ସମ୍ବଲପୁର-ପୁରୀ-ଭୁବନେଶ୍ୱର ପାଇଁ ପ୍ରାର୍ଥୀ ଫାଇନାଲ କଲା ଭାଜପା! ଜାଣନ୍ତୁ ୩ ସମ୍ଭାବ୍ୟ ପ୍ରାର୍ଥୀ କିଏ…

ଭୁବନେଶ୍ୱର,୨୪।୩: ରାଜ୍ୟରେ ମେଣ୍ଟ ସରକାରଙ୍କୁ ନେଇ ସମସ୍ତ କଳ୍ପନାଜଳ୍ପନାରେ ପୂର୍ଣ୍ଣଚ୍ଛେଦ ପଡ଼ିବା ପରେ ଏବେ ସମ୍ଭାବ୍ୟ ପ୍ରାର୍ଥୀ ତାଲିକା ଉପରେ ସମସ୍ତଙ୍କ ନଜର ରହିଛି। ଏହାକୁ ନେଇ ଦିଲ୍ଲୀରେ ରାଜ୍ୟ ଭାଜପା ନେତାଙ୍କୁ ନେଇ ଘନଘନ ବୈଠକ ବସୁଛି। ଏହି କ୍ରମରେ ଶନିବାର ବିଳମ୍ବିତ ରାତି ପର୍ଯ୍ୟନ୍ତ ଦିଲ୍ଲୀ ଭାଜପା ମୁଖ୍ୟାଳୟରେ ଦଳର କେନ୍ଦ୍ରୀୟ ନିର୍ବାଚନ କମିଟି ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ଓଡ଼ିଶାର ରାଜନୈତିକ ସ୍ଥିତି ଏବଂ ରଣକୌଶଳକୁ ନେଇ ଆଲୋଚନା ହୋଇଥିବା ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି। ରବିବାର ଭାଜପା ପକ୍ଷରୁ ଆଉ ଏକ ପ୍ରାର୍ଥୀ ତାଲିକା ଘୋଷଣା କରାଯିବାକୁ ଥିବା ବେଳେ ସେଥିରେ କିଛି ଓଡ଼ିଶା ନେତାଙ୍କ ନାମ ରହିପାରେ।

ଜାତୀୟ ଖବର ସରବରାହ ସଂସ୍ଥା ଏଏନ୍‌ଆଇର ରିପୋର୍ଟ ଅନୁଯାୟୀ, ଭାଜପା ସିଇସି ବୈଠକରେ ଓଡ଼ିଶାର ସମସ୍ତ ୨୧ ଲୋକ ସଭା ଆସନ ଉପରେ ଚର୍ଚ୍ଚା ହୋଇଛି। ସମ୍ବଲପୁର ଲୋକ ସଭାରୁ ଧର୍ମେନ୍ଦ୍ର ପ୍ରଧାନ, ପୁରୀ ଲୋକ ସଭା ଆସନରୁ ସମ୍ବିତ ପାତ୍ର ଓ ଭୁବନେଶ୍ୱର ଲୋକ ସଭା ଆସନରୁ ଅପରାଜିତା ଷଡ଼ଙ୍ଗୀଙ୍କୁ ପ୍ରାର୍ଥୀ କରାଯାଇପାରେ। ତେବେ ରାଜ୍ୟର ୨ ଏମ୍‌ପିଙ୍କ ନାମ ଏଥର ପ୍ରାର୍ଥୀ ତାଲିକାରୁ ବାଦ ପଡ଼ିପାରେ ବୋଲି କୁହାଯାଇଛି।

ଭାଜପା ସମୀକରଣ ଦେଖିଲେ ନୀତେଶ ଗଙ୍ଗ ଦେବ ଏବେ ସମ୍ବଲପୁର ଏମ୍‌ପି ଅଛନ୍ତି। ଯଦି ଏହି ଲୋକ ସଭା ନିର୍ବାଚନମଣ୍ଡଳିରୁ ଧର୍ମେନ୍ଦ୍ର ପ୍ରାର୍ଥୀ ହୁଅନ୍ତି, ତେବେ ନୀତେଶଙ୍କୁ ଟିକେଟ ମିଳି ନ ପାରେ ବୋଲି କୁହାଯାଉଛି। ତାଙ୍କ ବ୍ୟତିତ ଆଉ କେଉଁ ଏମ୍‌ପିଙ୍କୁ ଟିକେଟ ନ ମିଳିପାରେ, ସେ ନେଇ ସ୍ପଷ୍ଟ ସୂଚନା ହସ୍ତଗତ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri