ସମ୍ବଲପୁର-ପୁରୀ-ଭୁବନେଶ୍ୱର ପାଇଁ ପ୍ରାର୍ଥୀ ଫାଇନାଲ କଲା ଭାଜପା! ଜାଣନ୍ତୁ ୩ ସମ୍ଭାବ୍ୟ ପ୍ରାର୍ଥୀ କିଏ…

ଭୁବନେଶ୍ୱର,୨୪।୩: ରାଜ୍ୟରେ ମେଣ୍ଟ ସରକାରଙ୍କୁ ନେଇ ସମସ୍ତ କଳ୍ପନାଜଳ୍ପନାରେ ପୂର୍ଣ୍ଣଚ୍ଛେଦ ପଡ଼ିବା ପରେ ଏବେ ସମ୍ଭାବ୍ୟ ପ୍ରାର୍ଥୀ ତାଲିକା ଉପରେ ସମସ୍ତଙ୍କ ନଜର ରହିଛି। ଏହାକୁ ନେଇ ଦିଲ୍ଲୀରେ ରାଜ୍ୟ ଭାଜପା ନେତାଙ୍କୁ ନେଇ ଘନଘନ ବୈଠକ ବସୁଛି। ଏହି କ୍ରମରେ ଶନିବାର ବିଳମ୍ବିତ ରାତି ପର୍ଯ୍ୟନ୍ତ ଦିଲ୍ଲୀ ଭାଜପା ମୁଖ୍ୟାଳୟରେ ଦଳର କେନ୍ଦ୍ରୀୟ ନିର୍ବାଚନ କମିଟି ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ଓଡ଼ିଶାର ରାଜନୈତିକ ସ୍ଥିତି ଏବଂ ରଣକୌଶଳକୁ ନେଇ ଆଲୋଚନା ହୋଇଥିବା ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି। ରବିବାର ଭାଜପା ପକ୍ଷରୁ ଆଉ ଏକ ପ୍ରାର୍ଥୀ ତାଲିକା ଘୋଷଣା କରାଯିବାକୁ ଥିବା ବେଳେ ସେଥିରେ କିଛି ଓଡ଼ିଶା ନେତାଙ୍କ ନାମ ରହିପାରେ।

ଜାତୀୟ ଖବର ସରବରାହ ସଂସ୍ଥା ଏଏନ୍‌ଆଇର ରିପୋର୍ଟ ଅନୁଯାୟୀ, ଭାଜପା ସିଇସି ବୈଠକରେ ଓଡ଼ିଶାର ସମସ୍ତ ୨୧ ଲୋକ ସଭା ଆସନ ଉପରେ ଚର୍ଚ୍ଚା ହୋଇଛି। ସମ୍ବଲପୁର ଲୋକ ସଭାରୁ ଧର୍ମେନ୍ଦ୍ର ପ୍ରଧାନ, ପୁରୀ ଲୋକ ସଭା ଆସନରୁ ସମ୍ବିତ ପାତ୍ର ଓ ଭୁବନେଶ୍ୱର ଲୋକ ସଭା ଆସନରୁ ଅପରାଜିତା ଷଡ଼ଙ୍ଗୀଙ୍କୁ ପ୍ରାର୍ଥୀ କରାଯାଇପାରେ। ତେବେ ରାଜ୍ୟର ୨ ଏମ୍‌ପିଙ୍କ ନାମ ଏଥର ପ୍ରାର୍ଥୀ ତାଲିକାରୁ ବାଦ ପଡ଼ିପାରେ ବୋଲି କୁହାଯାଇଛି।

ଭାଜପା ସମୀକରଣ ଦେଖିଲେ ନୀତେଶ ଗଙ୍ଗ ଦେବ ଏବେ ସମ୍ବଲପୁର ଏମ୍‌ପି ଅଛନ୍ତି। ଯଦି ଏହି ଲୋକ ସଭା ନିର୍ବାଚନମଣ୍ଡଳିରୁ ଧର୍ମେନ୍ଦ୍ର ପ୍ରାର୍ଥୀ ହୁଅନ୍ତି, ତେବେ ନୀତେଶଙ୍କୁ ଟିକେଟ ମିଳି ନ ପାରେ ବୋଲି କୁହାଯାଉଛି। ତାଙ୍କ ବ୍ୟତିତ ଆଉ କେଉଁ ଏମ୍‌ପିଙ୍କୁ ଟିକେଟ ନ ମିଳିପାରେ, ସେ ନେଇ ସ୍ପଷ୍ଟ ସୂଚନା ହସ୍ତଗତ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ମୁହାଁ ୪ ଟିକିଆ ହାତୀ: ଭୟରେ କୋତାଗୁଡା ଗ୍ରାମବାସୀ

ଗୁଣପୁର,୧୩।୮(ସୁଜାତା ପାଢ଼ୀ):ରାୟଗଡା ଗୁଣପୁର ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର କୋତାଗୁଡା ଗାଁ ନିକଟରେ ଗୁରୁବାର ସକାଳେ ୪ ଟିକିଆ ହାତୀଙ୍କୁ ଦେଖିବାକୁ ମିଳିଛି l କାଦୁଆ ରାସ୍ତା…

ରାସ୍ତାର ସ୍ଥିତି ଶୋଚନୀୟ: ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ

ନନ୍ଦପୁର, ୧୩/୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ପରଜା ବଡପଡ଼ା ପଞ୍ଚାୟତର ଶ୍ରିଗାମପୁଟ ଗାଁକୁ ସଂଯୋଗ ରାସ୍ତାର ଶୋଚନୀୟ ସ୍ଥିତି ଗୁରୁବାର ସକାଳୁ ଜନନୀଯନ୍ତ୍ରଣାର କାରଣ…

କଟକରେ ଲଜ୍ଜା: କଥା ହେବା ବାହାନାରେ ନାବାଳିକାଙ୍କୁ ହୋଟେଲକୁ ଡାକି ନେଇ ଗଣବଳାତ୍କାର କଲେ ସହପାଠୀ

କଟକ, ୧୩।୮(ପ୍ରଭୁ କଲ୍ୟାଣ ପାଲ୍‌): କଟକରେ ଲଜ୍ଜା। ନାବାଳିକାଙ୍କୁ ହୋଟେଲକୁ ନେଇ ଗଣବଳାତ୍କାର ଅଭିଯୋଗ। ବାଦାମବାଡ଼ି ଥାନା ଅଂଚଳରେ ଘଟିଛି ଏହି ସଙ୍ଗୀନ ଘଟଣା। ଜଣେ ନାବାଳିକାଙ୍କୁ…

ଏଗ୍ରିଷ୍ଟାକ୍‌ ଆଇଡିି ଉଚ୍ଛେଦ ଦାବି ତେଜିଲା: ଏକାଠି ହେଲେ ପାକ୍ସ ସଭାପତି ସଂଘ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ପଞ୍ଜୀକରଣ ପ୍ରକିୟାକୁ ଦିନକୁ ଦିନ ଅଧିକ ଜଟିଳ କରି ଦିଆଯାଉଥିବା ଅଭିଯୋଗ ହୋଇଛି। ଚଳିତବର୍ଷ ଧାନବିକ୍ରି ପଞ୍ଜୀକରଣରେ ଏଗ୍ରିଷ୍ଟାକ୍‌ ଆଇଡ଼ି, ଭାଗଚାଷୀ କ୍ଷେତ୍ର୍ରରେ ଇ-କେୱାଇସି…

ଚାର୍ଜ ବସାଇ ଶୁଣୁଥିଲେ ଗୀତ: ହଠାତ୍‌ ମାରିଲା ଘଡ଼ଘଡ଼ି, ଆଉ ତା’ପରେ…

ନନ୍ଦପୁର,୧୩।୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ରାତ୍ରଠାରୁ ପ୍ରବଳ ବର୍ଷା ଓ ବଜ୍ରପାତର ପ୍ରକୋପ ଦେଖିବାକୁ ମିଳିଛି। ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ…

ପ୍ରବଳ ବର୍ଷା: ଏହି ଜିଲାରେ ସମସ୍ତ ସ୍କୁଲ ବନ୍ଦ

ବାରିପଦା,୧୩।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ଗତ ରାତିରୁ ଆରମ୍ଭ ହୋଇ ଏପର୍ଯ୍ୟନ୍ତ ଜାରି ରହିଥିବା ଭାରି ବର୍ଷାକୁ ନେଇ ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ନିର୍ଦ୍ଦେଶକ୍ରମେ ଆଜି ଜିଲାର ସମସ୍ତ…

ଆସୁଛି ବଡ଼ ବର୍ଷା: ଅବପାତର ପରିଣତ ହେବ ଲଘୁଚାପ, ରେଡ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୩/୮:ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳର ଉତ୍ତର ବଙ୍ଗୋପସାଗର ଉପରେ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ନିକଟରେ ସୃଷ୍ଟ ଲଘୁଚାପ ଅଧିକ…

୨୪ ସପ୍ତାହ ପର୍ଯ୍ୟନ୍ତ ଗର୍ଭପାତ କରିପାରିବେ ବଳାତ୍କାର ପୀଡ଼ିତା: କୋର୍ଟ ଦେଲେ ବଡ଼ ରାୟ

ଇନ୍ଦୋର,୧୨ା୮(ପି.ଟି.):ବଳାତ୍କାର ପୀଡ଼ିତା ଗର୍ଭବତୀ ହୋଇଥିଲେ, ସେ ୨୪ ସପ୍ତାହ ମଧ୍ୟରେ ଗର୍ଭପାତ କରିବାକୁ ଚାହିଁଲେ ଏଥିପାଇଁ ଅଦାଲତଙ୍କ ଅନୁମତି ନେବାକୁ ପଡ଼ିବ ନାହଁି। ମଧ୍ୟପ୍ରଦେଶ ହାଇକୋର୍ଟ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri