ମୁମ୍ବାଇରେ ଦିଗପହଣ୍ଡି ଦାଦନ ଶ୍ରମିକଙ୍କ ମୃତ୍ୟୁ; ବିଧାୟକ ଙ୍କ ହସ୍ତକ୍ଷେପ ପରେ ଅଣାଯାଉଛି ମୃତଦେହ, ଗାଁରେ ଶୋକାକୁଳ ପରିବେଶ 

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକରେ ଏକ ଦୁଃଖଦ ଘଟଣା ଘଟିଯାଇଛି । ଦାଦନ ଖଟିବାକୁ ଯାଇ ମୁମ୍ବାଇରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ହୋଇଛି । ତାଙ୍କ ମୃତ୍ୟୁ ଖବର ଆସିବା ପରେ ସ୍ଥାନୀୟ ଅଞ୍ଚଳରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି ।

ସୂଚନା ଅନୁସାରେ, ଛୋଟରାୟପୁର-ବାସୁଦେବପୁର ଗ୍ରାମ ବଡ଼ସାହିର ପ୍ରଦୀପ ମହାରଣାଙ୍କ ୨ୟ ପୁଅ ସନ୍ତୋଷ ମହାରଣା(୩୬) ପରିବାର ପରିପୋଷଣ ନିମନ୍ତେ ଦାଦନ ଶ୍ରମିକ ଭାବେ କାମ କରିବାକୁ ମୁମ୍ବାଇ ଯାଇଥିଲେ । ତେବେ ସୋମବାର ତାଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ମୁମ୍ବାଇ ଥାନେ ଅଞ୍ଚଳର ଦିଭା ନାକା ରାବାଲେର ଏକ ଭଡ଼ା ଘରେ ରହୁଥିବା ସନ୍ତୋଷ ଆକସ୍ମିକ ଭାବେ ଗୁରୁତର ଅସୁସ୍ଥ ହୋଇପଡ଼ିବାରୁ ରବିବାର ରାତି ପ୍ରାୟ ସାଢେ ୯ ଟାରେ ନାଭି ମୁମ୍ବାଇ ଭାସି ସ୍ଥିତ ମ୍ୟୁନିସିପାଲ କର୍ପୋରେସନ ଜେନେରାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ସୋମବାର ଭୋରରେ ତାଙ୍କ ମୃତ୍ୟୁ ହୋଇଛି ।

ଖବରପାଇ ପରିବାର ଲୋକେ ରୋଜଗାରିଆ ପୁଅକୁ ହରାଇ ଭାଙ୍ଗି ପଡିଥିବା ବେଳେ ସ୍ତ୍ରୀ ଧୈର୍ଯ୍ୟହରା ହୋଇ ପଡୁଛନ୍ତି ଏବଂ ୪ ବର୍ଷର ପୁଅ ତାଙ୍କ ବାପାଙ୍କୁ ହରାଇ ବାପ ଛେଉଣ୍ଡ ହୋଇଯାଇଛନ୍ତି । ଗ୍ରାମରେ ଏକପ୍ରକାର ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିବା ବେଳେ ଆର୍ଥିକ ସଙ୍କଟ ଯୋଗୁଁ ପରିବାର ଲୋକେ ମୁମ୍ବାଇ ଯାଇ ପାରିନାହାନ୍ତି । ଏନେଇ ପରିବାର ଲୋକେ  ସ୍ଥାନୀୟ ସରପଞ୍ଚ ପ୍ରତିନିଧି ଏମ.ସନ୍ତୋଷ ପାତ୍ରଙ୍କୁ ଘଟଣା ଜଣାଇଥିଲେ। ସରପଞ୍ଚ ପ୍ରତିନିଧି ଘଟଣା ସମ୍ପର୍କରେ ଦିଗପହଣ୍ଡି ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ରଙ୍କ ଦୃଷ୍ଟି ଆକର୍ଷଣ କରିବା ପରେ ବିଧାୟକ ସେଠାକାର ପ୍ରଶାସନ ଏବଂ ହସ୍ପିଟାଲ କର୍ତ୍ତୃପକ୍ଷ ଙ୍କ ସହ କଥା ହେବାପରେ ତାଙ୍କ ମୃତଦେହକୁ ସେଠାରେ ବ୍ୟବଚ୍ଛେଦ କରିବା ପାଇଁ ସହମତ ହୋଇଥିଲେ। ସନ୍ଧ୍ୟା ପ୍ରାୟ ୬ ଟାରେ ବ୍ୟବଚ୍ଛେଦ ପରେ ସ୍ଵତନ୍ତ୍ର ଆମ୍ବୁଲାନ୍ସ ଯୋଗେ ତାଙ୍କ ମରଶରୀରକୁ ଭିଟାମାଟି ବାସୁଦେବପୁର ଗାଁକୁ ଅଣାଯାଉଥିବା ସରପଞ୍ଚ ପ୍ରତିନିଧି କହିଛନ୍ତି । ସନ୍ତୋଷ ସେଠାରେ କାଠ ମିସ୍ତ୍ରୀ  ଶ୍ରମିକ ଭାବେ କାମ କରୁଥିଲେ । ଗତ ଫେବୃଆରୀ ମାସରେ ସାନଭାଇଙ୍କ ବାହାଘର ଭୋଜିକୁ ସେ ଗ୍ରାମକୁ ଆସି ଅଳ୍ପଦିନ ପରିବାର ସହ ବିତାଇବା ପରେ ପୁଣି ମୁମ୍ବାଇ ଫେରି ଯାଇଥିଲେ ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗୁରୁତର ରୋଗୀଙ୍କୁ ଧମକ ଦେଇ ଡିସଚାର୍ଜ ଅଭିଯୋଗ

ଗୁଡ଼ାରି, ୧୮/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀ ସେବାରେ ଅବହେଳା ଓ ଦୁର୍ବ୍ୟବହାର ଭଳି ଏକ ଅଭିଯୋଗ ଶୁକ୍ରବାର ସାମ୍ନାକୁ ଆସିଛି।…

ସିଙ୍ଗାରି ଅଞ୍ଚଳରେ ୨ ହାତୀଙ୍କ ଉପଦ୍ରବ: ବାଣ ଫୁଟାଇ ଜଙ୍ଗଲକୁ ଘଉଡ଼ାଇଲା ବନ ବିଭାଗ!

କଲ୍ୟାଣସିଂହପୁର, ୧୮/୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତ ସାନବାମୁଣଗୁଡ଼ା ଅଞ୍ଚଳରେ ୨ଟି ଜଙ୍ଗଲୀ ହାତୀ ପଶି ଆସିବା ଯୋଗୁଁ ସ୍ଥାନୀୟ…

ଦିଗପହଣ୍ଡିରେ ବିଷ୍ଣୁ ଗୋସ୍ୱାମୀ ମହାରାଜଙ୍କ ଜନ୍ମ ମହୋତ୍ସବ: ଯୋଗଦେଲେ ବିଧାୟକ

ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ କୃଷ୍ଣ ଚୈତନ୍ୟ ଆଶ୍ରମର ଆଚାର୍ଯ୍ୟ ତଥା ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ଭାଗବତ ପ୍ରଚାରକ ଭକ୍ତି ବିଚାର ଶ୍ରୀ…

ଦିଗପହଣ୍ଡିର ବିଭିନ୍ନ ପର୍ଯ୍ୟଟନ ସ୍ଥଳର ବିକାଶ ପାଇଁ ଜିଲାପାଳଙ୍କ ଉପସ୍ଥିତିରେ ବିଧାୟକଙ୍କ ସମୀକ୍ଷା 

ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ରହିଥିବା ବିଭିନ୍ନ ପର୍ଯ୍ଯଟନୀସ୍ଥଳ ଗୁଡ଼ିକର ଉନ୍ନତି କରାଯିବା ନେଇ ଶୁକ୍ରବାର ଦିଗପହଣ୍ଡି ବ୍ଲକ ଖମାରୀଗାଁ ପଞ୍ଚାୟତ ଘୋଡାହାଡ…

ଶିଶୁ ଫର୍ମୁଲା ଫୁଡ୍ ମାମଲାରେ ନେସଲେ ଇଣ୍ଡିଆ ବିରୋଧରେ କାର୍ଯ୍ୟାନୁଷ୍ଠାନ, FSSAI ଉଠାଇଲା କଠୋର ପଦକ୍ଷେପ

ନୂଆଦିଲ୍ଲୀ,୧୮।୯: ଶିଶୁମାନଙ୍କ ପାଇଁ ବ୍ୟବହୃତ ହେଉଥିବା ଫର୍ମୁଲା ଫୁଡ୍ (Infant Formula Food) ର ବିଜ୍ଞାପନ ଓ ପୋଷକ ତତ୍ତ୍ୱର ଗୁଣବତ୍ତାକୁ ନେଇ ଖାଦ୍ୟ ସୁରକ୍ଷା ଓ…

ଖେମୁଣ୍ଡି କଲେଜରେ  କ୍ୟାରିଅର କାଉନସେଲିଂ: ଛାତ୍ରୀ ମାନଙ୍କ ଦକ୍ଷତା ବିକାଶ କୁ ନେଇ ଗୁରୁତ୍ୱାରୋପ

ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ଏବଂ ଏକ ଘରୋଇ ଶିକ୍ଷାନୁଷ୍ଠାନ ର ମିଳିତ ସହଭାଗିତା…

ନନ୍ଦୀଗ୍ରାମ ଉପନିର୍ବାଚନରେ ହାଇଡ୍ରାମା: ମମତାଙ୍କ ସମର୍ଥନ ମିଳିବାର କିଛି ଘଣ୍ଟା ମଧ୍ୟରେ କଂଗ୍ରେସ ପ୍ରାର୍ଥୀ ଗିରଫ

କୋଲକାତା,୧୮।୯: ପଶ୍ଚିମବଙ୍ଗର ଚର୍ଚ୍ଚିତ ନନ୍ଦୀଗ୍ରାମ ବିଧାନସଭା ଆସନର ଉପନିର୍ବାଚନ ପୂର୍ବରୁ ରାଜନୈତିକ ପାରଦ ବୃଦ୍ଧି ପାଇବାରେ ଲାଗିଛି। ତୃଣମୂଳ କଂଗ୍ରେସ (TMC) ପ୍ରାର୍ଥୀ ନାମପତ୍ର ପ୍ରତ୍ୟାହାର କରିବା,…

ସମୟ ପୂର୍ବରୁ ବିଦ୍ୟାଳୟ ବନ୍ଦ ମହଙ୍ଗା ପଡ଼ିଲା ପ୍ରଧାନଶିକ୍ଷକ ନିଲମ୍ବିତ

ପାତ୍ରପୁର, ୧୮ା୯(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଗୁଣ୍ଡୁରା ପଞ୍ଚାୟତ ଅନ୍ତର୍ଗତ ଜଗନ୍ନାଥପୁର ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିଶ୍ୱନାଥ ପ୍ରଧାନଙ୍କୁ ସମୟ ପୂର୍ବରୁ ବିଦ୍ୟାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?