‘ଓଡ଼ିଆ ଜାତି ବିରାଟ ପରିବାର’

ଭୁବନେଶ୍ୱର,୨।୪(ବ୍ୟୁରୋ): ଓଡ଼ିଶା ଆମର ମା’ ା ଆମ ଓଡ଼ିଆ ଜାତି ହେଉଛି ଗୋଟିଏ ବିରାଟ ପରିବାର ା ନିଜ ପରିବାରର ଉନ୍ନତି ପରି ଓଡିଆ ଜାତିର ଉନ୍ନତି ପାଇଁ ସମସ୍ତେ ମିଶି ଉଦ୍ୟମ କଲେ ନୂଆ ଓଡ଼ିଶାର ସ୍ବପ୍ନ ପୂରଣ ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ସୂଚନା ଓ ଲୋକ ସମ୍ପର୍କ ବିଭାଗ ଏବଂ ଓଡ଼ିଆ, ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ପ୍ରଦର୍ଶନୀ ପଡ଼ିଆରେ ଶୁକ୍ରବାର ରାଜ୍ୟସ୍ତରୀୟ ଓଡ଼ିଶା ଦିବସ ସମାରୋହକୁ ଭର୍ଚୁଆଲରେ ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ ରାଜ୍ୟ ତଥା ବିଶ୍ୱର ବିଭିନ୍ନ ସ୍ଥାନରେ ଥିବା ଓଡିଆ ଭଉଣୀଭାଇଙ୍କୁ ଓଡ଼ିଶା ଦିବସର ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି।
ମୁଖ୍ୟମନ୍ତ୍ରୀ କହିଛନ୍ତି, ୧୪ ବର୍ଷ ପରେ ଓଡ଼ିଶା ୧୦୦ବର୍ଷ ପୂରଣ କରିବାକୁ ଯାଉଛି। ସାରା ଓଡ଼ିଶାର ସ୍ବର ଦୃଢ଼ ହେଉଥିବାବେଳେ ସମସ୍ତେ ଏକ ମନ, ପ୍ରାଣ ହୋଇ ଗୋଟିଏ ଲକ୍ଷ୍ୟରେ ଆଗକୁ ବଢ଼ିବାକୁ ନିଷ୍ପତ୍ତି ନେଇଛନ୍ତି। ୨୦୩୬ରେ ଓଡିଶା ଶ୍ରେଷ୍ଠ ରାଜ୍ୟ ଭାବରେ ସାରା ଦେଶକୁ ମାର୍ଗ ଦର୍ଶନ କରିବ ବୋଲି ଦୃଢ ବିଶ୍ୱାସ ପ୍ରକଟ କରିଛନ୍ତି। ନୂଆ ଶତାବ୍ଦୀର ଓଡ଼ିଶାରେ ବିକାଶ ଓ କଲ୍ୟାଣର ଯୁଗ ଆରମ୍ଭ ହୋଇଛି। ୫-ଟି ଗଭର୍ନାନ୍ସ ମଡେଲ ସାରା ଦେଶରେ ଆଦର୍ଶ ସୃଷ୍ଟି କରିଛି। ପ୍ରାକୃତିକ ବିପର୍ଯ୍ୟୟ, କୋଭିଡ୍‌ ମହାମାରୀ, କ୍ରୀଡ଼ା, ଶିଳ୍ପ, ପିଇବା ପାଣି ଆଦି କାର୍ଯ୍ୟକ୍ରମରେ ଓଡ଼ିଶା ମଡେଲ ସାଜିଛି। ଓଡ଼ିଶାର ସାଂସ୍କୃତିକ ବିବିଧତା ଆମର ସବୁଠାରୁ ବଡ ପରିଚୟ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ପଟ୍ଟନାୟକ ଓଡିଶାର ବରପୁତ୍ରମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରି କହିଲେ, ଉତ୍କଳଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, ପାରଳା ମହାରାଜା କୃଷ୍ଣଚନ୍ଦ୍ର ଗଜପତି, ଖଲିକୋଟ ରାଜା ବାହାଦୁର ରାମଚନ୍ଦ୍ର ମର୍ଦ୍ଦରାଜ ଦେଓ, ପଣ୍ଡିତ ଗୋଦାବରୀଶ ମିଶ୍ର, ଫକୀର ମୋହନ ସେନାପତି, ଗଙ୍ଗାଧର ମେହେରଙ୍କ ପରି ବରପୁତ୍ରଙ୍କ ତ୍ୟାଗ ଓ ସଂଗ୍ରାମ ଯୋଗୁ ସ୍ବତନ୍ତ୍ର ଓଡିଶାର ସ୍ବପ୍ନ ସଫଳ ହୋଇପାରିଥିଲା। ସେହିପରି ଓଡିଆ ଭାଷା, ସାହିତ୍ୟ, ନୃତ୍ୟ, ସଙ୍ଗୀତ ଓ କଳାକୁ ଯେଉଁମାନେ ସମୃଦ୍ଧ କରିଯାଇଛନ୍ତି ସେମାନଙ୍କ ପ୍ରତି ମୁଖ୍ୟମନ୍ତ୍ରୀ ସମ୍ମାନ ଜଣାଇଛନ୍ତି।
ବାଚସ୍ପତି ଡ. ସୂର୍ଯ୍ୟନାରାୟଣ ପାତ୍ର ସଭାପତିତ୍ୱ କରି ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ପାଇଁ ଓଡ଼ିଆ ଜାତିକୁ ଦୀର୍ଘକାଳ ଧରି ଆନ୍ଦୋଳନ କରିବାକୁ ପଡ଼ିଥିବା କହିଛନ୍ତିି ା ସମ୍ମାନିତ ଅତିଥି ଭାବେ ଜଳସମ୍ପଦ, ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ, ପର୍ଯ୍ୟଟନ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ବିଧାୟକ ଅନନ୍ତ ନାରାୟଣ ଜେନା, ସୁଶାନ୍ତ କୁମାର ରାଉତ, ଉତ୍କଳ ପ୍ରସଙ୍ଗ ଓ ଓଡ଼ିଶା ରିଭ୍ୟୁର ସମ୍ପାଦକ ଡ. ଲେନିନ୍‌ ମହାନ୍ତି ଯୋଗଦେଇ ଓଡ଼ିଶାର ଗରିମାମୟ ଐତିହ୍ୟ ସମ୍ପର୍କରେ କହିଥିଲେ। ସୂଚନା ଓ ଲୋକ ସମ୍ପର୍କ ବିଭାଗର ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ ରାଷ୍ଟ୍ରପତି, ଉପରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଦ୍ବାରା ପ୍ରେରିତ ବାର୍ତ୍ତା ପଠନପୂର୍ବକ ସ୍ବାଗତ ଭାଷଣ ପ୍ରଦାନ କରିଥିଲେ। ବିଭାଗୀୟ ନିର୍ଦ୍ଦେଶକ ଇନ୍ଦ୍ରମଣି ତ୍ରିପାଠୀ ଧନ୍ୟବାଦ ଦେଇଥିଲେ ା
ଏହି ଅବସରରେ ଉତ୍କଳ ପ୍ରସଙ୍ଗ ଓ ଓଡ଼ିଶା ରିଭ୍ୟୁର ସ୍ବତନ୍ତ୍ର ସଂଖ୍ୟାର ଉନ୍ମୋଚନ ସହ ‘ଆମେ ଓଡ଼ିଆ’ ସ୍ମାରକୀ ଗ୍ରନ୍ଥର ନବମ ଭାଗ ଲୋକାର୍ପିତ ହୋଇଥିଲା। ବିଦ୍ୟାଳୟସ୍ତରୀୟ ଓଡ଼ିଆ ବକ୍ତୃତା ପ୍ରତିଯୋଗିତାର ଶ୍ରେଷ୍ଠ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା ା ଚିକିତ୍ସାସେବା କ୍ଷେତ୍ରରେ ୧୦ଜଣ କୋଭିଡ୍‌ ଯୋଦ୍ଧାଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଉତ୍ସବରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ପୂର୍ବାହ୍ନରେ ବାଲୁକା ସ୍ଥପତି ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କ ଦ୍ବାରା ପ୍ରଦର୍ଶିତ ବାଲୁକା କଳାକୃତି ଏବଂ ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ସମ୍ପର୍କିତ ଫଟୋଚିତ୍ର ପ୍ରଦର୍ଶନୀକୁ ମନ୍ତ୍ରୀ ରଘୁନନ୍ଦନ ଦାସ ଉଦ୍‌ଘାଟନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ଆନ୍ଦୋଳନ ପରେ ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ)- ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଚତୁର୍ଥ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବା ଦାବିରେ ଛାତ୍ରୀମାନେ ଆନ୍ଦୋଳନ କରିବା ପରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପୂର୍ବ ନିଷ୍ପତ୍ତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri