ପୁନର୍ଜୀବିତ ହେବ ଲୋପ ପାଉଥିବା ଲୋକକଳା: ତୁମୁଡିବନ୍ଧ ବ୍ଲକରେ ‘ଓଡ଼ିଆ ପକ୍ଷ-୨୦୨୬’ ପାଳିତ

ତୁମୁଡିବନ୍ଧ,୮।୪ (ଦୀପକ କୁମାର ପରାସେଠ): ଲୋପ ପାଉଥିବା ଲୋକକଳାକୁ ପୁନର୍ଜୀବିତ କରିବା ଉଦ୍ଦେଶ୍ୟରେ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ‘ଓଡ଼ିଆ ପକ୍ଷ-୨୦୨୬’ ଅନୁଯାୟୀ ‘ଲୋକକଳା ପାଇଁ ଦିନଟିଏ’ କାର୍ଯ୍ୟକ୍ରମ ବୁଧବାର ପୂର୍ବାହ୍ନରେ ଅନୁଷ୍ଠିତ ହୋଇଯାଇଛି। ଏହି ସଭାରେ ତୁମୁଡିବନ୍ଧ ଗୋଷ୍ଠୀ ଉନ୍ନୟନ ଅଧିକାରୀ (BDO) ବନ ବିହାରୀ ହରପାଲ ସଭାପତିତ୍ୱ କରିଥିଲେ। ମୁଖ୍ୟ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷା ବାସନ୍ତି ମାଝି ଯୋଗ ଦେଇଥିବା ବେଳେ, ସମ୍ମାନିତ ଅତିଥି ଭାବେ ନବୀନ ପାତ୍ର (ଜିଲ୍ଲା ପରିଷଦ ସଭ୍ୟ), ସନ୍ତୋଷ କୁମାର ସାହୁ (ବ୍ଲକ ଉପାଧ୍ୟକ୍ଷ), ପୂର୍ଣ୍ଣ ଚନ୍ଦ୍ର ପାଢ଼ୀ (ବ୍ଲକ ସଂସଦ ପ୍ରତିନିଧି), ନେତ୍ର ମାନସେଠ (ବ୍ଲକ କଳାକାର ସଂଘ ଉପସଭାପତି) ପ୍ରମୁଖ ଉପସ୍ଥିତ ଥିଲେ।

ମୁଖ୍ୟ ଅତିଥି ଶ୍ରୀମତୀ ମାଝି କଳାକାରମାନଙ୍କୁ ଉଦବୋଧନ ଦେଇ କହିଥିଲେ ଯେ, ଆଜିର ଆଧୁନିକତା ଆମର କଳା, ସଂସ୍କୃତି ଓ ପରମ୍ପରାକୁ କ୍ଷତି ପହଞ୍ଚାଉଛି। ତେଣୁ ଏହି କାର୍ଯ୍ୟକ୍ରମ ମାଧ୍ୟମରେ ସମସ୍ତେ ମିଳିମିଶି ଲୋକକଳାକୁ ବଞ୍ଚାଇ ରଖିବାକୁ ସେ ଆହୱାନ ଦେଇଥିଲେ। ବ୍ଲକ କଳାକାର ସଙ୍ଘ ଉପସଭାପତି ଶ୍ରୀ ମାନସେଠ ନିଜ ମତ ରଖି କହିଥିଲେ, “ଲୋକକଳା ବଞ୍ଚିଲେ ହିଁ ଓଡ଼ିଆ ଅସ୍ମିତା ବଞ୍ଚିବ।” କାର୍ଯ୍ୟକ୍ରମ ଶେଷରେ ଉପସ୍ଥିତ ଲୋକ କଳାକାରମାନଙ୍କୁ ଉତ୍ତରୀୟ ଓ ପ୍ରମାଣପତ୍ର ପ୍ରଦାନ କରାଯାଇ ସମ୍ବର୍ଦ୍ଧିତ କରାଯାଇଥିଲା। ଏହି ଅବସରରେ ବ୍ଲକର ସମସ୍ତ କଳାକାର, ଓଡ଼ିଶା ଜୀବିକା ମିଶନର CRP, CM ଏବଂ ବ୍ଲକର ସମସ୍ତ କର୍ମଚାରୀ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସଫଳ କରାଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଚନ୍ଦନ କଳସ ଯାତ୍ରାକୁ କୋରାପୁଟରେ ଭବ୍ୟ ସ୍ବାଗତ

କୋରାପୁଟ,୨୫।୮(ଅମିତାଭ ବେହେରା): ସନ୍ଥ ଶିରୋମଣି ଗୁରୁ ରବିଦାସଜୀଙ୍କ ୬୫୦ତମ ଜୟନ୍ତୀ ଅବସରରେ ସାମାଜିକ ସମରସତା ଓ ଭାଇଚାରାର ବାର୍ତ୍ତା ନେଇ ଆୟୋଜିତ ‘ସମରସ ସଂକଳ୍ପ ଅଭିଯାନ’ର ପବିତ୍ର…

ଦୁର୍ନୀତି ମାମଲାରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡ

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତି ପଦମପୁର ବ୍ଲକ ଅଧୀନ ପୁରେନା ଗ୍ରାମପଞ୍ଚାୟତର ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ (PEO) ଛବିଳ ବାରିହାଙ୍କୁ ଦୁର୍ନୀତି ମାମଲାରେ…

ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ, ପୋଲିସର ଫ୍ଲାଗମାର୍ଚ

ପୁରୀ,୨୫।୮: ପୁରୀ ଜିଲା ଚନ୍ଦନପୁର ଥାନା ଉତରଣା ମଠସାହିରେ ମଙ୍ଗଳବାର ଗୋଷ୍ଠୀ ସଂଘର୍ଷ ହୋଇଛି। ଗାଁର ଏକ ପୋଖରୀର ଦଳ ସଫା ଏବଂ ମାଛ ମରାକୁ କେନ୍ଦ୍ର…

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…

କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍‌): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ…

ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….

ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri