ଘରେ ରହି ମତଦାନ ସାବ୍ୟସ୍ତ କଲେ ୩୧ ଭୋଟର୍‌

ପଟ୍ଟାଙ୍ଗି,୪ା୫(ଶରତ ଧଳ)-ଲୋକ ସଭା ଏବଂ ବିଧାନସଭା ନିର୍ବାଚନକୁ ଆଉ ଅଳ୍ପ କିଛି ଦିନ ବାକି ରହିଛି। ଏହା ପୂର୍ବରୁ ଯେଉଁ ଭୋଟର୍‌ମାନେ ମତଦାନ କେନ୍ଦ୍ରରେ ପହଞ୍ଚି ମତଦାନ କରିବାକୁ ସକ୍ଷମ ନୁହଁନ୍ତି ସେମାନଙ୍କ ନିକଟରେ ପ୍ରଶାସନ ପହଞ୍ଚି ତାଙ୍କଠାରୁ ମତଦାନ ଗ୍ରହଣ କରିବାକୁ ପ୍ରଶାସନ ପକ୍ଷରୁ ବ୍ୟବସ୍ଥା ହୋଇଛି। ଏପରି କାର୍ଯ୍ୟକ୍ରମ ପ୍ରଥମଥର ନିର୍ବାଚନ ସମୟରେ ଆରମ୍ଭ ହୋଇଥିବାରୁ ନିର୍ବାଚନରେ ନିଜ ମତଦାନ ସାବ୍ୟସ୍ଥ କରିପାରୁ ନ ଥିବା ମତଦାତା ସେମାନଙ୍କ ମତଦାନ ସୁବିଧାରେ କରିପାରିବେ। ଏନେଇ ସେମାନଙ୍କ ମଧ୍ୟରେ ବେଶ୍‌ ଉତ୍ସାହ ପରିଲକ୍ଷିତ ହୋଇଛି। ଏପରି କାର୍ଯ୍ୟକ୍ରମ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକରେ ଦେଖିବାକୁ ମିଳିଛି।

ବ୍ଲକ ପ୍ରଶାସନ ଅଧୀନରେ ଥିବା ୧୪ଟି ପଞ୍ଚାୟତ ମଧ୍ୟରୁ କୋଟିଆ, ମାଳିପୁଟ, ଦେଓପଟ୍ଟାଙ୍ଗି, ପୁକାଲି, ଚନ୍ଦକା, ପେଟୁରୁ, ରାଲେଗଡା, ଗାଙ୍ଗରାଜପୁର, ନୂଆଗାଁ ଏବଂ ପଟ୍ଟାଙ୍ଗି ଆଦି ୧୦ଟି ପଞ୍ଚାୟତରୁ ଆସିଥିବା ୩୧ଟି ଦରଖାସ୍ତକୁ ବିଚାରକୁ ନେଇ ବ୍ଲକ ନିର୍ବାଚନ ଅଧିକାରୀ ତଥା ବିଡ଼ିଓ ସୁକାନ୍ତ ପଟ୍ଟନାୟକଙ୍କ ନେତୃତ୍ୱରେ ପୋଲିଂ ପର୍ସନାଲ୍‌, ପୋଲିସ ପ୍ରଶାସନ, ଜିପିଓ, ପିଇଓ ଦିବାକର ପୁରୋହିତ, ବିଏସ୍‌ଏସ୍‌ଓ ସୁଧୀର ସାହୁ ଦୁଇ ପ୍ରିଜାଇଡିଂ ଅଫିସର ମହେଶ୍ବର ବେହେରା, ବୈଲ୍ୟଚନ ରଣା ଭୋଟ୍‌ଦାନ କେନ୍ଦ୍ରରେ ପହଞ୍ଚତ୍ ନ ପାରୁଥିବା ଭୋଟର୍‌ଙ୍କ ନିକଟରେ ପହଞ୍ଚି ସେମାନଙ୍କ ମତଦାନ ଗ୍ରହଣ କରିଥିଲେ। ଘରେ ରହି ନିଜ ମତଦାନ ସାବ୍ୟସ୍ତ କରିଥିବାରୁ ସମ୍ପୃକ୍ତ ଭୋଟର୍‌ଙ୍କ ମଧ୍ୟରେ ଉତ୍ସାହ ପରିଲକ୍ଷିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୁଁ ସବୁ ପ୍ରଶ୍ନର ଉତ୍ତର ଦେବି…କାହିଁକି ଏମିତି କହିଲେ ଅମିତ ଶାହା

ନୂଆଦିଲ୍ଲୀ,୧୨।୮: ସଂସଦର ମୌସୁମୀ ଅଧିବେଶନରେ ଚାଲିଥିବା ଅଚଳାବସ୍ଥା ମଧ୍ୟରେ ସମସ୍ତ ପ୍ରଶ୍ନର ଉତ୍ତର ଦେବାକୁ ପ୍ରସ୍ତୁତ ଥିବା କହିଛନ୍ତି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ।…

ପୁଣି ମନ୍ଦିରକୁ ଟାର୍ଗେଟ କଲେ ଲୁଟେରା: ଦକ୍ଷିଣକାଳୀ ମନ୍ଦିରରେ ହୁଣ୍ଡି ଭାଙ୍ଗି ନେଇଗଲେ…

ପୁରୁଷୋତ୍ତମପୁର,୧୨।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ପୁଣି ଲୁଟେରାମାନେ ସକ୍ରିୟ ହୋଇ ମନ୍ଦିରକୁ ଟାର୍ଗେଟ୍‌ କରିଛନ୍ତି। ଗତ ୨୦୨୪ନଭେମ୍ବର ୬ ତାରିଖରେ ପ୍ରଶିଦ୍ଧ ଶକ୍ତିପୀଠ ମା’…

ତିଖିରୀ ସରପଞ୍ଚ ଚାମେଲି ଓଝା ମାମଲା: ଅଦାଲତଙ୍କ ବିନାନୁମତିରେ ପ୍ରକାଶ ହେବନି ଫଳ

କଟକ/ମହାକାଳପଡ଼ା,୧୨ା୮(କାର୍ତ୍ତିକ ସାହୁ/ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତିଖିରୀ ସରପଞ୍ଚ ଚାମେଲି ଓଝାଙ୍କ ମାମଲାର ଶୁଣାଣି ମଙ୍ଗଳବାର ଶେଷ ହୋଇଛି। ହାଇକୋର୍ଟ ବିଚାରପତି…

ମଣିଷଙ୍କ ମୁହଁ ଦେଖି ଆବେଗ ବୁଝିପାରନ୍ତି କୁକୁର

ବର୍ଲିନ,୧୨।୮(ରଏଟର୍ସ): କୁକୁର ମଣିଷର ଅତ୍ୟନ୍ତ ବିଶ୍ୱସ୍ତ ବୋଲି କୁହାଯାଇଥାଏ। ତେବେ ନିକଟରେ ୟୁନିଭର୍ସିଟି ଅଫ୍‌ ଭିଏନାର ଗବେଷକମାନେ କରିଥିବା ଏକ ଗବେଷଣାରୁ ଜଣାପଡ଼ିଛି, କୁକୁରମାନେ ଲୋକଙ୍କ ମୁହଁ…

ଇଲେକ୍ଟ୍ରିକ୍‌ ଗାଡ଼ି ଗ୍ରାହକଙ୍କୁ ବଡ଼ ଝଟ୍‌କା, ଅଧା ହୋଇଗଲା ସବସିଡି, ଏବେ ମିଳିବ ମାତ୍ର…

ନୂଆଦିଲ୍ଲୀ, ୧୨।୮: ଆପଣ ଏକ ଇଲେକ୍ଟ୍ରିକ୍ ସ୍କୁଟର୍ କିମ୍ବା ବାଇକ୍ କିଣିବାକୁ ପ୍ରସ୍ତୁତ ହେଉଛନ୍ତି, ତେବେ ସରକାରଙ୍କ ପିଏମ୍ ଇ-ଡ୍ରାଇଭ୍ (PM E-DRIVE) ଯୋଜନା ସହ ଜଡ଼ିତ…

ଶେଷରେ ନିଖୋଜ ଦାଦନ ଶ୍ରମିକଙ୍କ ମିଳିଲା ପତ୍ତା: କେରଳରେ…

ଥୁଆମୂଳ ରାମପୁର, ୧୨ା୮ (ଦୁର୍ଗା କୀର୍ତ୍ତି):ଶେଷରେ ନିଖୋଜ ଦାଦନ ଶ୍ରମିକ ଘାସିରାମ ମାଝୀ (୩୦)ଙ୍କୁ ନେଇ ସୃଷ୍ଟିହୋଇଥିବା ଆଶଙ୍କା ଦୂରହୋଇଛି। କେରଳରେ ଦିଗହରା ହୋଇ ବୁଲୁଥିବା କଳାହାଣ୍ଡି…

ଭିତରେ ବସିଥିଲେ ୨୨୪ ଯାତ୍ରୀ: ହଠାତ୍‌ ମଝି ଆକାଶରେ ଫେଲ ହେଲା ଇଣ୍ଡିଗୋ ଇଞ୍ଜିନ, ତା’ପରେ…

ନୂଆଦିଲ୍ଲୀ,୧୨।୮: ଏୟାର ଇଣ୍ଡିଆର ଫ୍ଲାଇଟରେ ଟରବୁଲେନ୍ସ ପରେ ଇଣ୍ଡିଗୋର ଫ୍ଲାଇଟ ଇଞ୍ଜିନ ଫେଲ ହେବାର ମାମଲା ସାମ୍ନାକୁ ଆସିଛି। ଉଭୟ ମାମଲାରେ ଫ୍ଲାଇଟ ଦୁର୍ଘଟଣାର ଶିକାର ହେବାରୁ…

ରାସ୍ତାରୋକୋ କଲେ ଚାଷୀ, ଘଟଣାସ୍ଥଳରେ ପୋଲିସ: ଏହି କାରଣକୁ ନେଇ ତାତିଲେ….

ହାଟଡିହୀ/ଛେନାପଦୀ,୧୨l୮(ଶୁଭକାନ୍ତ ନାୟକ/ନିରାକାର ପରିଡା):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଡରମ୍ପାସ କେନାଲରେ ଅବ୍ୟବସ୍ଥା ଯୋଗୁ ବର୍ଷାଜଳ ନିଷ୍କାସନ ହୋଇପାରୁ ନଥିବା କାରଣରୁ ଚାଷୀମାନେ ବୁଧବାର ପ୍ରତିବାଦ ଏବଂ ରାସ୍ତାରୋକୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri