ଆଜି ମହାବିଷୁବ ସଂକ୍ରାନ୍ତି, ପଣା ପିଇ ନବବର୍ଷ ପାଳିବେ ଓଡ଼ିଆ

ଭୁବନେଶ୍ବର,୧୪।୪; ଆଜି ହେଉଛି ପବିତ୍ର ପଣା ସଂକ୍ରାନ୍ତି । ପଣା ସଂକ୍ରାନ୍ତି ବା ମହାବିଷୁବ ସଂକ୍ରାନ୍ତି କୁ ଓଡ଼ିଆ ନବବର୍ଷ ଭାବରେ ପାଳନ କରାଯାଏ । ଆଜିର ପବିତ୍ର ଦିନକୁ ନେଇ ପ୍ରତି ଓଡ଼ିଆ ଘର ଚଳଚଞ୍ଚଳ ହୋଇପଡ଼ିଛି। ଓଡ଼ିଆ ପରମ୍ପରାନୁଯାୟୀ ଏହି ଦିନଠାରୁ ନୂତନ ବର୍ଷ ଆରମ୍ଭ ହୋଇଥାଏ। ଏହି ଦିନଠାରୁ ବସନ୍ତ ଋତୁର ଶେଷ ଓ ଗ୍ରୀଷ୍ମର ଆରମ୍ଭ ହୋଇଥାଏ । ଜ୍ୟୋତିଷ ଗଣନା ଅନୁଯାୟୀ ଏହି ଦିନକୁ ମେଷ ସଂକ୍ରାନ୍ତି ବୋଲି କୁହାଯାଏ।

ଏହିଦିନଠାରୁ ୧ ମାସ ପର୍ଯ୍ୟନ୍ତ ସୂର୍ଯ୍ୟଦେବ ମେଷ ରାଶିରେ ଅବସ୍ଥାନ କରିଥାନ୍ତି। ଦୋଳପୂର୍ଣ୍ଣିମାରେ ଦୋଳଗୋବିନ୍ଦଙ୍କ ନିକଟରେ ସମର୍ପଣ ହୋଇଥିବା ପାଞ୍ଜି ପଣାସଂକ୍ରାନ୍ତିରୁ ପ୍ରଚଳନ ହୋଇଥାଏ। ଓଡ଼ିଆ ପଞ୍ଜିକାର ଗଣନା ଅନୁସାରେ ମହାବିଷୁବ ସଂକ୍ରାନ୍ତି ହିଁ ବର୍ଷର ପ୍ରଥମ ସଂକ୍ରାନ୍ତି ଭାବରେ ଗ୍ରହଣ କରାଯାଏ । ମହାବିଷୁବ ସଂକ୍ରାନ୍ତି ଦିନରେ ବିଭିନ୍ନ ଦେବଦେବୀ ମନ୍ଦିରମାନଙ୍କରେ ପଣା ଭୋଗର ବିଧି ରହିଛି । ସୂର୍ଯ୍ୟଙ୍କ ପ୍ରବଳ ତାପମାତ୍ରା ଯୋଗୁ ପ୍ରଭୁ ବିଷ୍ଣୁଙ୍କ ପ୍ରିୟ ତୁଳସୀ ମୂଳରେ ପଣା ଅର୍ପଣ କରାଯାଇଥାଏ। ଘରେ ଏଥିପାଇଁ ଛତୁଆ, କଦଳୀ, ନଡ଼ିଆ, ଛେନା, ଆମ୍ବ ଆଦିରେ ସ୍ବତନ୍ତ୍ର ପଣା ପ୍ରସ୍ତୁତ କରାଯାଇଥାଏ।  ଏହି ସଂକ୍ରାନ୍ତି ପରଠାରୁ ବୃକ୍ଷଜଗତ ଏବଂ ଜୀବଜଗତକୁ ଜଳ ପ୍ରଦାନ କରାଯାଉଥିବାରୁ ଏହି ସଂକ୍ରାନ୍ତିର ଅନ୍ୟ ନାମ ଜଳସଂକ୍ରାନ୍ତି ବୋଲି କହିଥାନ୍ତି । ଉଭୟ ଅଗ୍ନି ଓ ବାୟୁଙ୍କ ପ୍ରକୋପରୁ ରକ୍ଷାପାଇବା ପାଇଁ ଏହି ସମୟରେ ହନୁମାନ ଜୟନ୍ତି ପାଳନ କରାଯାଏ । ଆଜି ପବିତ୍ର ଝାମୁ ବ୍ରତର ଉଦ୍‌ଯାପନ କରାଯାଏ ।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

ତାଇୱାନରେ ଚମକିଲା ନୂଆଖାଇ ବାଲୁକା କଳା: ଓମପ୍ରକାଶ କଲେ ବଡ଼ କାରନାମା

କର୍ଲାମୁଣ୍ଡା:୧୪/୭(ପ୍ରଦୀପ କୁମାର ସାହୁ):ଚଳିତ ମାସ ୪ ତାରିଖ ରୁ ୧୦ ରିଖ ପର୍ଯନ୍ତ ତାଇୱାନ ରେ ଅନୁଷ୍ଠିତ ଟଙ୍ଗସାଇଓ ଆନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନୀରେ ଭାରତରୁ ପ୍ରତିନିଧିତ୍ୱ…

କେନ୍ଦୁପତ୍ର ଶ୍ରମିକଙ୍କୁ ବୋନସ ଘୋଷଣା: ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲା କେନ୍ଦୁପତ୍ର କର୍ମଚାରୀ ସଂଘ

ବରଗଡ,୧୪।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ସରକାରଙ୍କ କ୍ୟାବିନେଟ ମିଟିଂରେ ରାଜ୍ୟରେ କାର୍ଯ୍ୟରତ ୧୨ ଲକ୍ଷ କେନ୍ଦୁପତ୍ର ଶ୍ରମିକମାନଙ୍କ ପାଇଁ କେନ୍ଦୁପତ୍ର ଦର ବୃଦ୍ଧି ଓ ବୋନସ ପ୍ରଦାନ ପାଇଁ…

ବଡ଼ଗୁଡା ନିକଟରେ ମୁହାଁମୁହିଁ ଧକ୍କା ହେଲେ ଦୁଇ ବାଇକ, ମୃତ୍ୟୁ ସଂଖ୍ୟା….

ଗୁଣପୁର,୧୪।୭(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଏବଂ ଗଜପତି ଜିଲe କାଶୀନଗର ରାସ୍ତାର ବଡଗୁଡ଼ା ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏଥିରେ…

ବିଜେଡିକୁ ନେଇ ବଡ଼ କଥା କହିଲେ ପ୍ରଭାତ ବିଶ୍ୱାଳ: କୁରୁବଂଶ ଭଳି…

ଭୁବନେଶ୍ୱର, ୧୩।୭: ବିଜେଡିର ଆଭ୍ୟନ୍ତରୀଣ ରାଜନୀତିକୁ ନେଇ ପୁଣି ଥରେ ବୟାନବାଜି ଜୋର ଧରିଛି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ତାଙ୍କୁ ‘ବିଶ୍ୱାସଘାତକ’ ବୋଲି କହିଥିବା ପ୍ରସଙ୍ଗରେ…

ଔଷଧ ଦୋକାନ ଆଗରେ ଲାଗିବ ରେଟ ଚାର୍ଟ, କାହିଁକି ଜାଣନ୍ତୁ…

ଭୁବନେଶ୍ୱର,୧୪।୭: ରାଜ୍ୟ ସରକାର ଏକ ନିଷ୍ପତ୍ତି ନେଇଛନ୍ତି। ଏଣିକି ରାଜ୍ୟର ସବୁ ଔଷଧ ଦୋକାନ ଆଗରେ ରେଟ୍‌ ଚାର୍ଟ ଲାଗିବ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି। ଏପରିକି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri