ତାମିଲନାଡୁରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ, ମୃତଦେହ ଆଣିବା ପାଇଁ ଜିଲାପାଳଙ୍କୁ ଅସହାୟ ପରିବାରର ଗୁହାରି 

ଦିଗପହଣ୍ଡି,୨୩|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକଙ୍କ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ମୃତ୍ୟୁ ହୋଇଛି । ତେବେ ଏହାଶୁଣି ପରିବାର ଲୋକେ ଭାଙ୍ଗିପଡିଥିବା ବେଳେ ତାଙ୍କ ମୃତଦେହ ଭିଟାମାଟିକୁ ଆଣିବା ପାଇଁ ଗ୍ରାମବାସୀ ଏବଂ ସରପଞ୍ଚ ପ୍ରତିନିଧି ମଙ୍ଗଳା ଗମାଙ୍ଗ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ ଙ୍କ ନିକଟରେ ଗୁହାରି କରିଥିଲେ ।

ଖବରଅନୁସାରେ, ଅରକ୍ଷିତ ସେଠାକାର ଏକ ଅଏଲ କମ୍ପାନୀର ପାଚେରୀ ନିର୍ମାଣ କାମରେ ନିୟୋଜିତ ଥିଲେ।ସୋମବାର ସକାଳ ପ୍ରାୟ ୭ ଟାରେ ଲୁହା ପାଇପରେ ନିର୍ମିତ ଭାଡ଼ି ଭାଙ୍ଗିଯିବା କାରଣରୁ ଅରକ୍ଷିତ ସେଠାରେ ଚାପି ହୋଇ ବିଦ୍ୟୁତ ଆଘାତରେ ଚେତାଶୂନ୍ୟ ହୋଇଯାଇଥିଲେ। ତାଙ୍କୁ ସାଥି ଶ୍ରମିକମାନେ ଗୁରୁତର ଅବସ୍ଥାରେ ଉଦ୍ଧାର କରି ନିକଟସ୍ଥ ହସ୍ପିଟାଲକୁ ନେଇଥିଲେ ।ସେଠାରେ ଉପସ୍ଥିତ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।ଫୋନ ଯୋଗେ ପରିବାର ଲୋକେ ଏହି ଖବର ପାଇବା ପରେ ଦୁଃଖରେ ମ୍ରିୟମାଣ ହୋଇପଡ଼ିଥିଲେ।।ଏନେଇ ଜିଲାପାଳ ଶ୍ରମ ଅଧିକାରୀଙ୍କୁ ଅବଗତ କରାଇଥିଲେ। ସେଠାକାର ପୋଲିସ ପ୍ରଶାସନ ସହ ଯୋଗାଯୋଗ କରାଯାଇ ତାଙ୍କ ମୃତଦେହ ଗାଁକୁ ଆଣିବା ପାଇଁ ପଦକ୍ଷେପ ନିଆଯିବ ବୋଲି ସେ ପ୍ରତିଶ୍ରୁତି ଦେଇଛନ୍ତି ।

ମୃତକଙ୍କ ପରିବାରର ଆର୍ଥିକ ସ୍ଥିତିକୁ ଅନୁଧ୍ୟାନ କରାଯାଇ ଅନୁକମ୍ପା ମୂଳକ ସରକାରୀ ସହାୟତା ଦିଆଯିବ ବୋଲି ସେ କହିଛନ୍ତି। ଏନେଇ ସରପଞ୍ଚ ପ୍ରତିନିଧି ସାନଖେମୁଣ୍ଡି ତହସିଲଦାର ରାମଚନ୍ଦ୍ର ପଟ୍ଟନାୟକ ଏବଂ ବିଡ଼ିଓ ଜିତେନ୍ଦ୍ର କୁମାର ମିଶ୍ରଙ୍କୁ ଜଣାଇଥିବା କହିଛନ୍ତି। ଅରକ୍ଷିତ ତାଙ୍କ ପରିବାରର ଏକମାତ୍ର ରୋଜଗାରକ୍ଷମ ବ୍ୟକ୍ତି ଥିଲେ। ତାଙ୍କ  ବାପା ଅଲେଖ ନାୟକ କିଛିବର୍ଷ ହେଲା ମୃତ୍ୟୁବରଣ କରିଥିଲେ। ଘରେ ବିଧବା ମା ଏବଂ ୪ ଭଉଣୀ ଅଛନ୍ତି। ସେ ଗତ ପ୍ରାୟ ୩ ମାସ ପୂର୍ବେ ଦାଦନ ଖଟିବାକୁ ତାମିଲନାଡୁ ଯାଇଥିଲେ ବୋଲି ଗ୍ରାମର ସଞ୍ଜୀବ ସର୍ଦ୍ଦାର,ରୋହିତ ସର୍ଦ୍ଦାର,ତ୍ରିନାଥ ଦଳାଇ,ଧରମା ନାୟକ,ଭଗବତୀ ପାତ୍ର, ଜିତୁ ନାୟକ, ଅକୁର ପାତ୍ର,କେଞ୍ଚୁ ଦଳେଇ ପ୍ରମୁଖ ଜଣାଇଛନ୍ତି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ଉତ୍ସବମୁଖର: ଶିବାଳୟରେ ଭକ୍ତଙ୍କ ପ୍ରବଳ ଭିଡ଼

ଗଞ୍ଜାମ,୧୫ା୨(ଅନାଥ ତରାଇ): ପବିତ୍ର ମହାଶିବରାତ୍ରି ଅବସରରେ ରବିବାର ଗଞ୍ଜାମ ସହର ଉତ୍ସବମୁଖର ହୋଇଉଠିଛି। ସ୍ଥାନୀୟ ପ୍ରସିଦ୍ଧ ଖଣ୍ଡେଶ୍ୱର ମନ୍ଦିରରେ ଭୋର୍‌ ସମୟରୁ ଶତାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ…

ମହାଶିବରାତ୍ରିରେ ଏହି ୩ ରାଶିର ଖୋଲିବ ଭାଗ୍ୟ, ପାଖକୁ ଆସିବ ପ୍ରଚୁର ଟଙ୍କା

ଶିବ ପୁରାଣ ଅନୁସାରେ ଭଗବାନ ଶିବ ବିଷ୍ଣୁ ଏବଂ ବ୍ରହ୍ମାଙ୍କ ସମ୍ମୁଖରେ ଏକ ଲିଙ୍ଗ ରୂପରେ ପ୍ରକଟ ହୋଇଥିଲେ। ସେହି ଦିନ ଫାଲ୍‌ଗୁନ ମାସର କୃଷ୍ଣପକ୍ଷର ଚତୁର୍ଦ୍ଦଶୀ…

ଦେବଗଡ଼ର ପରିତ୍ୟକ୍ତ ଶିଶୁ ବଢ଼ିବ ଆମେରିକାରେ, ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କରି…

ଦେବଗଡ଼,୧୫ା୨(ଶଶାଙ୍କ ଶେଖର ଝାଙ୍କର): ଜିଲା ଶିଶୁ ସୁରକ୍ଷା ଅଧିକାରୀ ରୋମିଓ ମହାପାତ୍ରଙ୍କ ଆବେଦନ ଓ ଜିଲାପାଳ କବିନ୍ଦ୍ର କୁମାର ସାହୁଙ୍କ ଅନୁମୋଦନ ପରେ ବିଗତ ତିନି ବର୍ଷରୁ…

ଟ୍ରେନ୍‌ ଲାଇନ୍‌ ପାର ସମୟରେ ବୃଦ୍ଧଙ୍କୁ ଧକ୍କା ଦେଲା ଟ୍ରେନ୍‌, ଚାଲିଗଲା ଜୀବନ

ଲଖନପୁର,୧୫ା୨(ଗୌତମ ସାହୁ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ସୀମାନ୍ତ କନକତୋରା ଗ୍ରାମର ଫଲ୍ଲବ ପଧାନ(୬୨) ନିକଟସ୍ଥ ପଡ଼ୋଶୀ ରାଜ୍ୟ ଏକତାଳ କ୍ରିକେଟ ପଡ଼ିଆ ପାର୍ଶ୍ୱରେ ଯାଇଥିବା ଏନଟିପିସି…

ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି: ବେଲେଶ୍ୱର ପୀଠରେ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁ…

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଆଜି ହେଉଛି ମହାଶିବରାତ୍ରି ପର୍ବ। ତେଣୁ ରବିବାର ଭଞ୍ଜନଗର ଅଞ୍ଚଳର ସମସ୍ତ ଶୈବ ପୀଠରେ ଭଗବାନ ଶିବଠାକୁରଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ…

Mahashivratri 2026: ଜାଗରରେ ମଙ୍ଗଳଙ୍କ ମହାପରିବର୍ତ୍ତନ, ଏହି ୩ରାଶିର ବାଜିବ ଲଟେରୀ!

ମହାଶିବରାତ୍ରି ପର୍ୱକୁ ଭଗବାନ ଶିବଙ୍କ ପୂଜା ଏବଂ ଭକ୍ତିର ସର୍ୱୋତ୍ତମ ଉତ୍ସବ ଭାବରେ ବିବେଚନା କରାଯାଏ। ଏହି ବର୍ଷ ମହାଶିବରାତ୍ରିକୁ ବହୁତ ସ୍ୱତନ୍ତ୍ର ଭାବରେ ବିବେଚନା କରାଯାଏ…

ମା’ କାଳୀଙ୍କ ପାଦତଳେ କାହିଁକି ଶୋଇଥିଲେ ଭଗବାନ ଶିବ, ଜାଣନ୍ତୁ ଆକର୍ଷଣୀୟ କାହାଣୀ…

ଆଜି ହେଉଛି ପବିତ୍ର ମହାଶିବରାତ୍ରି। ଏହି ଦିନରେ ଭଗବାନ ଶିବଙ୍କୁ ପୂଜା ଏବଂ ଉପବାସ କରାଯାଏ। ଏହି ଦିନରେ ଉପବାସ ଏବଂ ପୂଜା କରିବା ଦ୍ୱାରା ଆନନ୍ଦ…

India vs Pakistan: ଭାରତ-ପାକିସ୍ତାନ ମ୍ୟାଚ୍‌କୁ ନେଇ ସବୁଠୁ ବଡ଼ ଭବିଷ୍ୟବାଣୀ! ଜିତିବ ଏହି ଟିମ୍‌ …

କଲମ୍ୱୋ,୧୫ା୨: ଟ୍ବେଣ୍ଟି ଟ୍ବେଣ୍ଟି ବିଶ୍ବକପ୍‌ ୨୦୨୬ର ସବୁଠୁ ହାଇ ଭୋଲଟେଜ୍ ମୁକାବିଲା ଆସନ୍ତାକାଲି ଖେଳାଯିବ । ଦୁଇ ପାରମ୍ପରିକ ପ୍ରତିଦ୍ବନ୍ଦୀଙ୍କ ମଧ୍ୟରେ ଘମାଘୋଟ୍‌ ଲଢେଇ ହେବାକୁ ଯାଉଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri