Posted inଖେଳ

ମହାରାଷ୍ଟ୍ର ପାଇଁ ଗୌରବ ଆଣିଲେ ଓଡ଼ିଆ ପୁଅ

ଭୁବନେଶ୍ୱର, ୨୧।୮(ତପନ ସ୍ବାଇଁ): କଳିଙ୍ଗ ଷ୍ଟାଡିୟମରେ ରବିବାର ଶେଷ ହୋଇଛି ଜାତୀୟ ଜୁନିୟର ଓ ସବ୍‌ଜୁନିୟର ଆକ୍ୱାଟିକ୍‌ ଚାମ୍ପିୟନଶିପ୍‌। ଗତ ୧୬ ତାରିଖରୁ ଆରମ୍ଭ ହୋଇଥିବା ଏହି ମେଗା ପ୍ରତିଯୋଗିତାରେ ୨୫ ରାଜ୍ୟ ଓ ଅନୁଷ୍ଠାନରୁ ୯୦୦ରୁ ଊର୍ଦ୍ଧ୍ୱ ସନ୍ତରଣକାରୀ ଅଂଶଗ୍ରହଣ କରିଥିଲେ। ଏଥିରେ ଓଡ଼ିଶାରୁ ୩୨ ସନ୍ତରଣକାରୀ ଅଂଶଗ୍ରହଣ କରିଥିଲେ। ସେମାନଙ୍କ ମଧ୍ୟରେ ୧୫ ମହିଳା ଓ ୧୭ ପୁରୁଷ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ। ସେମାନଙ୍କ ମଧ୍ୟରୁ କେହି ଜଣେ ହେଲେ ପ୍ରତିଯୋଗୀ ପଦକ ଜିତିବାରେ ସକ୍ଷମ ହୋଇନାହାନ୍ତି। ତେବେ ମହାରାଷ୍ଟ୍ର ପାଇଁ ଗୌରବ ଆଣିଛନ୍ତି ଜଣେ ଓଡ଼ିଆ ଖେଳାଳି। ସେ ହେଉଛନ୍ତି ରିଷଭ ଦାସ। ରିଷଭ କେବଳ ଯେ ପଦକ ହାସଲ କରିଛନ୍ତି ତା’ ନୁହେଁ ଭାଗ ନେଇଥିବା ୮ ଇଭେଣ୍ଟରୁ ୭ଟି ପଦକ ଜିତି ଏକପ୍ରକାର ସୁଇପ୍‌ କରିଛନ୍ତି କହିଲେ ଭୁଲ ହେବନି।
ରିଷଭଙ୍କ ଘର କଟକରେ। ତାଙ୍କ ମା’ଙ୍କ ନାମ ପ୍ରଜ୍ଞା ଓ ବାପା ଅନୁପମ ଦାସ। ପରିବାର ସହ ପିଲାଟି ଦିନରୁ ନଭି ମୁମ୍ବାଇରେ ରହୁଥିବା ମହାରାଷ୍ଟ୍ର ରାଜ୍ୟ ପକ୍ଷରୁ ଜାତୀୟ ସ୍ତରୀୟ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ଆସୁଛନ୍ତି। ୧୬ ବର୍ଷୀୟ ରିଷଭ କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ଜାତୀୟ ପ୍ରତିଯୋଗିତାରେ ୫ଟି ସ୍ବର୍ଣ୍ଣ ଏବଂ ୨ଟି ରୌପ୍ୟ ପଦକ ହାସଲ କରିଛନ୍ତି। ୧୦୦ ମିଟର ବ୍ୟାକ୍‌ଷ୍ଟ୍ରୋକ୍‌, ୧୦୦ ମିଟର ଫ୍ରିଷ୍ଟାଇଲ, ୨୦୦ ମିଟର ବ୍ୟାକ୍‌ଷ୍ଟ୍ରୋକ୍‌, ୧୦୦ ମିଟର ଫ୍ରିଷ୍ଟାଇଲ ରିଲେ ଏବଂ ୨୦୦ ମିଟର ଫ୍ରିଷ୍ଟାଇଲ୍‌ ରିଲେରେ ସେ ସ୍ବର୍ଣ୍ଣିମ ସଫଳତା ପାଇଛନ୍ତି। ଏହା ବ୍ୟତୀତ ୫୦ ମିଟର ବ୍ୟାକ୍‌ଷ୍ଟ୍ରୋକ୍‌ ଏବଂ ୧୦୦ ମିଟର ମିଡ୍‌ଲେ ରିଲେରେ ସେ ରୌପ୍ୟ ପଦକ ହାସଲ କରିଛନ୍ତି। କେବଳ ୫୦ ମିଟର ମିଡ୍‌ଲେ ଇଭେଣ୍ଟରେ ସେ ପଦକ ମିସ୍‌ କରିଥିଲେ। ରିଷଭ ସମ୍ପ୍ରତି ମହାରାଷ୍ଟ୍ରର ଭାଶିସ୍ଥିତ ଅଗ୍‌ନେଲ ମଲ୍ଟିପର୍ପୋସ ସ୍କୁଲ୍‌ର ୧୦ମ ଷ୍ଟାଣ୍ଡାର୍ଡର ଛାତ୍ର। ଶିବ ଛତ୍ରପତି ପୁରସ୍କାରପ୍ରାପ୍ତ କୋଚ୍‌ ଗୋକୁଳ କାମାଥ ଓ ରୁତୁଜା ଉଦେଶିଙ୍କଠାରୁ ସେ ପ୍ରଶିକ୍ଷଣପ୍ରାପ୍ତ।
୧୪ ବର୍ଷର ହୋଇଥିବାବେଳେ ରିଷଭ ୨୦୨୧ ଖେଲୋ ଇଣ୍ଡିଆ ୟୁଥ୍‌ ଗେମ୍ସ ପାଇଁ ମନୋନୀତ ହୋଇଥିଲେ। ସେଥିରେ ସେ ୧୮ ବର୍ଷରୁ କମ୍‌ ବର୍ଗରେ ଗୋଟିଏ ଲେଖାଏ ରୌପ୍ୟ ଓ ବ୍ରୋଞ୍ଜ ପଦକ ପାଇଥିଲେ। ସେଠାରେ ସେ ଭାରତର ସର୍ବକନିଷ୍ଠ ଖେଲୋ ଇଣ୍ଡିଆ ପଦକ ବିଜେତା ହୋଇଥିଲେ। ୨୦୨୨ ଖେଲୋ ଇଣ୍ଡିଆ ୟୁଥ୍‌ ଗେମ୍ସରେ ସେ ୨ ସ୍ବର୍ଣ୍ଣ ଏବଂ ଗୋଟିଏ ବ୍ରୋଞ୍ଜ ପଦକ ଜିତିଥିଲେ। କଳିଙ୍ଗ ଷ୍ଟାଡିୟମର ନବନିର୍ମିତ ଆକ୍ୱାଟିକ୍‌ ସେଣ୍ଟରରେ ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି ରିଷଭ। ଏଠାକାର ଭିତ୍ତିଭୂମି ଏବଂ ସୁବିଧା ସୁଯୋଗରେ ସେ ଅଭିଭୂତ। ଏଥିପାଇଁ ସେ ଓଡ଼ିଶା ସରକାରଙ୍କୁ ପ୍ରଶଂସା କରିଛନ୍ତି। ୨୦୦ ମିଟର ବ୍ୟାକ୍‌ଷ୍ଟ୍ରୋକ୍‌ରେ ୨:୦୬. ୧୩ ସେକେଣ୍ଡ ସମୟ ନେଇଥିବା ରିଷଭ ଶ୍ରେଷ୍ଠ ସନ୍ତରଣକାରୀ ବିବେଚିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସ ରଚିଲେ ସୁନା ଝିଅ ଲଭଲିନା: ମେରିକମ୍‌ଙ୍କୁ ପଛରେ ପକାଇ କଲେ କମାଲ୍‌

ନୂଆଦିଲ୍ଲୀ,୨।୧୦: ଭାରତୀୟ ବକ୍ସିଂ ପାଇଁ ଆସିଛି ବଡ଼ ଖୁସି ଖବର। ୨୦୨୬ ଏସିଆନ ଗେମ୍ସରେ ମହିଳା ୭୫ କିଲୋଗ୍ରାମ ବର୍ଗରେ ସ୍ବର୍ଣ୍ଣ ପଦକ ଜିତିଛନ୍ତି ଭାରତୀୟ ବକ୍ସର…

ଆସୁଛି ଲଘୁଚାପ; ଏଥର ବର୍ଷାରେ ଭିଜିପାରେ ଦଶହରା, ଏହି ଜିଲାରେ…

ଭୁବନେଶ୍ୱର,୨।୧୦: ଆସୁଛି ଆଉ ଏକ ଲଘୁଚାପ । ଦଶହରା ସମୟରେ ବଡ଼ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତା ୧୨ ତାରିଖରେ…

ଚୌକା-ଛକା ବର୍ଷା କଲେ ବୈଭବ ସୂର୍ଯ୍ୟବଂଶୀ: ଧୂଆଁଧାର ବ୍ୟାଟିଂ କରୁ କରୁ…

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ର ଦ୍ୱିତୀୟ ସେମିଫାଇନାଲରେ ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରୋମାଞ୍ଚକର ମୁକାବିଲା ଜାରି ରହିଛି। ମ୍ୟାଚ୍ରେ ଭାରତ ପାଇଁ ପାଳି ଆରମ୍ଭ କରିଥିବା…

ବାଲେଶ୍ବରରେ ଲଗାତାର ଅଗ୍ନିକାଣ୍ଡ, ରାତିଅଧରେ ଜଳିଗଲା ଜଳିଗଲା ବ୍ୟାନର ଦୋକାନ

ବାଲେଶ୍ୱର,୨।୧୦( ବାଞ୍ଛାନିଧି ଦେ): ବାଲେଶ୍ୱର ଚର୍ଚ୍ଚ ଲାଇନ୍‌ ଗଳିରେ ଗୁରୁବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି । ବିଦ୍ୟୁତ୍‌ ସର୍ଟ ସର୍କିଟ୍‌ରୁ ଜଳିଗଲା ଏକ ବ୍ୟାନର୍‌…

ଅକ୍ଟୋବର ୪ରୁ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର, ଲିଟର ପିଛା….

ଭୁବନେଶ୍ୱର,୨।୧: ଅକ୍ଟୋବର ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର । ଓଡ଼ିଶା ଷ୍ଟେଟ୍ କୋ-ଅପରେଟିଭ୍ ମିଲ୍କ ପ୍ରଡ୍ୟୁସର୍ସ ଫେଡେରେସନ୍ (ଓମ୍‌ଫେଡ୍) ପକ୍ଷରୁ ବିଭିନ୍ନ ପ୍ରକାର କ୍ଷୀରର…

କ୍ୟାନସରକୁ ହରାଇ ୧୦ ବର୍ଷ ପରେ ଦଳକୁ ଫେରିଲେ ଏହି କ୍ରିକେଟର୍‌: ଅଚାନକ ମିଳିଲା..

ସିଡନୀ,୨।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ ପାଇଁ ଅଷ୍ଟ୍ରେଲିଆ କ୍ରିକେଟ ଦଳରେ ବଡ଼ ପରିବର୍ତ୍ତନ ହୋଇଛି। ଟେଷ୍ଟିକୁଲାର କ୍ୟାନସର ଭଳି ଗୁରୁତର ରୋଗକୁ ପରାସ୍ତ କରି…

ଟିଏମ୍‌ସିର ଜବତ ବ୍ୟାଙ୍କ ଆକାଉଣ୍ଟ ମାମଲା, ହସ୍ତକ୍ଷେପ କରିବାକୁ ମନାକଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨।୧୦: ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମ୍‌ସି ଗୋଷ୍ଠୀର ପ୍ରାୟ ୮୦୪ କୋଟି ଟଙ୍କା ଥିବା ୪ଟି ଜବତ (ଡେବିଟ୍‌-ଫ୍ରିଜ) ବ୍ୟାଙ୍କ ଆକାଉଣ୍ଟକୁ ପରିଚାଳନା କରିବାକୁ ଅନୁମତି ଦେବା…

କାର୍ଯ୍ୟକାରୀ ହେଲା ଜନ୍ମ, ମୃତ୍ୟୁ ସଂଶୋଧନ ଆଇନ

ନୂଆଦିଲ୍ଲୀ,୨।୧୦: ଜନ୍ମ ଓ ମୃତ୍ୟୁ ପଞ୍ଜୀକରଣ (ସଂଶୋଧନ) ଆଇନ, ୨୦୨୬ ଗୁରୁବାରଠାରୁ ଦେଶରେ ଲାଗୁ ହୋଇଛି । ଏଥିରେ ନିର୍ଦ୍ଧାରିତ ସମୟସୀମା ପରେ ଜଣାଯାଇଥିବା ଜନ୍ମ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?