ଆମେରିକାରେ ଚମକିଲେ ଓଡ଼ିଆ ଯବାନ: ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭଞ୍ଜନଗର,୫।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ତନରଡା ଆଇଆର୍‌ବି ୮ମ ସ୍ବତନ୍ତ୍ର ବାଟାଲିୟନର ଯବାନ ଅଶୋକ ଦଣ୍ଡସେନା ଆମେରିକାର ବର୍ମିହୋମରେ ଚାଲିଥିବା ବିଶ୍ବ ପୋଲିସ ଓ ଫାୟାର କ୍ରୀଡ଼ାରେ ଚମକିଲେ । ବିଶ୍ବ ପୋଲିସ ଓ ଫାୟାର କ୍ରୀଡ଼ାରେ ଦଣ୍ଡସେନା ଭାଗ ନେଇ ଦୌଡ଼ରେ ୪ଟି ସ୍ବର୍ଣ୍ଣ ପଦକ ଶନିବାର ସୁଦ୍ଧା ଜିତିଛନ୍ତି।

ସେ ଦେଶ, ରାଜ୍ୟ, ବାଟାଲିୟନ ଓ ଜନ୍ମ ମାଟି ପାଇଁ ଗର୍ବ ଆଣିଛନ୍ତି। ଦଣ୍ଡସେନାଙ୍କ ଏହି ସଫଳତାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଖୁଶି ବ୍ୟକ୍ତ କରିବା ସହ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏଥିସହ ଆଇଆର୍‌ବି ସ୍ବତନ୍ତ୍ର ଅଷ୍ଟମ ବାଟାଲିୟନ ଦୁର୍ଗପତି ସୁଧାକର ମିଶ୍ର ପ୍ରମୁଖ ଶୁଭେଛା ଜଣାଇଛନ୍ତି।

ସୂଚନା ଯୋଗ୍ୟ, ଦଣ୍ଡସେନାଙ୍କ ନିଜ ବାସଭବନ ହେଉଛି ବୌଦ୍ଧ ଜିଲାରେ। ସେ ୨୦୧୩ରୁ ତନରଡା ଆଇଆର୍‌ବି ୮ମ ସ୍ବତନ୍ତ୍ର ବାଟାଲିୟନର ଯବାନ ଭାବେ କାର୍ଯ୍ୟରତ ଅଛନ୍ତି। ସେ ବିଭିନ୍ନ କ୍ରୀଡା ପ୍ରତିଯୋଗିତାରେ ଭାଗ ନେଇ ବିଗତ ଦିନରେ ବାଟାଲିୟନ ପାଇଁ ସଫଳତା ଆଣିଥିଲେ।

ଏନେଇ ବିଶ୍ବସ୍ତରୀୟ ପ୍ରତିଯୋଗୀତାରେ ଭାଗ ନେବାପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟବସ୍ଥା ହୋଇଥିଲା। ତେଣୁ ସେ ରିଲାଏନ୍ସ କମ୍ପାନୀ ସହଯୋଗରେ ସାଢ଼େ ୩ ବର୍ଷ ହେଲା ସେ ଭୁବନେଶର କଳିଙ୍ଗ ଷ୍ଟାଡିୟମରେ ଅଭ୍ୟାସ କରୁଥିଲେ। ବର୍ତ୍ତମାନ ସେ ୮୦୦ ମିଟର ଦୌଡ଼, ୧୫୦୦, ୫୦୦୦ ଏବଂ ୧୦୦୦୦ ମିଟର ଦୌଡ଼ ପ୍ରତିଯୋଗିତାରେ ଭାଗ ନେଇ ସ୍ବର୍ଣ୍ଣ ପଦକ ବିଜୟୀ ହୋଇଛନ୍ତି। ଆଗାମୀ ଦିନରେ ଏସିଆନ ଗେମ୍ସ ଏବଂ ଅଲିମ୍ପିକରେ ଭାଗ ନେବା ପାଇଁ ଦଣ୍ଡସେନା ପ୍ରସ୍ତୁତ ହେଉଥିବା ବାଟାଲିୟନ ପକ୍ଷର ସୂଚନା ଦିଆଯାଇଛି।

ଦଣ୍ଡସେନାଙ୍କ ସମେତ ରାଜ୍ୟର ଆଉ ୩ଜଣ ଯୁବ ପୋଲିସ ଉକ୍ତ ପ୍ରତିଯୋଗିତାରେ ଭାଗ ନେଇ ରାଜ୍ୟ ପୋଲିସ ବାହିନୀ ପାଇଁ ଗୌରବ ଆଣିଛନ୍ତି। କନେଷ୍ଟବଲ ସସ୍ମିତା ଟିଗା ୧୫୦୦ ମିଟର ଦୌଡରେ ସର୍ଣ୍ଣ ପଦକ ବିଜୟୀ ହୋଇଛନ୍ତି। କନେଷ୍ଟବଲ ଭଗବାନ ରେଡ୍ଡୀ ୬୪ କିଗ୍ରାରୁ କମ କରାଟରେ ଭାଗ ନେଇ ସ୍ବର୍ଣ୍ଣ ପଦକ ବିଜୟୀ ହୋଇଛନ୍ତି।

କନେଷ୍ଟବଲ ସୁମନ ଶେଖର ଦାସ ୮୪ କିଗ୍ରାରୁ କମ୍‌ ବର୍ଗରେ ଭାଗ ନେଇ ସ୍ବର୍ଣ୍ଣ ପଦକ ବିଜୟୀ ହୋଇଛନ୍ତି। ସମସ୍ତଙ୍କ ସଫଳତାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୂର ଖୁରାନିଆ ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବରରେ ପହଞ୍ଚିଲେ ମୁଖ୍ୟ ନିର୍ବାଚନ କମିଶନର, ପୁରୀରେ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରି କୋଣାର୍କ ଯିବେ

ଭୁବନେଶ୍ବର,୨୭/୧୨: ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ୩ ଦିନିଆ ଓଡ଼ିଶା ଗସ୍ତ ରହିଥିବା ବେଳେ ସେ ଭୁବନେଶ୍ବରରେ ଆସି ପହଞ୍ଚିଛନ୍ତି । ଆଜି ପୁରୀରେ...

କ୍ରିକେଟ୍‌ ଖେଳୁଥିଲେ ଚଳଚ୍ଚିତ୍ର ନିର୍ଦ୍ଦେଶକ, ହଠାତ୍‌ ଟଳିପଡ଼ିଲେ: ଆଉ ତା’ପରେ…

ଟିଟିଲାଗଡ଼,୨୮ା୧୨(ଶରତ ମିଶ୍ର):ଟିଟିଲାଗଡ଼ ଖେଳପଡିଆରେ ଶୁକ୍ରବାର କ୍ରିକେଟ୍‌ ଖେଳୁଥିବା ଜଣେ ଚଳଚ୍ଚିତ୍ର ନିର୍ଦ୍ଦେଶକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଲାଙ୍ଗୀର ଜିଲା ଟିଟିଲାଗଡ଼ ଥାନା ଅଧୀନ ହାଇସ୍କୁଲପଡା...

ବ୍ରେକ ଫେଲ୍ ହୋଇ ଟ୍ରକ ଦୁର୍ଘଟଣା, ୧୬ ନଂ ଜାତୀୟ ରାଜପଥରେ ଗାଡି ଚଳାଚଳ ବାଧାପ୍ରାପ୍ତ

ଭଦ୍ରକ, ୨୭/୧୨(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଧାମରା ବ୍ରିଜ ତଳେ ରାସ୍ତାରେ ଟ୍ରକ ଦୁର୍ଘଟଣା ହୋଇଛି । ଫଳରେ ଏକ ଦୁର୍ଘଟଣା ଗ୍ରସ୍ତ ଟ୍ରକ...

ଦୋକାନରେ ଶୋଇଥବା ବେଳେ ଲାଗିଗଲା ନିଆଁ, ଦୋକାନୀ ଜୀବନ୍ତଦଗ୍ଧ

ପାଟକୁରା ୨୭/୧୨(ରବୀନ୍ଦ୍ର ନାଥ ବାରିକ ): କେନ୍ଦ୍ରାପଡା ଜିଲା ଗରଦପୁର ବ୍ଳକ ଅଧୀନ କଳାବୁଦା ବାରୁଣୀ ବଜାରରେ ଶନିବାର ଏକ ଦୁଃଖଦ ଘଟଣା ଘିଟିଛି ।...

ଭାଷଣ ଦେଉଥିଲେ ଭାଜପା ଏମ୍‌ପି. ଆକ୍ରମଣ କଲା ମହୁମାଛି: ଆଉ ତା’ପରେ…

ଲକ୍ଷ୍ନୌ,୨୭।୧୨: ଉତ୍ତର ପ୍ରଦେଶର ଦେଓରିଆର ରବିନ୍ଦ୍ର କିଶୋର ଶାହି ଷ୍ଟାଡିୟମରେ ସଂସଦୀୟ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହେଉଥିଲା। କ୍ରୀଡା ମହୋତ୍ସବର ଶେଷ ପର୍ଯ୍ୟାୟ ଶେଷ ହୋଇଥିଲା।...

ପୋଲକୁ ଧକ୍କା ଦେଇ ଓଲଟିଲା ଟୁରିଷ୍ଟ ଗାଡ଼ି, ୭ଜଣ ଆହତ

ସମ୍ବଲପୁର: ରେଢ଼ାଖୋଲ ରାସ୍ତାରେ ସଡ଼କ ଦୁର୍ଘଟଣା । ଭୁବନେଶ୍ୱରରୁ ସମ୍ବଲପୁର ଯିବା ବେଳେ ଦୁର୍ଘଟଣା ଘଟିଥିବା ସୂଚନା ରହିଛି । ପୋଲକୁ ଧକ୍କା ଦେଇ ଓଲଟିପଡିଲା...

୫୨୦ ନମ୍ବର ଜାତୀୟ ରାଜପଥରେ ଦୁଇ ଟ୍ରକ ମୁହାଁମୁହିଁ ଧକ୍କା , ୨ ଡ୍ରାଇଭରଙ୍କ ମୃତ୍ୟୁ

ବଣାଇଁ, ୨୭|୧୨(ପ୍ରଦୀପ ତ୍ରିପାଠୀ )-: କୋଇଡାରେ ସଡ଼କ ଦୁର୍ଘଟଣା । ମୁହାଁମୁହିଁ ଧକ୍କା ହେଲା ଦୁଇ ଟ୍ରକ । ଭୟଙ୍କର ଦୁର୍ଘଟଣାରେ ୨ ଡ୍ରାଇଭରଙ୍କ ମୃତ୍ୟୁ...

ବାଂଲାଦେଶରେ କଳାକାରଙ୍କ ଉପରେ ଆକ୍ରମଣ, ପଥର ଫିଙ୍ଗିବା ପରେ ଗାୟକଙ୍କ…

ନୂଆଦିଲ୍ଲୀ,୨୭ା୧୨: ବାଂଲାଦେଶରେ କଳାକାର ଏବଂ ସାଂସ୍କୃତିକ ଅନୁଷ୍ଠାନ ଉପରେ ଆକ୍ରମଣର ଧାରାବାହିକ ଅହରହ ଜାରି ରହିଛି । ସଦ୍ୟତମ ଘଟଣାଟି ଢାକାରୁ ପ୍ରାୟ ୧୨୦ କିଲୋମିଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri