ଖେଳୁ ଖେଳୁ ଷ୍ଟିଲ ଗରାରେ ପଶିଲା ୪ ବର୍ଷ ଶିଶୁର ମୁଣ୍ଡ, କଟର୍‌ରେ କାଟି ଉଦ୍ଧାର କଲେ ଡାକ୍ତର

ବଣାଇଁ,୯।୩(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଲହୁଣୀପଡା ଥାନା ଅନ୍ତର୍ଗତ ଜାଙ୍ଗଳା ଗ୍ରାମରେ ଜଣେ ୪ ବର୍ଷର ଶିଶୁ ପୁତ୍ର ଖେଳୁ ଖେଳୁ ମୁଣ୍ଡରେ ଷ୍ଟିଲ ଗରା ପଶିଯିବା ଭଳି ଏକ ଦୁଃଖଦ ଘଟଣା ଲୋକଲୋଚନକୁ ଆସିଛି। ଶୁକ୍ରବାର ସା ସମୟରେ ଘର ଅଗଣାରେ ଖେଳୁଥିବା ବେଳେ ଏଭଳି ଘଟଣା ଘଟିଥିଲା। ଘର ଲୋକ ଚେଷ୍ଟା କରି ବିଫଳ ହେବା ପରେ ପିଲାଟିକୁ ରାତିରେ ବଣାଇଁ ଉପଖଣ୍ଡ ଚିକିତ୍ସାଳୟକୁ ଆଣି ଥିଲେ l ଦୀର୍ଘ ସମୟ ଧରି ଡାକ୍ତର ଚେଷ୍ଟା କରି ପରିଶେଷରେ ଗରା ଟିକୁ ଶିଶୁ ମୁଣ୍ଡରୁ ବାହାର କରିଥିବା ଜଣାପଡ଼ିଛି।

ସୂଚନାନୁଯାୟୀ, ଜାଙ୍ଗଳା ଗ୍ରାମର ବାବୁଲି ମୁଣ୍ଡା ଓ ସାବିନା ମୁଣ୍ଡାଙ୍କର ୪ବର୍ଷର ଶିଶୁ ପୁତ୍ର ଶୁଭମ ଘରେ ଷ୍ଟିଲ ଗରା ସହିତ ଖେଳୁ ଖେଳୁ ଗରାଟି ମୁଣ୍ଡରେ ପଶି ଯାଇଥିଲା । ଏହାକୁ ମୁଣ୍ଡରୁ ବାହାର କରିବା ପାଇଁ ବହୁ ଚେଷ୍ଟା କରିବା ପରେ ବିଫଳ ହୋଇ ଶେଷରେ ରାଉରକେଲା ନେବା ପାଇଁ ଚିନ୍ତା କରୁଥିଲେ। ହେଲେ କିଛି ଯୁବ ଚିକିତ୍ସକ ଯଥା ଡାକ୍ଟର ପ୍ରଭାତ ରଞ୍ଜନ ସିଂ, ଷ୍ଟାଫ ଆକାଶ ରାୟ, ବିରେନ୍ଦ୍ର ନାଏକ ମୁଣ୍ଡରୁ ଗରାକୁ ବାହାର କରିବା ପାଇଁ କଇଁଚି ଓ କଟର ସାହାଯ୍ୟରେ କାଟି ଶିଶୁକୁ ଉଦ୍ଧାର କରିଥିଲେ। ବର୍ତ୍ତମାନ ଶିଶୁ ଚିକିତ୍ସାଳୟରେ ଥିଲେ ହେଁ ସେ ସୁସ୍ଥ ଥିବା ଡ଼ାକ୍ତର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତରେ ବୁଧବାର ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବିଭିନ୍ନ ନବନିର୍ମିତ ପ୍ରକଳ୍ପର ଉଦଘାଟନ କରିବା...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri