ଖଲ୍ଲିକୋଟରେ ୨୨ ଟିକିଆ ହାତୀପଲ ଆତଙ୍କ; ଉଜାଡ଼ୁଛନ୍ତି ଫସଲ, ଚିନ୍ତାରେ ଚାଷୀ

ଖଲ୍ଲିକୋଟ,୨୯।୧୧(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଅଞ୍ଚଳରେ ହାତୀ ପଲଙ୍କ ଉପଦ୍ରବ। ଦୁଇ ଦିନ ଧରି ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ଖୋଜାପଲ୍ଲୀ ଓ ଏହାର ଆଖପାଖ ବିଭିନ୍ନ ଗାଁ ମାନଙ୍କରେ ହାତୀ ଆତଙ୍କ ଖେଳାଇଥିବା ଦେଖିବାକୁ ମିଳିଛି। ଏହି ପଲରେ ୨୨ ହାତୀ ରହିଥିବା ପ୍ରତ୍ୟକ୍ଷ ଦର୍ଶୀ କହିଛନ୍ତି। ଏହାକୁ ନେଇ ଖଲ୍ଲିକୋଟ ବ୍ଲକ ଖୋଜାପଲ୍ଲୀ ଗ୍ରାମରେ ସା ସମୟରୁ ବିଦ୍ୟୁତ ସରବରାହ ବନ୍ଦ କରାଯାଉଥିବା ବେଳେ ଲୋକମାନେ ଭୟଭୀତ ହୋଇ ରହିଛନ୍ତି। ହାତୀ ପଲ କେଉଁଠି କଟା ଯାଇଥିବା ଧାନ ତ କେଉଁଠି ଧାନ ଗଦା ଖାଉଛନ୍ତି। ତା ସହିତ ବିଲରେ ଥିବା ଧାନକୁ ଦଳି ଚକଟି ସମ୍ପୂର୍ଣ୍ଣ ନଷ୍ଟ କରିଦେଇଛନ୍ତି ।

ବନ ବିଭାଗ ହାତୀ ପଲ ଉପରେ ସ୍ବତନ୍ତ୍ର ନଜର ରଖିଛି। ଏହି ୨୨ ଟିକିଆ ହାତୀ ପଲ ବରବରା ଜଙ୍ଗଲରୁ ଆସି ନାରାୟଣୀ ପାହାଡ଼ ଦେଇ ଖଲ୍ଲିକୋଟ ବ୍ଲକକୁ ଆସିଥିବା ଜଣାପଡ଼ିଛି। ବାଣ ଫୁଟାଇ ହାତୀଙ୍କୁ ଘଉଡାଇବା ପାଇଁ ଚେଷ୍ଟା ଚାଲିଛି। ଖଲ୍ଲିକୋଟ ବ୍ଲକର ଖୋଜାପଲ୍ଲୀ ସମେତ ନିକଟସ୍ଥ ବେଗୁନିଆପଡା ବ୍ଲକର କିଛି ଗ୍ରାମରେ ମଧ୍ୟ ଏହି ହାତୀ ପଲ ଧାନ ଫସଲ ନଷ୍ଟ କରିଥିବା ଖବର ମିଳୁଛି। ବର୍ତ୍ତମାନ ଏହି ହାତୀ ପଲ ସୁମଣ୍ଡଳ ନିକଟସ୍ଥ ଜଙ୍ଗଲରେ ରହିଥିବା ଖଲ୍ଲିକୋଟ ରେଞ୍ଜର ଦିବ୍ୟ ଶଙ୍କର ବେହେରା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri