ଭୁବନ ବିଜ୍ଞାପିତ ଅଞ୍ଚଳ ପରିଷଦରେ ଓଡ଼ିଆ ପକ୍ଷ ପାଳନ, ୫୦ ଛାତ୍ରୀଛାତ୍ର ପୁରସ୍କୃତ

ଭୁବନ,୯।୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ବିଜ୍ଞାପିତ ପରିଷଦ ପକ୍ଷରୁ ପାଳନ ହେଉଛି ଓଡ଼ିଆ ପକ୍ଷ। ଏହି ଦିବସରେ ଏନଏସି ମଧ୍ୟରେ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ , ପରିମଳ ତଥା ଓଡ଼ିଆ ଅସ୍ମିତା ଉପରେ ପ୍ରାଧାନ୍ୟ ଦିଆଯାଇଛି । ସେଥିରେ ଭୁବନରେ ଥିବା ୨ଟି କଲେଜରେ ୫୦ ଜଣ ଛାତ୍ରୀଛାତ୍ରଙ୍କୁ ପୁସ୍ତକ ବଣ୍ଟନ କରାଯାଇଛି । ପ୍ରଥମେ ବାଜି ରାଉତ କଲେ ଓ ପରେପରେ ମହିଳା କଲେଜରେ ପୁସ୍ତକ ବଣ୍ଟନ କରାଯାଇଥିଲା। ଏହି ଅବସରରେ ମହିଳା କଲେଜରେ କାମାକ୍ଷାନଗର ବିଧାୟକ ସତୃଘ୍ନ ଜେନା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଓଡିଆ ଭାଷା କିପରି ଆମକୁ ଉଚ୍ଚ ସ୍ତରରେ ପହଞ୍ଚାଇବାର ମାଧ୍ୟମ ହୋଇପାରିଛି ସେଥିପାଇଁ ଆମେ ଗର୍ବିତ ବୋଲି ମାର୍ଗଦର୍ଶନ ଦେଇଥିଲେ । ସେଥିରେ ଭୁବନ ଏନଏସି ନଗରପାଳ ଶୁଭେନ୍ଦୁ କୁମାର ସାହୁ ମହିଳା ଡିଗ୍ରିକଲେଜ ଅଧକ୍ଷ ଦିଲିପ ଦାସ, +୨କଲେଜର ଅଧ୍ୟକ୍ଷା ଚୁପ୍ତିମୟୀ ସେନ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଓଡିଆ ଅସ୍ମୀତା ଉପରେ ମାର୍ଗଦର୍ଶନ କରିଥିଲେ। ସେଥିରେ ଏନଏସି ନିର୍ବାହୀ ଅଧିକାରୀ ଲୋକନାଥ ବେଜ ଅଧ୍ୟକ୍ଷତା କରିବା ସହିତ ଅତିଥି ପରିଚୟ ପ୍ରଦାନ କରିଥିଲେ । କଲେଜର ସଂସ୍କୃତ ବିଭାଗ ଅଧ୍ୟାପକ ନିରଞ୍ଜନ ନାୟକ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । କଲେଜର ସମସ୍ତ ଛାତ୍ରୀ ,ଅଧ୍ୟାପିକା ,ଅଧ୍ୟାପକ ଓ କର୍ମଚାରୀ ମାନେ ଉପସ୍ଥିତ ରହି ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

ବିପଦକୁ ଡାକୁଛି ମୁକୁଳା ଟ୍ରାନ୍ସଫର୍ମର: ବାଡ଼ବନ୍ଦୀ କରିବାକୁ ଦାବି

ବୁଗୁଡ଼ା,୭ା୩ (କାଳିଚରଣ ଦାଶ): ଖୋଲାମେଲାରେ ରହିଛି ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ଯାହ ବିପଦକୁ ହାତ ଠାରି ଡାକୁଛି । ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଛି ବୁଗୁଡ଼ା ବ୍ଲକ…

ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ +୨ ଖୋଲିବାକୁ CBSEର ଅନୁମତି

କୋରାପୁଟ,୭ା୩(ଅମିତାଭ ବେହେରା): କୋରାପୁଟସ୍ଥିତ ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ ଯୁକ୍ତ୨ ଶ୍ରେଣୀ ଖୋଲିବା ପାଇଁ CBSE ପକ୍ଷରୁ ଅନୁମତି ମିଳିଛି। ସିବିଏସ୍‌ଇ ବୋର୍ଡର ନିୟମାନୁଯାୟୀ ଏହି ବିଦ୍ୟାଳୟ ସମସ୍ତ ଆବଶ୍ୟକ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri