ମହା ଆଡ଼ମ୍ବରରେ ପାଳନ ହେବ ଓଡ଼ିଆ ନବବର୍ଷ, ୧୪ ଦିନ ଧରି ରାଜ୍ୟବ୍ୟାପୀ ବିଭିନ୍ନ କାର୍ଯ୍ୟକ୍ରମ

ଭୁବନେଶ୍ୱର,୩୦।୩: ଚଳିତ ବର୍ଷ ପ୍ରଥମ ଥର ପାଇଁ ଏପ୍ରିଲ ମାସ ୧ ତାରିଖ ଓଡ଼ିଶା ଦିବସ ଠାରୁ ୧୪ ଏପ୍ରିଲ ଓଡ଼ିଆ ନବବର୍ଷ ତଥା ମହାବିଷୁବ ସଂକ୍ରାନ୍ତି ପର୍ଯ୍ୟନ୍ତ ଓଡ଼ିଆ ପକ୍ଷ ପାଳନ କରିବା ନିମନ୍ତେ ସରକାରଙ୍କ ତରଫରୁ ନିଷ୍ପତ୍ତି ନିଆ ଯାଇଛି। ଦୀର୍ଘ ୧୪ ଦିନ ଧରି ରାଜ୍ୟବ୍ୟାପୀ ବିଭିନ୍ନ କାର୍ଯ୍ୟକ୍ରମ (ରାଜ୍ୟ ସ୍ତରୀୟ ଓ ଜିଲା ସ୍ତରୀୟ କାର୍ଯ୍ୟକ୍ରମ) ଆୟୋଜନ କରାଯିବା ପାଇଁ ସରକାରଙ୍କ ତରଫରୁ ନିଷ୍ପତ୍ତି ନିଆଯାଇଛି।

ଏହି ଅବସରରେ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ କହିଥିଲେ, ‘ଆମ ରାଜ୍ୟ ଓଡ଼ିଶାର ଭାଷା, ସାହିତ୍ୟ, କଳା, ସଂସ୍କୃତି, ଇତିହାସ, ଐତିହ୍ୟ, ନୃତ୍ୟ, ସଂଗୀତ, ପରମ୍ପରା ଆଦି ହେଉଛି ସମୃଦ୍ଧ ଏବଂ ଏହାକୁ ନେଇ ଆମେ ଗର୍ବିତ । ଏହାର ସଂରକ୍ଷଣ କରିବା ସହ ବହୁଳ ପ୍ରଚାର ଓ ପ୍ରସାର ମାଧ୍ୟମରେ ଆମ କଳା, ସାହିତ୍ୟ ଓ ସଂସ୍କୃତି ଆଦିକୁ ବିଶ୍ୱ ବିଦିତ କରାଇବା ହେଉଛି ଆମର କର୍ତ୍ତବ୍ୟ। ଓଡ଼ିଆ ଅସ୍ମିତାର ବାର୍ତ୍ତା ବହନ କରୁଥିବା ଆମର ଏହି ସଂସ୍କୃତି ଓ ପରମ୍ପରାକୁ ମହା ଆଡ଼ମ୍ବରର ସହକାରେ ପାଳନ କରିବା ପାଇଁ ସମସ୍ତ ବିଭାଗୀୟ ସଚିବ ଓ ଜିଲାପାଳଙ୍କ ସହ ବୈଠକ କରାଯାଇ ଓଡ଼ିଆ ପକ୍ଷକୁ ଜିଲା ଏବଂ ରାଜ୍ୟ ସ୍ତରରେ ବହୁ ଆଡ଼ମ୍ବର ସହକାରେ ପାଳନ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।”

୧୪ ଦିନ ଧରି ରାଜ୍ୟବ୍ୟାପୀ ବିଭିନ୍ନ କାର୍ଯ୍ୟକ୍ରମ:

ଏପ୍ରିଲ ୧: ସ୍ଵତନ୍ତ୍ର ଭାଷା ଭିତ୍ତିକ ଓଡ଼ିଶା ପ୍ରଦେଶ ଗଠନ ଉପଲକ୍ଷେ ରାଜ୍ୟ, ଜିଲ୍ଲା ଏବଂ ଉପଖଣ୍ଡ ସ୍ତରରେ ଓଡ଼ିଶା ଦିବସ ପାଳନ କରାଯିବ। ସୂଚନା ଓ ଲୋକସମ୍ପର୍କ ବିଭାଗ ଆନୁକୂଲ୍ୟରେ ଓଡ଼ିଶା ଦିବସ ପାଳନ କରାଯିବ।

ଏପ୍ରିଲ ୨: ରାଜ୍ୟର ପ୍ରାଥମିକ ବିଦ୍ୟାଳୟର ଶିଶୁ ବାଟିକାରେ ନାମ ଲେଖାଯିବା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ମହିଳା ଓ ଶିଶୁ ବିକାଶ ବିଭାଗ ଆନୁକୁଲ୍ୟରେ ଖଡିଛୁଆଁ ଓ ପ୍ରବେଶ ଉତ୍ସବ ପାଳନ କରାଯିବ ।

ଏପ୍ରିଲ ୩: ପାରମ୍ପରିକ ଓଡ଼ିଆ ପୋଷାକ ତଥା ଓଡ଼ିଶାର ହସ୍ତତନ୍ତ, ବୟନ ଶିଳ୍ପର ପ୍ରଚାର-ପ୍ରସାର ପାଇଁ ହସ୍ତତନ୍ତ, ବୟନ ଶିଳ୍ପ ଓ ହସ୍ତଶିଳ୍ପ ବିଭାଗ ଆନୁକୂଲ୍ୟରେ ପାରମ୍ପରିକ ପୋଷାକ ପରିଧାନ- “ଆମ ପୋଷାକ ଆମ ପରିଚୟ” ଦିବସ ପାଳନ କରାଯିବ।

ଏପ୍ରିଲ ୪: ରାଜ୍ୟର ବିଭିନ୍ନ ଦୋକାନ ବଜାରରେ ଓଡ଼ିଆ ନାମ ଫଳକର ବ୍ୟବହାର ପାଇଁ ଶ୍ରମ ଓ ରାଜ୍ୟ କର୍ମଚାରୀ ବୀମା ବିଭାଗ ପକ୍ଷରୁ “ଓଡ଼ିଆରେ ନାମ ଫଳକ ଅଭିଯାନ – ସଚେତନତା ପଦଯାତ୍ରା” ର ଆୟୋଜନ କରାଯିବ।

ଏପ୍ରିଲ ୫: କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ଐତିହ୍ୟ ଗଣଦୌଡ଼ କାର୍ଯ୍ୟକ୍ରମର ଆୟୋଜନ କରାଯିବ।

ଏପ୍ରିଲ ୬: ଓଡ଼ିଶାରେ ଥିବା ଦେବାଳୟ ଓ ଐତିହ୍ୟ ସ୍ଥଳୀଗୁଡ଼ିକୁ ସର୍ବଦା ସ୍ୱଚ୍ଛ ରଖିବା ପାଇଁ ସ୍ୱଚ୍ଛତା ଅଭିଯାନର ଆୟୋଜନ କରାଯିବ। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ, ପର୍ଯ୍ୟଟନ ବିଭାଗ, ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗ ଓ ଗୃହ ଓ ନଗର ଉନ୍ନୟନ ବିଭାଗର ମିଳିତ ଆନୁକୂଲ୍ୟରେ ଏହାର ଆୟୋଜନ କରାଯିବ।

ଏପ୍ରିଲ ୭: ଓଡ଼ିଆ ଭାଷାର ପ୍ରାରମ୍ଭିକ ପରିଚୟ ପ୍ରଦାନ କରୁଥିବା ଭକ୍ତକବି ମଧୁସୂଦନ ରାଓଙ୍କ ରଚିତ “ବର୍ଣ୍ଣବୋଧ” ନିମନ୍ତେ ଏହି ଦିନଟିକୁ ବର୍ଣ୍ଣବୋଧ ବଣ୍ଟନ-ବର୍ଣ୍ଣବୋଧ ଉତ୍ସବ ଭାବେ ପାଳନ କରାଯିବ। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଏହା ପାଳନ କରାଯିବ।

ଏପ୍ରିଲ ୮: ରେଡ଼କ୍ରସ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଏବଂ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏହି ଦିନଟିକୁ ରକ୍ତଦାନ ଅଭିଯାନ ଭାବରେ ପାଳନ କରାଯିବ।

ଏପ୍ରିଲ ୯: ଓଡ଼ିଆ ସାହିତ୍ୟ ଓ ପୁସ୍ତକ ପଠନକୁ ପ୍ରୋତ୍ସାହନ ଦେବା ପାଇଁ ଏହି ଦିନଟିକୁ “ଆସ ବହିଟିଏ କିଣିବା” ଅଭିଯାନ ଭାବରେ ପାଳନ କରାଯିବ। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ଉଚ୍ଚଶିକ୍ଷା ବିଭାଗର ମିଳିତ ଆନୁକୂଲ୍ୟରେ ଏହା ଅନୁଷ୍ଠିତ ହେବ।

ଏପ୍ରିଲ ୧୦: ଓଡ଼ିଶାର ଲୋକକଳାକୁ ବିଶ୍ୱ ବିଦିତ କରିବା ପାଇଁ “ଲୋକକଳା ପାଇଁ ଦିନ ଟିଏ -ବରିଷ୍ଠ କଳାକାରଙ୍କୁ ସମ୍ବର୍ଦ୍ଧନା ଓ କଳାଗ୍ରାମ ପରିଦର୍ଶନ ଉତ୍ସବର ପାଳନ କରାଯିବ। ଓଡ଼ିଆ ଭାଷା,ସାହିତ୍ୟ ଓ ସଂସ୍କୃତି ଏବଂ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଆନୁକୂଲ୍ୟରେ ଏହା ଅନୁଷ୍ଠିତ ହେବ।

ଏପ୍ରିଲ ୧୧: ଓଡ଼ିଶା ସାହିତ୍ୟ ଏକାଡେମୀ, ଉଚ୍ଚଶିକ୍ଷା, କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ଏହି ଦିନରେ ଯୁବ ଲେଖକ ସମ୍ମିଳନୀର ଆୟୋଜନ କରାଯିବ।

ଏପ୍ରିଲ ୧୨: ଓଡ଼ିଶା ସାହିତ୍ୟ ଏକାଡେମୀ ଓ ଜିଲ୍ଲା ପ୍ରଶାସନ ଆନୁକୂଲ୍ୟରେ ଓଡ଼ିଶାର ବରପୁତ୍ର ମାନଙ୍କ ଉପରେ ଆଲୋଚନା କରାଯିବ।

ଏପ୍ରିଲ ୧୩: ଖାଦ୍ୟ ପରମ୍ପରା ହେଉଛି ଆମ ଓଡ଼ିଆ ସଂସ୍କୃତିର ଅବିଚ୍ଛେଦ୍ୟ ଅଂଶ। ଏହି ଖାଦ୍ୟ ପରମ୍ପରାକୁ ପାଳନ କରିବା ପାଇଁ “ପାରମ୍ପାରିକ ଖାଦ୍ୟ ପାଳନ ଅଭିଯାନ- ଆମ ରୁଚି ଆମ ଖାଦ୍ୟ” ଉତ୍ସବ ପାଳନ କରାଯିବ। ପଞ୍ଚୟତି ରାଜ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଏହା ଆୟୋଜନ କରାଯିବ ।

ଏପ୍ରିଲ ୧୪: ଓଡ଼ିଆ ନବବର୍ଷକୁ ମହା ଆଡ଼ମ୍ବର ସହକାରେ ପାଳନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ଜମି ଜବରଦଖଲ, ଚୌରଗଡ଼ିଆ ଗ୍ରାମରେ ତୀବ୍ର ଜନଅସନ୍ତୋଷ

ବଞ୍ଚୋ,୨୨।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲକୁ ନେଇ ଜନଅସନ୍ତୋଷ ଦେଖାଦେଇଛି । ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ,…

VIDEO:ଷ୍ଟେଟ ଅଫ୍ ହର୍ମୁଜରେ ଇରାନର ବଡ଼ ଆକ୍ରମଣ, F-୧୫ ଫାଇଟର ଜେଟକୁ ଖସାଇ ଦେଇଥିବା ଦାବି

ନୂଆଦିଲ୍ଲୀ,୨୨।୩: ଇରାନ ପୁଣିଥରେ ଇସ୍ରାଏଲ ଏବଂ ଆମେରିକାକୁ ଏକ ବଡ଼ ଝଟକା ଦେଇଛି । ଏକ ଇରାନୀ କ୍ଷେପଣାସ୍ତ୍ର ହର୍ମୁଜ୍ ଷ୍ଟ୍ରେଟରେ ଶତ୍ରୁପକ୍ଷର ଏକ F-୧୫ ଲଢ଼ୁଆ…

ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ବଡ଼ ଘୋଷଣା କରି…..

ଭୁବନେଶ୍ବର,୨୨।୩: ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନ କନଭେନଶନ ସେଣ୍ଟର ଠାରେ…

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଚମଡା ଡିଲ ବେଳେ ମାଡ଼ିବସିଲା ବନବିଭାଗ: ୨ ଅଟକ …

ବାରିପଦା, ୨୨।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଞ୍ଚଳରେ କଳାବାଘ (ମିଲେନିଷ୍ଟିକ) ଛାଲ ଡିଲ ବେଳେ ବନବଭାଗ ଚଢାଉ କରିଛି । ଘଟଣାରେ ୨…

ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆକ୍ସନରେ ମୋଦି!

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ବିଶ୍ୱବ୍ୟାପୀ ଚିନ୍ତାକୁ ବୃଦ୍ଧି କରିଛି। ଗତ ୨୩ ଦିନ ଧରି ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଶତ୍ରୁତା ଲାଗି ରହିଛି।…

ଟ୍ରକରୁ କରୁଥିଲେ ଡିଜେଲ ଚୋରି: ମହଙ୍ଗା ପଡ଼ିଲା…

କୋରାପୁଟ,୨୨।୩(ଅମିତାଭ ବେହେରା ): କୋରାପୁଟ ସଦର ଥାନା ପୋଲିସ ଡିଜେଲ ଚୋରି ଘଟଣାରେ ୧୧ ଜଣଙ୍କୁ ଗିରଫ କରିଥିବା ନେଇ ରବିବାର ମଧ୍ୟାହ୍ନରେ ସ୍ଥାନୀୟ ସଦର ଥାନା…

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri