ବୁଲାଣି ରାସ୍ତାରେ ୨ ବସ୍‌ ମୁହାଁମୁହିଁ: ଡ୍ରାଇଭରଙ୍କ ଜୀବନ ଗଲା, ୩୫ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ

ସୋନପୁର,୧୦।୫(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର-ସମ୍ବଲପୁର ରାସ୍ତାର ଉଲୁଣ୍ଡା ବ୍ଲକସ୍ଥିତ ଡୁଡୁପାଲି ଛକରେ ଶୁକ୍ରବାର ରାତିରେ ସଡକ ଦୁର୍ଘଟଣା ଘଟିଛି। ବୁଲାଣି ରାସ୍ତାରେ ୨ ଯାତ୍ରୀବାହୀ ବସ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣାସ୍ଥଳରେ ଡ୍ରାଇଭରଙ୍କ ମୃତ୍ୟୁ ହୋଇଛି। ମୃତ ଡ୍ରାଇଭରଙ୍କ ନାମ ପ୍ରଦୀପ ପ୍ରଧାନ(୫୩)। ତାଙ୍କ ଘର ସମ୍ବଲପୁର ସହର ମୋଦିପଡାରେ। ଦୁର୍ଘଟଣା ଯୋଗୁଁ ୩୫ରୁ ଊର୍ଦ୍ଧ ଯାତ୍ରୀ ଆହତ ହୋଇଛନ୍ତି। ଆହତଙ୍କୁ ସୁବର୍ଣ୍ଣପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା କରାଯାଉଛି।

ସୂଚନା ଅନୁଯାୟୀ କରିସ୍ମା ନାମକ ଯାତ୍ରୀବାହୀ ବସ ନଂ. ଓଡି୦୫ଟି ୮୭୮୮ ସୁବର୍ଣ୍ଣପୁର ବସଷ୍ଟାଣ୍ଡରୁ ବାହାରି ସମ୍ବଲପୁର ଅଭିମୁଖେ ଯାଉଥିଲା। ବସ୍‌ରେ ୪୫ରୁ ଊର୍ଦ୍ଧ ଯାତ୍ରୀ ଥିଲେ। ବସଟି ଡୁଡୁପାଲି ବୁଲାଣି ରାସ୍ତାରେ ଯାଉଥିବା ବେଳେ ସମ୍ବଲପୁର ପଟୁ ସୁବର୍ଣ୍ଣପୁର ଅଭିମୁଖେ ଆସୁଥିବା ଚକାଡୋଳା ନାମକ ଯାତ୍ରୀବାହୀ ବସ ନଂ. ଓଡି୨୩ଡି ୨୮୮୩ ମୁହାଁମୁହିଁ ଧକ୍କା ଦେଇଥିଲା। ଦୁର୍ଘଟଣା ଅତି ଭୟଙ୍କର ଥିଲା। ଚକାଡେଳା ବସ୍‌ର ଡ୍ରାଇଭର ପ୍ରଦୀପଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା। ଆମ୍ବୁଲାନ୍ସ ଯୋଗେ ଆହତମାନଙ୍କୁ ସୁବର୍ଣ୍ଣପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରା ଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?