ହ୍ୟୁମାନ ସାଗରଙ୍କ ପରଲୋକରେ ସାରା ଓଡ଼ିଶା ସ୍ତବ୍ଧ: ବହୁ ବିଶିଷ୍ଟ ବ୍ୟକ୍ତିଙ୍କ ଶୋକ ପ୍ରକାଶ

ଭୁବନେଶ୍ୱର,୧୮।୧୧: ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଲୋକପ୍ରିୟ ଓଲିଉଡ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପରଲୋକ ଘଟିଛି। ୩୪ ବର୍ଷ ବୟସରେ ଏମ୍ସ ଭୁବନେଶ୍ୱରରେ ଦେହାନ୍ତ ହୋଇଛି। ହ୍ୟୁମାନଙ୍କ ବିୟୋଗରେ ସାରା ଓଡ଼ିଶା ସ୍ତବ୍ଧ ହୋଇଯାଇଛି। ଓଡ଼ିଶା ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି, ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଶୋକ ବ୍ୟକ୍ତ କରିଛନ୍ତି ।

ବିଶିଷ୍ଟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ବିୟୋଗ ଖବର ଶୁଣି ମହାମହିମ ରାଜ୍ୟପାଳ ଡଃ ହରି ବାବୁ କମ୍ଭମପାଟି ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଓଡିଆ ସଙ୍ଗୀତ ଓ ସିନେମା ଜଗତକୁ ତାଙ୍କ ଅବଦାନ ସଦା ସ୍ମରଣୀୟ ରହିବ ବୋଲି ମହାମହିମ ରାଜ୍ୟପାଳ କହିଛନ୍ତି।

ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ଟୁଇଟ୍‌ କରି ଲେଖିଛନ୍ତି, ହ୍ୟୁମାନଙ୍କ ଭାବପୂର୍ଣ୍ଣ ସଙ୍ଗୀତ ଅଗଣିତ ଶ୍ରୋତାଙ୍କ ହୃଦୟକୁ ଛୁଇଁଛି। ଓଡ଼ିଆ ସଙ୍ଗୀତ ପ୍ରତି ତାଙ୍କର ଅବଦାନ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି। ବିଜେଡି ପାଇଁ ‘ହେ ନବୀନ ବାବୁ..’ ଗୀତ ଗାଇଥିଲେ ହ୍ୟୁମାନ ସାଗର।

ହ୍ୟୁମାନଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ କହିଛନ୍ତି, ସୁମଧୁର ସ୍ବର ଦ୍ୱାରା ଆମ ହୃଦୟରେ ସ୍ଥାନ ନେଇଥିଲେ। ହ୍ୟୁମାନଙ୍କ ସୁନ୍ଦର କୃତିଗୁଡିକ ସଦା ଶ୍ରୋତାଙ୍କ ମନରେ ଅବିଚ୍ଛିନ୍ନ ରହିବ। ପରିବାରଙ୍କ ନିକଟରେ ସମବେଦନା ସହ ଅମର ଆତ୍ମାଙ୍କ ସଦଗତି କାମନା କରୁଛି।

ହ୍ୟୁମାନଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ
କହିଛନ୍ତି, ସଙ୍ଗୀତ ଓ ସିନେମା ପାଇଁ ଏକ ଅପୂରଣୀୟ କ୍ଷତି।ଶୋକସନ୍ତପ୍ତ ପରିବାର ପ୍ରତି ଜଣାଇଲେ ସମବେଦନା। ଦିବଙ୍ଗତ ଆତ୍ମାଙ୍କ ଶାନ୍ତି ପାଇଁ ଭଗବାନଙ୍କ ନିକଟରେ ପ୍ରାର୍ଥନା ।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଶା ଟପ୍ପର ସାତ୍ତ୍ୱିକ ସତ୍ୟକାମ: ସମ୍ବର୍ଦ୍ଧିତ କରି ମୁଖ୍ୟମନ୍ତ୍ରୀ କହିଲେ କେନ୍ଦୁଝରର ପୁଅ…

ଭୁବନେଶ୍ୱର,୭ା୩: ସର୍ବ ଭାରତୀୟ ସିଭିଲ ସର୍ଭିସ୍‌ ପରୀକ୍ଷା (UPSC)ରେ ଅଲ୍‌ ଇଣ୍ଡିଆ ର଼୍ୟାଙ୍କରେ ୧୦୦ତମ ସ୍ଥାନ ହାସଲ କରିଥିବା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ମେଧାବୀ ଛାତ୍ର…

ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍‌ ଚାଳକଙ୍କୁ ଛୁରାମାଡ଼

ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍‌ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି…

କାଲି ମିଳିବ ସୁଭଦ୍ରା ଟଙ୍କା, ସୂଚନା ଦେଇ ଉପମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭ା୩: ଆସନ୍ତାକାଲି ଅର୍ଥାତ୍‌ ରବିବାର ମିଳିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା। ଏନେଇ ଶନିବାର ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ୧ କୋଟି ୧୨…

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ପୋଲିସ ପଚାରିବାରୁ କହିଲେ କାଲି ରାତିର ଘଟଣା…

ଦେବଗଡ଼,୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଆଇଆରବି ବାଟାଲିୟନ ପଛପାଖରୁ ଜଣେ ମହିଳାଙ୍କ ମୃତଦେହ ଜବତ ହେଇଥିବା ଜଣାପଡ଼ିଛି। ତେବେ ଘରୋଇ କଳିରୁ…

୭ ବର୍ଷର ଶିଶୁକୁ ଅପହରଣ କରି ଗଳାକାଟି ହତ୍ୟା: ଟଙ୍କାମାଗିଲେ, ପରେ  ମୃତଦେହ ବସ୍ତାରେ ବାନ୍ଧି…

ବିଷମକଟକ,୭।୩(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଅନ୍ତର୍ଗତ ଚାଟିକଣା ଅଞ୍ଚଳରେ ଜଣେ ୭ ବର୍ଷର ଶିଶୁକୁ ଅପହରଣ ପରେ ଗଳାକାଟି ହତ୍ୟା କରାଯିବା ଘଟଣା…

ବେଆଇନ ବାଲି ଚାଲାଣ ଧରପଗଡ଼, ୭ ଟ୍ରାକ୍ଟରରୁ ଆଦାୟ ହେଲା ଏତିକି ଟଙ୍କାର ଜରିମାନା…

ଗୁଣପୁର,୭ା୩(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଉପଜିଲାପାଳ ଦୁଧାଲ ଅଭିଷେକ ଦିଲ୍ଲୀପଙ୍କ ନେତୃତ୍ୱରେ ବେଆଇନ ବାଲିଚାଲାଣ ଓ ଧରପଗଡ଼ ହୋଇଥିଲା। ଭୋର୍‌ ସମୟରେ ହଠାତ୍‌ ଉପଜିଲାପାଳଙ୍କ ନେତୃତ୍ୱରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri