ଓଡ଼ିଆ ପକ୍ଷ ପାଳନ: ବିଜ୍ଞାନ ଇଣ୍ଟରନେସନାଲ ଡିଗ୍ରୀ କଲେଜ ତରଫରୁ ରକ୍ତଦାନ ଶିବିର

କୋରାପୁଟ,୧୦।୪(ଅମିତାଭ ବେହେରା): ଓଡ଼ିଆ ପକ୍ଷ ପାଳନ ଅବସରରେ ବିଜ୍ଞାନ ଇଣ୍ଟର୍ନେସନାଲ ଡିଗ୍ରୀ ମହାବିଦ୍ୟାଳୟ ତରଫରୁ ଗୁରବାର ଅଡିଟୋରିଅମରେ ଏକ ସ୍ଵେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି। ଏହି ଶିବିରକୁ ମହାବିଦ୍ୟାଳୟର ସଂପାଦକ ସୁବ୍ରତ କୁମାର ମିଶ୍ର ଓ ଡ଼ାଃ ବିନାୟକ ମିଶ୍ର ମୂଖ୍ୟ ଅତିଥି ଭାବେ ଯୋଗ ଦେଇ ରିବନ କାଟି ଆନୁଷ୍ଠାନିକ ଭାବେ ଉଦଘାଟିତ କରିଥଲେ ଓ ନୂତନ ରକ୍ତଦାତାଙ୍କୁ ଉତ୍ସାହିତ କରିଥଲେ।

ଯୁବ ରେଡ କ୍ରସର ପରାମର୍ଶଦାତା ଗୀରିଶ ପଟ୍ଟନାୟକ ଓ ଭୀମ ମାଳି ଏହି ଶିବିର ପରିଚାଳନା କରିଥିଲେ। ଓଡିଶା ବ୍ଲଡ଼ ସେଣ୍ଟର ଏସ ଏଲ ଏନ୍ ମେଡିକାଲ୍ କଲେଜ ବ୍ଲଡ ସେଣ୍ଟର ଅଧିକାରି ଡ଼ାଃ ମଧୁସୁଦନ ବଳିଆର ସିଂ, ଭି ଗଙ୍ଗାଧର ଓ ତାଙ୍କ ଟିମ୍ ପ୍ରତିକୂଳ ପରିସ୍ଥିତି ସତ୍ତ୍ୱେ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରିଥିଲେ। ଉକ୍ତ ଶିବିରରୁ ସର୍ବମୋଟ୍ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରଯାଇଥିଲା। ମୁଖ୍ୟ ଅତିଥି ଡ଼ାଃ ମିଶ୍ର ସାଂପ୍ରତିକ ପରିସ୍ଥିତିରେ କିପରି ବହୁ ସଂଖ୍ୟାରେ ସଡ଼କ ଦୁର୍ଘଟଣା ଜନିତ ଜରୁରୀ ସମୟରେ ରକ୍ତ ଅଭାବ ଯୋଗୁଁ କିପରି ବହୁ ମୂଲ୍ୟ ଜୀବନ ଚାଲି ଯାଇଥାଏ ତଥା ସିକିଲ ସେଲ, ଥାଲାସେମିଆ, ଗର୍ଭବତୀ ମହିଳା ଓ କ୍ୟାନସର ରୋଗୀଙ୍କ ନିମନ୍ତେ ଏହି ରକ୍ତଦାନ ଶିବିର ଉଦ୍ଧିଷ୍ଟ ବୋଲି ପ୍ରକାଶ କରିଥିଲେ । ଏଥିରେ ଡ଼ିଗ୍ରୀ ପିଲାଙ୍କ ସମେତ ଭିମଟାସ ସ୍କୁଲ ଅଫ ଲ୍ୟାବ ଟେକନିସିଆନ ଓ ଫାର୍ମାସିଷ୍ଟ ଛାତ୍ର ଛାତ୍ରୀ ଏଥିରେ ଅଂଶ ଗ୍ରହଣ କରିଥିଲେ। ଫେଡେରେସନ ଅଫ ବ୍ଲଡ଼ ଡୋନର ଅର୍ଗାନାଇଯେସନ ଅଫ ଓଡ଼ିଶା ତରଫରୁ ଆବଶ୍ୟକୀୟ ସହାୟତା ପ୍ରଦାନ କରଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଧାନ ତଳି ଉପାଡୁଥିବାବେଳେ ହେଲା ବଜ୍ରପାତ, ବିଲରେ ଟଳିପଡ଼ିଲେ ମହିଳା, ଆଉ ଜଣେ ଅଚେତ

ପାଟକୁରା,୯ା୮(ରବୀନ୍ଦ୍ର ନାଥ ବାରିକ): ରବିବାର ମଧ୍ୟାହ୍ନରେ ହଠାତ୍‌ ବର୍ଷା ସାଙ୍ଗକୁ ବିଜୁଳି ଘଡ଼ଘଡ଼ି ମାରିଥିଲା। ଫଳରେ କେନ୍ଦ୍ରାପଡ଼ା ଜିଲା ଗରଦପୁର ଗ୍ରାମର ଶୁକଦେବ ମଲ୍ଲିକଙ୍କ ସ୍ତ୍ରୀ ଟିକି(୪୨)…

ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନ: ସମସ୍ତ ୧୫ ଆସନ ପୋଛିନେଲା ବିଜେଡି

ବରଗଡ଼,୮।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନରେ ବିଜେଡି ବାଜିମାତ କରିଛି। ଜିଲା ଯୋଜନା କମିଟିର ସମସ୍ତ ୧୫ଟି ଆସନକୁ ବିଜେଡି ପୋଛି ନେଇଛି…

ତାମିଲନାଡୁରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କର୍ଲାମୁଣ୍ଡା,୮ା୮(ପ୍ରଦୀପ କୁମାର ସାହୁ): ଦାଦନ ଖଟିବାକୁ ଯାଇଥିବା ଜଣେ ଶ୍ରମିକଙ୍କ ଅକାଳ ମୃତ୍ୟୁ ଘଟିଛି। ସେ ହେଲେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଅବୁଜବାହାଲ ଗ୍ରାମର ସୀମାଞ୍ଚଳ…

ବସଷ୍ଟାଣ୍ଡ ନାହିଁ, ରାଜପଥରେ ‘ଆମ ବସ’ ପାର୍କିଂ ଯୋଗୁ ବଢୁଛି ଟ୍ରାଫିକ ସମସ୍ୟା

ହାଟଡିହୀ/ଛେନାପଦୀ,୮।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ସ୍ଥାୟୀ ବସ ଷ୍ଟାଣ୍ଡ ନାହିଁ କି ପାର୍କିଂ ପାଇଁ ନିର୍ଦ୍ଦିଷ୍ଟ ସ୍ଥାନ ନାହିଁ, ଯାହାଫଳରେ ବାଧ୍ୟ ହୋଇ…

ଫୁଟବଲ ପ୍ରତିଯୋଗିତା: ସୋନପୁରକୁ ହରାଇ ଫାଇନାଲରେ ଜିଏମ୍‌ୟୁ ସମ୍ବଲପୁର

ଅତାବିରା, ୮ା୮(ଯୁଧିଷ୍ଠିର ମହାପାତ୍ର): ଅତାବିରା ବାଳକ ହାଇସ୍କୁଲ ପଡ଼ିଆରେ ଦୁଇଦିନିଆ ଫୁଟବଲ ପ୍ରତିଯୋଗିତା ଶନିବାର ଉଦ୍‌ଘାଟିତ ହୋଇଯାଇଛି l ଅତାବିରା ଫୁଟବଲ ଟିମ୍‌ ପକ୍ଷରୁ ଆୟୋଜିତ ଏହି…

ଚୁଲି ନିକଟରେ ବସି ନିଆଁ ପୋଉଁଥିଲେ, ଭାଙ୍ଗି ପଡ଼ିଲା କାନ୍ଥ: ଚାଲିଗଲା ବୃଦ୍ଧଙ୍କ ଜୀବନ

ପାଟଣା ,୮।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ଅନ୍ତର୍ଗତ ଖୁଣ୍ଟାପଡ଼ା ପଞ୍ଚାୟତ ଖୁଣ୍ଟାପଡ଼ା ଗ୍ରାମର ଢିପା ସାହିରେ ଏକ ଅଭାବନୀୟ ଘଟଣା ଘଟିଛି। ରୋଷେଇ…

ସମୁଦ୍ରରେ ଗାଧୋଇ ଶ୍ୱେତଗଙ୍ଗାକୁ ଯାଇଥିଲେ, ଗୋଡ଼ ଖସିଯିବାରୁ ବୁଡ଼ିଯାଇ ଚାଲିଗଲା ଯୁବକଙ୍କ ଜୀବନ

ପୁରୀ, ୮।୮(ଅଜିତ୍‌ କୁମାର ମହାନ୍ତି): ପୁରୀର ପଞ୍ଚ ପୁଷ୍କରିଣୀ ମଧ୍ୟରେ ଅନ୍ୟତମ ପବିତ୍ର ତୀର୍ଥ ପୁଷ୍କରିଣୀ ଶ୍ୱେତଗଙ୍ଗାରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁଷ୍କରିଣୀରେ…

ବନ୍ୟଜନ୍ତୁ ପ୍ରେମୀଙ୍କ ଲାଗି ଖୁସି ଖବର: ଜନ୍ମ ହେଲା ହାତୀ ଛୁଆ

କେନ୍ଦୁଝର,୮।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ବନ୍ୟଜନ୍ତୁ ପ୍ରେମୀଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ପାଟନା ବନାଞ୍ଚଳରେ ଏକ ମା’ ହାତୀ ଛୁଆ ହାତୀକୁ ଜନ୍ମ ଦେଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri