ବେଙ୍ଗାଲୁରୁରେ ଓଡ଼ିଆ ଯୁବକଙ୍କୁ ହତ୍ୟା, ସାନଭାଇ ଗୁରୁତର

ଗୁଣପୁର,୧୭ା୬(ପ୍ରଦୀପ କୁମାର ପାଢ଼ୀ) ରାୟଗଡ଼ା ଜିଲା ପଦ୍ମପୁର ବ୍ଲକ ନନ୍ଦରାମପୁର ଅଞ୍ଚଳର ୨ ଭାଇ ଦାଦନ ଖଟିବାକୁ ବେଙ୍ଗାଲୁରୁ ଯାଇଥିବାବେଳେ ସେଠାରେ କେତେଜଣ  ଅଟୋ ଚାଳକ ତାଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଗତ ୧୧ ତାରିଖରେ ଅଟୋ ଚାଳକଙ୍କ ଆକ୍ରମଣରେ ବଡ଼ଭାଇ ଆମଦ କରାଡ଼ (୨୮)ଙ୍କର ମୃତ୍ୟୁ ହୋଇଥିବାବେଳେ ସାନଭାଇ ଆୟବ କରାଡ଼ (୨୩) ଗୁରୁତର ଆହତ ହୋଇଛନ୍ତି। ମୃତଦେହ ଓଡ଼ିଶାକୁ ପଠାଇବା ପାଇଁ ସେଠାକାର ସରକାର କୌଣସି ପଦକ୍ଷେପ ନେଇ ନ ଥିବାବେଳେ ସେଠାରେ ଅନ୍ତିମ ସଂସ୍କାର କରି ନିଜ କାମ ସାରିଦେଇଛନ୍ତି। ଏପଟେ ପୁଅକୁ ନ ଦେଖି ମା’ବାପା ଦୁଃଖରେ ଭାଙ୍ଗିପଡିଛନ୍ତି। ଗୁରୁତର ଆୟବଙ୍କୁ ଓଡ଼ିଶା ଫେରାଇ ଆଣିବା ପାଇଁ ତାଙ୍କ ବଡ଼ଭାଇ ଆମସ କରାଡ଼ ଓ ଗ୍ରାମବାସୀ ଶୁକ୍ରବାର ଉପଜିଲାପାଳ ଲଳିତ କୁମାର କହଁରଙ୍କୁ ଭେଟି ନିବେଦନ କରିଛନ୍ତି। ଏଥିସହ ମୁଖ୍ୟମନ୍ତ୍ରୀ, ୫-ଟି ସଚିବ, ଜିଲାପାଳ, ଏସ୍‌ପିଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ଉପଜିଲାପାଳଙ୍କୁ ପ୍ରଦାନ କରାଯାଇଛି।
ସୂଚନାଯୋଗ୍ୟ, ଗତ କିଛିମାସ ତଳେ ଆମଦ ଓ ଆୟବ ଦାଦନ ଖଟିବାକୁ ବେଙ୍ଗାଲୁରୁ ଯାଇଥିଲେ । ଗତ ୧୧ ତାରିଖ ରାତିରେ ୨ଭାଇ ଏକ ଅଟୋରେ ଯାଉଥିବାବେଳେ ଅଟୋଭଡ଼ା ବାବଦରେ ଅଟୋବାଲା ତାଙ୍କୁ ୩୦୦୦ ଟଙ୍କା ମାଗିଥିଲେ। ସେମାନେ ୧୦୦ ଟଙ୍କା ଦେଇ ଯାତାୟାତ କରୁଥିବାବେଳେ ଏତେ ଟଙ୍କା କାହିଁକି ଦେବେ ବୋଲି କହି  ପ୍ରତିବାଦ କରିଥିଲେ।  ଏହାପରେ ଅଟୋ ଚାଳକ ଏସ୍‌.ଆର୍‌. ଆଶ୍ୱଥ ଏବଂ ତାଙ୍କର ଅନ୍ୟ ସହଯୋଗୀମାନେ ୨ଭାଇଙ୍କୁ ମାରଣାସ୍ତ୍ର ସାହାଯ୍ୟରେ ଆକ୍ରମଣ କରିଥିଲେ। ଘଟଣାସ୍ଥଳରେ ଆମଦଙ୍କର ମୃତ୍ୟୁ ହୋଇଥିବାବେଳେ ଆୟବ ଗୁରୁତର ହୋଇପଡିଥିଲେ ା ସେହି ସମୟରେ ପାଟ୍ରୋଲିଂ କରୁଥିବା ପୋଲିସ ସେମାନଙ୍କୁ ଉଦ୍ଧାରକରି ମାଲେଶ୍ୱରମସ୍ଥିତ କେ.ସି. ଜେନେରାଲ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ଆମଦଙ୍କୁ ମୃତ ଘୋଷଣା କରିଥିଲେ। ଉକ୍ତ ଘଟଣାରେ ପୋଲିସ ଏକ ହତ୍ୟା ମାମଲା ରୁଜୁକରି  ଅଟୋ ଚାଳକଙ୍କୁ ଗିରଫ କରିଛି। ହେଲେ ଅନ୍ୟମାନଙ୍କୁ ଗିରଫ କରାଯାଇ ନ ଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏଥିସହ ଆୟବ ସେଠାରେ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଥିବାବେଳେ ଆର୍ଥିକ ଅଭାବ କାରଣରୁ ତାଙ୍କ ପରିବାର ଲୋକେ ବେଙ୍ଗାଲୁରୁ ଯାଇପାରୁନାହାନ୍ତି। ତେଣୁ ତାଙ୍କର ଏପରି ଦୁଃସ୍ଥିତିରେ ପ୍ରଶାସନ ଆର୍ଥିକ ସହାୟତା ସହ ଅଭିଯୁକ୍ତଙ୍କୁ କଠୋର ଦଣ୍ଡ ପ୍ରଦାନ କରିବାକୁ ଗ୍ରାମବାସୀଙ୍କ ପକ୍ଷରୁ ଦାବି ହୋଇଛି।

Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ଦ୍ୱିତୀୟ ପ୍ରଚେଷ୍ଟାରେ NEETରେ ଚମକିଲେ ଅରୋଶିଷ: ପୂରଣ ହେବ ଡାକ୍ତର ହେବାର ସ୍ବପ୍ନ

ଅମରପାଲି,୨୧।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକର ଯାଲୋଏ ଗ୍ରାମର ମେଧାବୀ ଛାତ୍ର ଅରୋଶିଷ ପଣ୍ଡା ଚଳିତ ବର୍ଷର ଏନଇଇଟି (NEET UG) ପ୍ରବେଶିକା ପରୀକ୍ଷାରେ ଉଲ୍ଲେଖନୀୟ…

ପେ-ଲେଭଲ୍ ବୃଦ୍ଧି ଓ କ୍ୟାଡ଼ର ପୁନର୍ଗଠନ ଦାବି: ଏଓବିଏସଏସଓଏ ପକ୍ଷରୁ କଳାହାଣ୍ଡି ଜିଲାପାଳଙ୍କୁ ଦାବିପତ୍ର

ଭବାନୀପାଟଣା,୨୧।୭(ଉତ୍ତମ କୁମାର ଦାଶ): ଅଲ ଓଡ଼ିଶା ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ପରିଷଦ (ଏଓବିଏସଏସଓଏ) ପକ୍ଷରୁ ମଙ୍ଗଳବାର କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶଙ୍କୁ ଏକ ୮…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri