ଦାଦନ ଖଟିବାକୁ ଯାଇ ବାଙ୍ଗାଲୋରରେ ଓଡ଼ିଆ ଯୁବକଙ୍କ ମୃତ୍ୟୁ

ହାଟଡିହୀ,୨୭। ୬(ଶୁଭକାନ୍ତ ନାୟକ):ପୁଅ ବଡ଼ ହୋଇ ରୋଜଗାର କରିବ। ପରିବାରର ଦୁଃଖ ଘୁଞ୍ଚିବ। ପେଟ ପାଇଁ ଗରିବ ଘରର ପୁଅ ଦାଦନ ଖଟିବାକୁ ବାହାର ରାଜ୍ୟକୁ ଯାଇ ଶେଷରେ ସବୁଦିନ ପାଇଁ ଆରପାରିକୁ ଚାଲିଗଲା । କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶାଳନିଆ ପଞ୍ଚାୟତ ବିଷ୍ଣୁପୁର ଗ୍ରାମର ଜଣେ ଯୁବକ ଦାଦନ ଖଟିବାକୁ ବାଙ୍ଗାଲୋର ଯାଇଥିଲେ। ସେଠାରେ ତାଙ୍କର ମୃତ୍ୟୁ ଘଟିଛି। ପୁଅକୁ ହରାଇ ବାପା,ମା ଦୁଃଖରେ ଭାଙ୍ଗି ପଡ଼ିଥିବାବେଳେ ଏବେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି।

ସୂଚନା ଅନୁସାରେ ସନାତନ ମହାକୁଡ଼ଙ୍କ ପୁଅ ରାଜେଶ (୨୯ବର୍ଷ ) ପ୍ରାୟ ୫ ବର୍ଷ ହେବ ରୋଜଗାର ପାଇଁ ଦାଦନ ଖଟିବାକୁ ବାଙ୍ଗାଲୋର ଯାଇଥିଲେ। ଏକ ଘର ଭଡା ନେଇ ସେଠାରେ ରହୁଥିଲେ । କିନ୍ତୁ ବୁଧବାର ରାଜେଶ ମୃତ୍ୟୁ ବରଣ କରିଥିବା ସେଠାକାର ବାମନାଲି ଥାନା ପୋଲିସ ରାତି ସମୟରେ ଫୋନ କରି ଜଣାଇଥିବା ପରିବାର ଲୋକ କହିଛନ୍ତି l ତେବେ ଏକ ଫ୍ୟାନରେ ଝୁଲି ପଡ଼ିଥିବା ଅବସ୍ଥାରେ ତାଙ୍କ ମୃତ ଦେହ ଉଦ୍ଧାର କରାଯାଇଥିବା କୁହାଯାଇଛିଏପରି ମୃତ୍ୟୁକୁ ସହଜରେ ଗ୍ରହଣ କରାଯାଇପାରିନି । ଶାଳନିଆ ପଞ୍ଚାୟତର ପୂର୍ବତନ ସମିତି ସଭ୍ୟ ବୀରେନ୍ଦ୍ର ବିଶ୍ୱାଳ ଏପରି ମୃତ୍ୟୁକୁ ନେଇ ସନ୍ଦେହ ପ୍ରକାଶ କରିଥିବା ବେଳେ ରାଜ୍ୟ ସରକାରଙ୍କ ହସ୍ତକ୍ଷେପ ଲୋଡି ନିରପେକ୍ଷ ତଦନ୍ତ ଦାବି କରିଛନ୍ତି । ସୂଚନା ଯୋଗ୍ୟ କିଛି ମାସ ପୂର୍ବରୁ ରାଜେଶ ଗାଁକୁ ବୁଲିବାକୁ ଆସିଥିଲେ l ତାଙ୍କ ବାପା ସନାତନ କଟକରେ ଏକ ତେଜରାତି ଦୋକାନରେ କାମ କରନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

ଏପ୍ରିଲ ୧ରୁ ଆରମ୍ଭ ହେବ ମାରାଗୁଡ଼ା ଲୋକମହୋତ୍ସବ

ନୂଆପଡ଼ା,୨୭ା୩(ମକାରୁ ବେମାଲ): ନୂଆପଡ଼ା ଜିଲାର ଐତିହ୍ୟ, ଲୋକକଳା ଓ ସଂସ୍କୃତିର ମହାପାର୍ବଣ ମାରାଗୁଡ଼ା ଲୋକମହୋତ୍ସବ ଆସନ୍ତା ଏପ୍ରିଲ ୧ରୁ ୫ ତାରିଖ ପର୍ଯ୍ୟନ୍ତ ନୂଆପଡ଼ାର ନ୍ୟାଶନାଲ ମହାବିଦ୍ୟାଳୟ…

ଖେଳାଳିଙ୍କ ଗସ୍ତ ଉପରେ କଟକଣା ଲଗାଇଲା ଇରାନ

ତେହେରାନ,୨୭ା୩: ଇରାନ ଶତ୍ରୁରାଷ୍ଟ୍ର ଭାବେ ବିବେଚନା ଦେଶଗୁଡ଼ିକୁ ଖେଳାଳିଙ୍କ ଗସ୍ତ ଉପରେ କଟକଣା ଜାରି କରିଛି। ସାଉଦି ଆରବରେ ଟ୍ରାକ୍ଟର ଏଫ୍‌ସି ବିପକ୍ଷ ଗେମ୍‌ ପୂର୍ବରୁ ଇରାନ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

ନୂଆ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି, କହିଲେ ଗୁରୁତ୍ୱପୂର୍ଣ୍ଣ କଥା

ନୂଆଦିଲ୍ଲୀ/କାଠମାଣ୍ଡୁ,୨୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ନେପାଳର ନୂଆ ପ୍ରଧାନମନ୍ତ୍ରୀ ବଲେନ୍ଦ୍ର ‘ବାଲେନ’ ଶାହଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ ଉଭୟ ଦେଶର ପାରସ୍ପରିକ ଲାଭକୁ…

ଯୁଦ୍ଧ ମଧ୍ୟରେ ଏମିତି ପଦକ୍ଷେପ ନେବାକୁ ଯାଉଛି ଭାରତ: ଚାହଁ ରହିଯିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ ହେବା ବିଶ୍ୱ ଶକ୍ତି ବଜାରରେ ଅସ୍ଥିରତା ସୃଷ୍ଟି କରିଛି। ବିଶ୍ୱର ପ୍ରାୟ ୨୦% ତୈଳ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri