ଆମେରିକାରେ ଚମକିଲେ ଓଡ଼ିଆ ଯବାନ: ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭଞ୍ଜନଗର,୫।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ତନରଡା ଆଇଆର୍‌ବି ୮ମ ସ୍ବତନ୍ତ୍ର ବାଟାଲିୟନର ଯବାନ ଅଶୋକ ଦଣ୍ଡସେନା ଆମେରିକାର ବର୍ମିହୋମରେ ଚାଲିଥିବା ବିଶ୍ବ ପୋଲିସ ଓ ଫାୟାର କ୍ରୀଡ଼ାରେ ଚମକିଲେ । ବିଶ୍ବ ପୋଲିସ ଓ ଫାୟାର କ୍ରୀଡ଼ାରେ ଦଣ୍ଡସେନା ଭାଗ ନେଇ ଦୌଡ଼ରେ ୪ଟି ସ୍ବର୍ଣ୍ଣ ପଦକ ଶନିବାର ସୁଦ୍ଧା ଜିତିଛନ୍ତି।

ସେ ଦେଶ, ରାଜ୍ୟ, ବାଟାଲିୟନ ଓ ଜନ୍ମ ମାଟି ପାଇଁ ଗର୍ବ ଆଣିଛନ୍ତି। ଦଣ୍ଡସେନାଙ୍କ ଏହି ସଫଳତାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଖୁଶି ବ୍ୟକ୍ତ କରିବା ସହ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏଥିସହ ଆଇଆର୍‌ବି ସ୍ବତନ୍ତ୍ର ଅଷ୍ଟମ ବାଟାଲିୟନ ଦୁର୍ଗପତି ସୁଧାକର ମିଶ୍ର ପ୍ରମୁଖ ଶୁଭେଛା ଜଣାଇଛନ୍ତି।

ସୂଚନା ଯୋଗ୍ୟ, ଦଣ୍ଡସେନାଙ୍କ ନିଜ ବାସଭବନ ହେଉଛି ବୌଦ୍ଧ ଜିଲାରେ। ସେ ୨୦୧୩ରୁ ତନରଡା ଆଇଆର୍‌ବି ୮ମ ସ୍ବତନ୍ତ୍ର ବାଟାଲିୟନର ଯବାନ ଭାବେ କାର୍ଯ୍ୟରତ ଅଛନ୍ତି। ସେ ବିଭିନ୍ନ କ୍ରୀଡା ପ୍ରତିଯୋଗିତାରେ ଭାଗ ନେଇ ବିଗତ ଦିନରେ ବାଟାଲିୟନ ପାଇଁ ସଫଳତା ଆଣିଥିଲେ।

ଏନେଇ ବିଶ୍ବସ୍ତରୀୟ ପ୍ରତିଯୋଗୀତାରେ ଭାଗ ନେବାପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟବସ୍ଥା ହୋଇଥିଲା। ତେଣୁ ସେ ରିଲାଏନ୍ସ କମ୍ପାନୀ ସହଯୋଗରେ ସାଢ଼େ ୩ ବର୍ଷ ହେଲା ସେ ଭୁବନେଶର କଳିଙ୍ଗ ଷ୍ଟାଡିୟମରେ ଅଭ୍ୟାସ କରୁଥିଲେ। ବର୍ତ୍ତମାନ ସେ ୮୦୦ ମିଟର ଦୌଡ଼, ୧୫୦୦, ୫୦୦୦ ଏବଂ ୧୦୦୦୦ ମିଟର ଦୌଡ଼ ପ୍ରତିଯୋଗିତାରେ ଭାଗ ନେଇ ସ୍ବର୍ଣ୍ଣ ପଦକ ବିଜୟୀ ହୋଇଛନ୍ତି। ଆଗାମୀ ଦିନରେ ଏସିଆନ ଗେମ୍ସ ଏବଂ ଅଲିମ୍ପିକରେ ଭାଗ ନେବା ପାଇଁ ଦଣ୍ଡସେନା ପ୍ରସ୍ତୁତ ହେଉଥିବା ବାଟାଲିୟନ ପକ୍ଷର ସୂଚନା ଦିଆଯାଇଛି।

ଦଣ୍ଡସେନାଙ୍କ ସମେତ ରାଜ୍ୟର ଆଉ ୩ଜଣ ଯୁବ ପୋଲିସ ଉକ୍ତ ପ୍ରତିଯୋଗିତାରେ ଭାଗ ନେଇ ରାଜ୍ୟ ପୋଲିସ ବାହିନୀ ପାଇଁ ଗୌରବ ଆଣିଛନ୍ତି। କନେଷ୍ଟବଲ ସସ୍ମିତା ଟିଗା ୧୫୦୦ ମିଟର ଦୌଡରେ ସର୍ଣ୍ଣ ପଦକ ବିଜୟୀ ହୋଇଛନ୍ତି। କନେଷ୍ଟବଲ ଭଗବାନ ରେଡ୍ଡୀ ୬୪ କିଗ୍ରାରୁ କମ କରାଟରେ ଭାଗ ନେଇ ସ୍ବର୍ଣ୍ଣ ପଦକ ବିଜୟୀ ହୋଇଛନ୍ତି।

କନେଷ୍ଟବଲ ସୁମନ ଶେଖର ଦାସ ୮୪ କିଗ୍ରାରୁ କମ୍‌ ବର୍ଗରେ ଭାଗ ନେଇ ସ୍ବର୍ଣ୍ଣ ପଦକ ବିଜୟୀ ହୋଇଛନ୍ତି। ସମସ୍ତଙ୍କ ସଫଳତାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୂର ଖୁରାନିଆ ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଦଳିବ ଭଞ୍ଜନଗର ପର୍ଯ୍ୟଟନର ଚେହେରା: ଗଠନ ହେବ ଉପଖଣ୍ଡ ସ୍ତରୀୟ କମିଟି, ବୋଟିଂ-ଭାସମାନ ରେଷ୍ଟୁରାଣ୍ଟ…

ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡରେ ପର୍ଯ୍ୟଟନର ସାମଗ୍ରିକ ବିକାଶ, ପ୍ରମୁଖ ପର୍ଯ୍ୟଟନ ସ୍ଥଳୀଗୁଡ଼ିକର ଭିତ୍ତିଭୂମି ସୁଦୃଢ଼ୀକରଣ ଏବଂ ପର୍ଯ୍ୟଟକମାନଙ୍କୁ ଉନ୍ନତ ସୁବିଧା ପ୍ରଦାନ ନେଇ ମଙ୍ଗଳବାର ଉପଜିଲାପାଳଙ୍କ…

୭୨ତମ ବନ୍ୟପ୍ରାଣୀ ସପ୍ତାହ ପୂର୍ବରୁ ଭଞ୍ଜନଗରରେ ଆଲୋଚନାଚକ୍ର: ବନ୍ୟପ୍ରାଣୀ ସୁରକ୍ଷା ପାଇଁ ସାମୂହିକ ସହଭାଗିତା ଉପରେ…

ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ୭୨ତମ ବନ୍ୟପ୍ରାଣୀ ସପ୍ତାହ ପାଳନ ପୂର୍ବରୁ ମଙ୍ଗଳବାର ଭଞ୍ଜନଗର ଲାଲସିଂ ନର୍ସରୀଠାରେ ଘୁମୁସର ଉତ୍ତର ଓ ଦକ୍ଷିଣ ବନଖଣ୍ଡ ପକ୍ଷରୁ ବନ୍ୟପ୍ରାଣୀ ସୁରକ୍ଷା ଉପରେ…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ମା’ ବୁଢ଼ୀ ଠାକୁରାଣୀ ଯାତ୍ରା ନିମନ୍ତେ ଶୁଭଖୁଣ୍ଟି ସ୍ଥାପନ: ଅକ୍ଟୋବର ୧୭ରୁ ଆରମ୍ଭ ହେବ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅଧିଷ୍ଠାତ୍ରୀ ଦେବୀ ମା’ ବୁଢ଼ୀ ଠାକୁରାଣୀଙ୍କ ପବିତ୍ର ଶାରଦୀୟ ଯାତ୍ରା ମହୋତ୍ସବ ନିମନ୍ତେ ବଜାର ସାହି…

ବିଦ୍ୟାଳୟ ପରିଦର୍ଶନ କଲେ ସରପଞ୍ଚ: ମୁଖ୍ୟ ଫାଟକ ନିର୍ମାଣ ପାଇଁ ପ୍ରଧାନଶିକ୍ଷୟତ୍ରୀଙ୍କୁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡ଼ି,୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସ୍ଥିତ ରାପଡ଼ାବାଡ଼ି ସରକାରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଦେଖାଦେଇଥିବା ବିଭିନ୍ନ ଅବ୍ୟବସ୍ଥା ଓ ସମସ୍ୟାର ସମାଧାନ ପାଇଁ…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

୫ ରାଶି ଉପରେ କୃପା କରିବେ ଶନି; ଟଙ୍କାରେ ପୁରିଯିବ ଘର, କ୍ୟାରିୟରରେ ମିଳିବ ବଡ଼ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମଫଳଦାତା ଏବଂ ନ୍ୟାୟର କାରକ ଗ୍ରହ ବୋଲି ବିବେଚନା କରାଯାଏ। ଶନି ପ୍ରତ୍ୟେକ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଶୁଭ ତଥା ଅଶୁଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?