ନିଯୁକ୍ତ ହେବେ ଓଡ଼ିଆ ଶିକ୍ଷକ, ଗଣଶିକ୍ଷା ବିଭାଗର ବଡ଼ ସୂଚନା

ଭୁବନେଶ୍ୱର,୭ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ୩୧୪ଟି ଓଡ଼ିଶା ଆଦର୍ଶ ବିଦ୍ୟାଳୟ (ଓଏଭି)ରେ ଓଡ଼ିଆ ଶିକ୍ଷକ ନିଯୁକ୍ତ ହେବେ। ସମସ୍ତ ଓଏଭିରେ ଜଣେ ଲେଖାଏ ଓଡ଼ିଆ ପ୍ରଶିକ୍ଷିତ ସ୍ନାତକ ଶିକ୍ଷକ (ଟିଜିଟି) ନିଯୁକ୍ତି ପାଇଁ ନୂତନ ପଦ ସୃଷ୍ଟି ହୋଇଛି। ବିଦ୍ୟାଳୟରେ ପୂର୍ୱରୁ ଥିବା ଲାଇବ୍ରେରିଆନ୍‌ ପଦକୁ ଉଚ୍ଛେଦ କରି ଓଡ଼ିଆ ଶିକ୍ଷକ ପଦବୀ ସୃଷ୍ଟି କରାଯାଇଛି। ଏ ସମ୍ପର୍କରେ ଶନିବାର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଏଫ୍‌ଏ କମ୍‌ ସ୍ପେଶାଲ ସେକ୍ରେଟାରି ଶିବାଶିଷ ଧଳ ରାଜ୍ୟର ପ୍ରଧାନ ମହାଲେଖାକାର (ଏଜି)ଙ୍କୁ ଅବଗତ କରିଛନ୍ତି।

ତେବେ ଲାଇବ୍ରେରିଆନ୍‌ ପଦ ଉଚ୍ଛେଦ କରିବା ପରେ ଆଶାୟୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଓଡ଼ିଶା ଲାଇବ୍ରେରି ମୁଭ୍‌ମେଣ୍ଟ (ଓଏଲ୍‌ଏମ୍‌) ଆବାହକ ସୁନୀଲ କୁମାର ମିଶ୍ର କହିଛନ୍ତି, ନୂତନ ସରକାର ଆସିବାର ଦେଢ଼ବର୍ଷ ବିତି ଯାଇଥିଲେ ସୁଦ୍ଧା ଏଯାବତ୍‌ ୩୧୪ ଓଏଭିରେ ନୂତନ ନିଯୁକ୍ତି ପାଇଁ ଆଶାନୁରୂପ ବିଜ୍ଞପ୍ତି ବାହାରିଲା ନାହିଁ। ସରକାର ନୂତନ ପଦ ସୃଷ୍ଟି କରିବା ପରିବର୍ତ୍ତେ ପୁରୁଣା ପଦଗୁଡିକୁ ଉଚ୍ଛେଦ କରୁଛନ୍ତି। ଗ୍ରନ୍ଥାଗାରିକ ଆଶାୟୀମାନେ ବାରମ୍ୱାର ଆନ୍ଦୋଳନ ଓ ଦାବି କରିବା ସତ୍ତ୍ୱେ ସେମାନଙ୍କୁ ନିଯୁକ୍ତି ନ ଦେଇ ସମ୍ପୂର୍ଣ୍ଣ ପଦକୁ ଉଚ୍ଛେଦ କରିବା ନିଷ୍ପତ୍ତି ସମସ୍ତଙ୍କୁ ନିରାଶ କରିଛି। ଗ୍ରନ୍ଥାଗାରିକ ପଦ ରହିବା ସହ ନୂତନ ଭାବେ ଓଡ଼ିଆ ଶିକ୍ଷକ ପଦ ସୃଷ୍ଟି କରାଯାଇ ପାରିଥାନ୍ତା। ହେଲେ ସରକାର ସେପରି ନ କରି ସିବିଏସ୍‌ଇ ନିୟମକୁ ଉଲ୍ଲଂଘନ କରୁଛନ୍ତି ବୋଲି ସେ କହିଛନ୍ତି।

Dharitri – Odisha’s No.1 Trusted Odia Daily


Enter your email to get our daily news in your inbox.

All Right Reserved By Dharitri.Com

କିଛି ସମୟ ପରେ ଆସିବ ୪ ରାଜ୍ୟ ସହ ପଣ୍ଡିଚେରୀର ଫଳାଫଳ, ପଶ୍ଚିମବଙ୍ଗ ଉପରେ ସାରା ଦେଶର ନଜର

ନୂଆଦିଲ୍ଲୀ,୪ା୫: ପଶ୍ଚିମବଙ୍ଗ, ଆସାମ, ତାମିଲନାଡୁ, କେରଳମ୍‌ ଏବଂ କେନ୍ଦ୍ରଶାସିତ ଅଞ୍ଚଳ ପଣ୍ଡିଚେରୀ ବିଧାନସଭା ନିର୍ବାଚନର ଭୋଟଗଣତି ସୋମବାର ହେବ। କିନ୍ତୁ ସାରା ଦେଶର ନଜର ପଶ୍ଚିମବଙ୍ଗ ଫଳାଫଳ…

ସୀମା ଉପରେ ନଜର ରଖିବ ‘ଦୃଷ୍ଟି’

ବେଙ୍ଗାଲୁରୁ,୪ା୫: ବେଙ୍ଗାଲୁରୁର ସ୍ପେସ୍‌ ଷ୍ଟାର୍ଟଅପ୍‌ ଗାଲାକ୍ସଆଇ ରବିବାର ଏହାର ପ୍ରଥମ ବ୍ୟବସାୟିକ ସାଟେଲାଇଟ୍‌ ‘ଦୃଷ୍ଟି’କୁ କାଲିଫର୍ନିଆର ଭଣ୍ଡେନ୍‌ବର୍ଗରୁ ସ୍ପେସ୍‌ଏକ୍ସର ଫାଲ୍‌କନ-୯ ରକେଟ ସହାୟତାରେ କକ୍ଷପଥରେ ସ୍ଥାପନ କରିଛି। ଏହା…

ବିଜେଡିରୁ ଶୁଭେନ୍ଦୁ ସାମଲ ନିଲମ୍ୱିତ

ଭୁବନେଶ୍ୱର,୩।୫: ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ରବିବାର ଚୌଦ୍ୱାର ମ୍ୟୁନିସିପାଲିଟି ଉପାଧ୍ୟକ୍ଷ ଶୁଭେନ୍ଦୁ ସାମଲଙ୍କୁ ଦଳରୁ ନିଲମ୍ୱନ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ ପାଇଁ ଶୁଭେନ୍ଦୁଙ୍କୁ ନିଲମ୍ୱନ…

ଖାରବେଳଙ୍କ ଉପରୁ ଉଠିଲା ନିଲମ୍ୱନ

ଭୁବନେଶ୍ୱର,୩।୫: ବରିଷ୍ଠ ଭାଜପା ନେତା ଐର ଖାରବେଳ ସ୍ୱାଇଁଙ୍କ ଉପରୁ ରବିବାର ନିଲମ୍ୱନ ଆଦେଶ ପ୍ରତ୍ୟାହୃତ ହୋଇଛି। ଭାଜପା ରାଜ୍ୟ ଶୃଙ୍ଖଳା କମିଟି ଆବାହକ ସୁଦର୍ଶନ ନାୟକ…

ଯୌତୁକ ଜନିତ ବଧୂହତ୍ୟା ଘଟଣା, ୩ ମାସ ପରେ ବନ୍ଧା ହେଲେ ଶ୍ବଶୁର-ଦିଅର

ଦିଗପହଣ୍ଡି,୩ା୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଜକରାପଲ୍ଲୀ ଗ୍ରାମର ଅଜିତ ବିଷୋୟୀଙ୍କ ସ୍ତ୍ରୀ ସନ୍ଧ୍ୟାରାଣୀ ବିଷୋୟୀଙ୍କୁ ଗତ ଫେବୃଆରୀ ୪ ତାରିଖରେ ଅଧିକା ଯୌତୁକ…

ମଧ୍ୟପ୍ରାଚ୍ୟରେ ପୁଣି ଥରେ ଯୁଦ୍ଧର ନିଆଁ! ଇରାନ ଏପର୍ଯ୍ୟନ୍ତ ପର୍ଯ୍ୟାପ୍ତ ମୂଲ୍ୟ ଦେଇନାହିଁ କହିଲେ ଟ୍ରମ୍ପ

ଓ୍ବାଶିଂଟନ,୩ା୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସମ୍ପର୍କରେ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ସେ କହିଛନ୍ତି ଯେ ତେହେରାନ ଏପର୍ଯ୍ୟନ୍ତ ତାଙ୍କ…

ବରଗଡ଼ ଜିଲା ପ୍ରିମିୟର ଲିଗ୍ ଉଦଘାଟିତ

ବରଗଡ଼,୩।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କ୍ରିକେଟ୍ ଆସୋସିଏସନ୍ ଆନୁକୂଲ୍ୟରେ ରବିବାର ସନ୍ଧ୍ୟାରେ ବରଗଡ଼ ଜିଲା ପ୍ରିମିୟର ଲିଗ୍(ବିଡିପିଏଲ) ଉଦଘାଟିତ ହୋଇଛି। ବରଗଡ ଜିଲା କ୍ରିକେଟ ଏସୋସିଏସନର ସଭାପତି…

ରାସ୍ତା ଉପରେ ପଡ଼ିଲା ବିରାଟକାୟ ଗଛ; ଅଳ୍ପକେ ବର୍ତ୍ତିଲେ ପଥଚାରୀ, ଯାତାୟତ ବାଧାପ୍ରାପ୍ତ

ଥୁଆମୂଳ ରାମପୁର,୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ରବିବାର ବିରାଟକାୟ ଗଛ ପଡ଼ି ଯାତାୟତ ବାଧାପ୍ରାପ୍ତ ହୋଇଛି । ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri