ଫଳକରେ ଓଡ଼ିଆ ବନାନ ତ୍ରୁଟି

ସୁନାବେଡ଼ା/ସେମିଳିଗୁଡା,୫ା୪ (କୃତ୍ତିବାସ ପ୍ରଧାନ/ବାସୁଦେବ ବରାଡ଼): ଓଡ଼ିଆ ଭାଷାର ପ୍ରଚାର ପ୍ରସାର ପାଇଁ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। କିନ୍ତୁ ଏହାର ସୁଫଳ ମିଳୁ ନ ଥିବା କୋରାପୁଟ ଜିଲାର ବିଭିନ୍ନ ସ୍ଥାନରେ ଲାଗିଥିବା ଫଳକରୁ ଜଣାପଡୁଛି। ଏହି ଫଳକଗୁଡ଼ିକରେ ଓଡ଼ିଆ ବନାନରେ ତ୍ରୁଟି ରହିଛି।
କେନ୍ଦ୍ର ସରକାରଙ୍କ ଭାରତ ମାଳା ଯୋଜନାରେ ରାୟପୁରରୁ ବିଶାଖାପାଟଣା ପର୍ଯ୍ୟନ୍ତ ୬ ଥାକିଆ ରାସ୍ତା ନିର୍ମାଣ କାର୍ଯ୍ୟ ଜୋରସୋରରେ ଚାଲିଛି। କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳ ଦେଇ ଯାଇଥିବା ଏହି ରାସ୍ତା ପାର୍ଶ୍ୱରେ ଚିହ୍ନଟ ପାଇଁ ସ୍ଥାନ ଗୁଡିକର ନାମ ଫଳକ ଲଗାଯାଇଛି। ଫଳକ ଗୁଡ଼ିକ ଓଡ଼ିଆ ଓ ଇଲିଂଶରେ ଲେଖା ରହିଛି। କିନ୍ତୁ ଅନେକ ଫଳକରେ ଓଡ଼ିଆ ନାଁ ଗୁଡିକରେ ତ୍ରୁଟି ପରିଲକ୍ଷିତ ହୋଇଛି। ଫଳକରେ କୁନ୍ଦୁଲି ବଦଳରେ କୁଣ୍ଡୁଲି ଓ ପଟ୍ଟାଙ୍ଗି ବଦଳରେ ପୋଟାଙ୍ଗି ରହିଥିବାରୁ ପ୍ରତିକ୍ରିୟା ପ୍ରକାଶ ପାଇଛି। ଏ ପର୍ଯ୍ୟନ୍ତ ବ୍ୟବସାୟିକ ପ୍ରତିଷ୍ଠାନଗୁଡ଼ିକରୁ ଇଂଲିଶ ନାମ ଫଳକ ହଟାଇବାରେ ସରକାର ବିଫଳ ହୋଇଥିବା ବୁଦ୍ଧିଜୀବି ପ୍ରକାଶ କରିଛନ୍ତି। ପୂର୍ବ ସରକାର ଏଥିପାଇଁ ନିୟମ ସହ ଦଣ୍ଡ ବିଧାନ ବ୍ୟବସ୍ଥା କରିଥିଲେ। କିନ୍ତୁ କାର୍ଯ୍ୟକ୍ରାରୀ ହୋଇପାରୁ ନାହିଁ। ଓଡ଼ିଆରେ ନାମ ଫଳକ ଲଗାଇବାକୁ ଶୁକ୍ରବାର ଏକ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ସ୍କୁଲ ଛାତୀଛାତ୍ର ବିଭିନ୍ନ ପ୍ଲାକାର୍ଡ ଓ ବ୍ୟାନର ଧରି ସହର ପରିକ୍ରମା କରିଥିଲେ। ଅନ୍ୟ ରାଜ୍ୟଗୁଡ଼ିକ ଆଞ୍ଚଳିକ ଭାଷାକୁ ପ୍ରାଧାନ୍ୟ ଦେଉଥିବା ବେଳେ ଓଡ଼ିଶାରେ ଏହାର ବ୍ୟତିକ୍ରମ ହେଉଥିବା ବୁଦ୍ଧିଜୀବୀ କହିଛନ୍ତି।
ଏ ସମ୍ପର୍କରେ କୋରାପୁଟ ଜିଲାପାଳ ଭି.କୀର୍ତ୍ତିଭାସନଙ୍କୁ ପଚାରିବାରୁ ହୋଇଥିବା ତ୍ରୁଟି ସମ୍ପର୍କରେ ବିଭାଗୀୟ ଅଧିକାରୀଙ୍କୁ ଅବଗତ କରିବା ସହ ସ୍ଥାନୀୟ ବ୍ୟକ୍ତିଙ୍କ ସହଯୋଗରେ ସେଥିରେ ସୁଧାର କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri