ଭୁବନେଶ୍ୱରରେ ପହଞ୍ଚିଲେ ମଣିପୁରରେ ପଢୁଥିବା ଓଡ଼ିଆ ଛାତ୍ରୀଛାତ୍ର, ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଲେ ଧନ୍ୟବାଦ

ଭୁବନେଶ୍ୱର,୭ା୫(ବ୍ୟୁରୋ): ମଣିପୁରର କେନ୍ଦ୍ରୀୟ କୃଷି ବିଶ୍ୱବିଦ୍ୟାଳୟରେ ପଢୁଥିବା ୧୦ ଜଣ ଓଡ଼ିଆ ଛାତ୍ରୀଛାତ୍ର ରବିବାର ସୁରକ୍ଷିତ ଭାବରେ ଭୁବନେଶ୍ବରରେ ପହଞ୍ଚିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଓଡ଼ିଶା ମୋ’ ପରିବାର ପକ୍ଷରୁ ଜାତିଗତ ହିଂସାରେ କ୍ଷତିଗ୍ରସ୍ତ ମଣିପୁରରେ ପାଠ ପଢୁଥିବା ଓଡ଼ିଆ ଛାତ୍ରୀଛାତ୍ରଙ୍କୁ ଓଡ଼ିଶା ଆଣିବାକୁ ଉଦ୍ୟମ ଆରମ୍ଭ ହୋଇଥିଲା। ଶନିବାର ରାତିରେ ସେମାନଙ୍କୁ କୋଲକାତା ଅଣାଯାଇଥିଲା। ଆଜି ପୂର୍ବାହ୍ନରେ ସେମାନେ ଆସି ଭୁବନେଶ୍ବରରେ ପହଞ୍ଚିଥିଲେ। ପରେ ସେମାନେ ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ। ସୁରକ୍ଷିତ ଭାବରେ ସେମାନଙ୍କୁ ଭୁବନେଶ୍ବର ଫେରାଇ ଆଣିଥିବାରୁ ସେମାନେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି।

ମୁଖ୍ୟମନ୍ତ୍ରୀ ସେମାନଙ୍କୁ ସେମାନଙ୍କ ପାଠପଢ଼ା ବିଷୟରେ ପଚାରି ବୁଝିବା ସହ ଖୁବ୍‌ଶୀଘ୍ର ମଣିପୁରରେ ସ୍ବାଭାବିକ ଅବସ୍ଥା ଫେରି ଆସିବ ବୋଲି ଆଶା ବ୍ୟକ୍ତ କରିଛନ୍ତି। ପିଲାମାନଙ୍କୁ ହକି ଜର୍ସି ଦେଇ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ସ୍ବାଗତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଣବିକ ପ୍ରତିରୋଧ ଓ ମହାଶକ୍ତି

ଆଣବିକ ଅସ୍ତ୍ରଶସ୍ତ୍ର ଯୋଗୁ ମହାଶକ୍ତିଙ୍କ ମଧ୍ୟରେ ଯୁଦ୍ଧର ବିଜୟ ଅସମ୍ଭବ ହୋଇଯାଇଛି। ଅର୍ଥାତ୍‌ ମହାଶକ୍ତିଙ୍କ ନିକଟରେ ଏତେ ଅଣୁ ଅସ୍ତ୍ରଶସ୍ତ୍ର ରହିଛି ଯେ, ଯଦି ସେମାନଙ୍କ ମଧ୍ୟରେ…

ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ

ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ…

କନିଷ୍ଠ ଶିକ୍ଷକଙ୍କୁ ନିୟମିତ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି: ପିଛିଲା ଭାବେ ମିଳିବ ମୋଟାଅଙ୍କର ଦରମା …

ଭୁବନେଶ୍ୱର,୩ା୪ (ସୁଚିସ୍ମିତା ସାହୁ):କନିଷ୍ଠ ଶିକ୍ଷକ (ସ୍କିମାଟିକ୍‌)ଙ୍କୁ ନିୟମିତ କରିବା ପାଇଁ ଗୁରୁବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି କନିଷ୍ଠ ଶିକ୍ଷକମାନେ ସହକାରୀ ଶିକ୍ଷକ ଭାବେ…

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ

କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି।…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri