍ୟମନ୍ତ୍ରୀ ସମ୍ମାନ ଜଣାଇଛନ୍ତି।
ବାଚସ୍ପତି ଡ. ସୂର୍ଯ୍ୟନାରାୟଣ ପାତ୍ର ସଭାପତିତ୍ୱ କରି ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ପାଇଁ ଓଡ଼ିଆ ଜାତିକୁ ଦୀର୍ଘକାଳ ଧରି ଆନ୍ଦୋଳନ କରିବାକୁ ପଡ଼ିଥିବା କହିଛନ୍ତିି ା ସମ୍ମାନିତ ଅତିଥି ଭାବେ ଜଳସମ୍ପଦ, ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ, ପର୍ଯ୍ୟଟନ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ବିଧାୟକ ଅନନ୍ତ ନାରାୟଣ ଜେନା, ସୁଶାନ୍ତ କୁମାର ରାଉତ, ଉତ୍କଳ ପ୍ରସଙ୍ଗ ଓ ଓଡ଼ିଶା ରିଭ୍ୟୁର ସମ୍ପାଦକ ଡ. ଲେନିନ୍‌ ମହାନ୍ତି ଯୋଗଦେଇ ଓଡ଼ିଶାର ଗରିମାମୟ ଐତିହ୍ୟ ସମ୍ପର୍କରେ କହିଥିଲେ। ସୂଚନା ଓ ଲୋକ ସମ୍ପର୍କ ବିଭାଗର ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ ରାଷ୍ଟ୍ରପତି, ଉପରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଦ୍ବାରା ପ୍ରେରିତ ବାର୍ତ୍ତା ପଠନପୂର୍ବକ ସ୍ବାଗତ ଭାଷଣ ପ୍ରଦାନ କରିଥିଲେ। ବିଭାଗୀୟ ନିର୍ଦ୍ଦେଶକ ଇନ୍ଦ୍ରମଣି ତ୍ରିପାଠୀ ଧନ୍ୟବାଦ ଦେଇଥିଲେ ା
ଏହି ଅବସରରେ ଉତ୍କଳ ପ୍ରସଙ୍ଗ ଓ ଓଡ଼ିଶା ରିଭ୍ୟୁର ସ୍ବତନ୍ତ୍ର ସଂଖ୍ୟାର ଉନ୍ମୋଚନ ସହ ‘ଆମେ ଓଡ଼ିଆ’ ସ୍ମାରକୀ ଗ୍ରନ୍ଥର ନବମ ଭାଗ ଲୋକାର୍ପିତ ହୋଇଥିଲା। ବିଦ୍ୟାଳୟସ୍ତରୀୟ ଓଡ଼ିଆ ବକ୍ତୃତା ପ୍ରତିଯୋଗିତାର ଶ୍ରେଷ୍ଠ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା ା ଚିକିତ୍ସାସେବା କ୍ଷେତ୍ରରେ ୧୦ଜଣ କୋଭିଡ୍‌ ଯୋଦ୍ଧାଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଉତ୍ସବରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ପୂର୍ବାହ୍ନରେ ବାଲୁକା ସ୍ଥପତି ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କ ଦ୍ବାରା ପ୍ରଦର୍ଶିତ ବାଲୁକା କଳାକୃତି ଏବଂ ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ସମ୍ପର୍କିତ ଫଟୋଚିତ୍ର ପ୍ରଦର୍ଶନୀକୁ ମନ୍ତ୍ରୀ ରଘୁନନ୍ଦନ ଦାସ ଉଦ୍‌ଘାଟନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri