ଫଳକରେ ଓଡ଼ିଆ ବନାନ ତ୍ରୁଟି

ସୁନାବେଡ଼ା/ସେମିଳିଗୁଡା,୫ା୪ (କୃତ୍ତିବାସ ପ୍ରଧାନ/ବାସୁଦେବ ବରାଡ଼): ଓଡ଼ିଆ ଭାଷାର ପ୍ରଚାର ପ୍ରସାର ପାଇଁ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। କିନ୍ତୁ ଏହାର ସୁଫଳ ମିଳୁ ନ ଥିବା କୋରାପୁଟ ଜିଲାର ବିଭିନ୍ନ ସ୍ଥାନରେ ଲାଗିଥିବା ଫଳକରୁ ଜଣାପଡୁଛି। ଏହି ଫଳକଗୁଡ଼ିକରେ ଓଡ଼ିଆ ବନାନରେ ତ୍ରୁଟି ରହିଛି।
କେନ୍ଦ୍ର ସରକାରଙ୍କ ଭାରତ ମାଳା ଯୋଜନାରେ ରାୟପୁରରୁ ବିଶାଖାପାଟଣା ପର୍ଯ୍ୟନ୍ତ ୬ ଥାକିଆ ରାସ୍ତା ନିର୍ମାଣ କାର୍ଯ୍ୟ ଜୋରସୋରରେ ଚାଲିଛି। କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳ ଦେଇ ଯାଇଥିବା ଏହି ରାସ୍ତା ପାର୍ଶ୍ୱରେ ଚିହ୍ନଟ ପାଇଁ ସ୍ଥାନ ଗୁଡିକର ନାମ ଫଳକ ଲଗାଯାଇଛି। ଫଳକ ଗୁଡ଼ିକ ଓଡ଼ିଆ ଓ ଇଲିଂଶରେ ଲେଖା ରହିଛି। କିନ୍ତୁ ଅନେକ ଫଳକରେ ଓଡ଼ିଆ ନାଁ ଗୁଡିକରେ ତ୍ରୁଟି ପରିଲକ୍ଷିତ ହୋଇଛି। ଫଳକରେ କୁନ୍ଦୁଲି ବଦଳରେ କୁଣ୍ଡୁଲି ଓ ପଟ୍ଟାଙ୍ଗି ବଦଳରେ ପୋଟାଙ୍ଗି ରହିଥିବାରୁ ପ୍ରତିକ୍ରିୟା ପ୍ରକାଶ ପାଇଛି। ଏ ପର୍ଯ୍ୟନ୍ତ ବ୍ୟବସାୟିକ ପ୍ରତିଷ୍ଠାନଗୁଡ଼ିକରୁ ଇଂଲିଶ ନାମ ଫଳକ ହଟାଇବାରେ ସରକାର ବିଫଳ ହୋଇଥିବା ବୁଦ୍ଧିଜୀବି ପ୍ରକାଶ କରିଛନ୍ତି। ପୂର୍ବ ସରକାର ଏଥିପାଇଁ ନିୟମ ସହ ଦଣ୍ଡ ବିଧାନ ବ୍ୟବସ୍ଥା କରିଥିଲେ। କିନ୍ତୁ କାର୍ଯ୍ୟକ୍ରାରୀ ହୋଇପାରୁ ନାହିଁ। ଓଡ଼ିଆରେ ନାମ ଫଳକ ଲଗାଇବାକୁ ଶୁକ୍ରବାର ଏକ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ସ୍କୁଲ ଛାତୀଛାତ୍ର ବିଭିନ୍ନ ପ୍ଲାକାର୍ଡ ଓ ବ୍ୟାନର ଧରି ସହର ପରିକ୍ରମା କରିଥିଲେ। ଅନ୍ୟ ରାଜ୍ୟଗୁଡ଼ିକ ଆଞ୍ଚଳିକ ଭାଷାକୁ ପ୍ରାଧାନ୍ୟ ଦେଉଥିବା ବେଳେ ଓଡ଼ିଶାରେ ଏହାର ବ୍ୟତିକ୍ରମ ହେଉଥିବା ବୁଦ୍ଧିଜୀବୀ କହିଛନ୍ତି।
ଏ ସମ୍ପର୍କରେ କୋରାପୁଟ ଜିଲାପାଳ ଭି.କୀର୍ତ୍ତିଭାସନଙ୍କୁ ପଚାରିବାରୁ ହୋଇଥିବା ତ୍ରୁଟି ସମ୍ପର୍କରେ ବିଭାଗୀୟ ଅଧିକାରୀଙ୍କୁ ଅବଗତ କରିବା ସହ ସ୍ଥାନୀୟ ବ୍ୟକ୍ତିଙ୍କ ସହଯୋଗରେ ସେଥିରେ ସୁଧାର କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

କମାଲ ଦେଖାଇଲେ ଶିଶୁ ବୈଜ୍ଞାନିକ, ଜିଲାପାଳ କହିଲେ…

ବରଗଡ଼,୬ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାଣା ପ୍ରତାପ ସ୍କୁଲ ପଡ଼ିଆରେ ଶନିବାର ଜିଲାସ୍ତରୀୟ ବିଜ୍ଞାନ ମେଳା ଉଦ୍‌ଘାଟିତ ହୋଇଛି। ଜିଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁଙ୍କ ଅଧ୍ୟକ୍ଷତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri