ଚତୁର୍ଥ ପର୍ଯ୍ୟାୟରେ ମତଦାନ ସାବ୍ୟସ୍ତ କରିବେ ୯୯.୬୧ ଲକ୍ଷ ଭୋଟର୍‌,ବୁଥ୍‌କୁ ମୋବାଇଲ ମନା

ଭୁବନେଶ୍ବର,୩୦।୫: ଆସନ୍ତା ଜୁନ୍‌ ୧ ତାରିଖରେ ରାଜ୍ୟରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ୬ଟି ସଂସଦୀୟ କ୍ଷେତ୍ର ସହ ଏହା ଅଧିନସ୍ଥ ୪୨ ବିଧାନସଭା କ୍ଷେତ୍ରରେ ମଧ୍ୟ ନିର୍ବାଚନ ହେବ। ଚତୁର୍ଥ ପର୍ଯ୍ୟାୟରେ ରାଜ୍ୟରେ ସବୁଠାରୁ ଅଧିକ ଭୋଟର ରହିଛନ୍ତି। ଏହି ପର୍ଯ୍ୟାୟରେ ୯୯.୬୧ ଲକ୍ଷ ଭୋଟର୍‌ ମତଦାନ କରିବେ । ସେଥିମଧ୍ୟରେ ୫୦.୮୮ଲକ୍ଷ ପୁରୁଷ ଭୋଟର ଥିବାବେଳେ ମହିଳା ଭୋଟରଙ୍କ ସଂଖ୍ୟା ୪୮.୭୨ ଲକ୍ଷ ଏବଂ ତୃତୀୟ ଲିଙ୍ଗି ଭୋଟରଙ୍କ ସଂଖ୍ୟା ୬୦୮୭ ରହିଥିବା ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ଖବରଦାତା ସମ୍ମିଳନୀରେ ସୂଚନା ପ୍ରଦାନ କରିଛନ୍ତି।

ସେହିଭଳି ରାଜ୍ୟରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ମଇଦାନରେ ୪୬୦ ଜଣ ପ୍ରାର୍ଥୀ ଅଛନ୍ତି। ସେଥିମଧ୍ୟରେ ୩୯୪ ବିଧାନସଭା ପ୍ରାର୍ଥୀ ଏବଂ ୬୬ ଲୋକ ସଭା ପ୍ରାର୍ଥୀ ରହିଛନ୍ତି। ରାଜ୍ୟର ୧୦ ହଜାର ୮୮୨ ଟି ମତଦାନ କେନ୍ଦ୍ରରେ ଭୋଟର୍‌ ମତଦାନ କରିବେ। ୧୪ ବୁଥ୍‌ ମହିଳାଙ୍କ ଦ୍ୱାରା ପରିଚାଳିତ ହେବ। ଏହି ପର୍ଯ୍ୟାୟରେ ୨୦ ପ୍ରତିଶତ ଆଦର୍ଶ ବୁଥ ରହିଛି। ନିର୍ବାଚନ କାର୍ଯ୍ୟରେ ୭୦ ହଜାରରୁ ଅଧିକ ପୋଲିଂ କର୍ମଚାରୀ ନିୟୋଜିତ ହେବେ। ପିଡବ୍ଲୁଡି ପକ୍ଷରୁ ଭୋଟରଙ୍କ ପାଇଁ ନିଃଶୁଳ୍କ ପରିବହନ ବ୍ୟବସ୍ଥା ହୋଇଛି। ପୋଲିଂ ବୁଥ୍‌କୁ ମୋବାଇଲ ଫୋନ ନେବାକୁ ମନା କରାଯାଇଛି ବୋଲି ସେ ସୂଚନା ପ୍ରଦାନ କରିଛନ୍ତି। ତେବେ ଏଜେଣ୍ଟ ଓ ଭୋଟର୍‌ ବୁଥ୍‌କୁ ମୋବାଇଲ ନେଇ ପାରିବେ ନାହିଁ ବୋଲି ମଧ୍ୟ ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାର ନିଜ ଦୋଷ ଲୁଚାଉଛନ୍ତି: ବିରୋଧୀ

ଭୁବନେଶ୍ୱର,୨୭ା୭(ଅନିଲ ଦାସ): ରଥ ଉପରୁ ବଡ଼ ଠାକୁର ଖସିପଡ଼ିବା, ଦଳାଚକଟାରେ ଜଣଙ୍କ ମୃତ୍ୟୁ ହେବା, ଟ୍ରାଫିକ ଅବ୍ୟବସ୍ଥା, ଅଣ ସେବାୟତ ରଥ ଉପରେ ଚଢ଼ିବା ପ୍ରସଙ୍ଗକୁ...

ବିଜେଡି ସରକାରର ବଜେଟଠାରୁ ଏଥର ୧୫% ଅଧିକ: ସମୀର

ଭୁବନେଶ୍ୱର, ୨୭।୭(ସୁନିତ୍‌ ମିଶ୍ର): ନୂତନ ରାଜନୈତିକ ସଂସ୍କୃତିର ପ୍ରତିଷ୍ଠାକରି ଭାଜପା ପ୍ରଥମ ଥର ଓଡ଼ିଶାରେ ସରକାର ଗଠନ କରିଛି। ଭାଜପା ସରକାରର ପ୍ରଥମ ବଜେଟ ଓଡ଼ିଶା...

ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାକୁ ନେଇ ବିରୋଧୀ-ଶାସକ ମୁହାଁମୁହିଁ

ଭୁବନେଶ୍ୱର,୨୭।୭(ଅନିଲ ଦାସ): ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାକୁ ନେଇ ବିଜେଡି -ଭାଜପା ବିଧାନସଭାରେ ମୁହାଁମୁହିଁ ହୋଇଛନ୍ତି। ଯୋଜନାର ନଁା ବଦଳିବାକୁ ନେଇ ବିଜେଡି ବିଧାୟକ...

ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା) – ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ...

ମମତାଙ୍କୁ ଚିଠି ଲେଖିବା ନେଇ ନବୀନଙ୍କୁ ଟାର୍ଗେଟ କଲା ଭାଜପା

ଭୁବନେଶ୍ୱର, ୨୬।୭(ସୁନିତ୍‌ ମିଶ୍ର): ନିଜ ୨୪ ବର୍ଷ ଶାସନରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାର ଓଡ଼ିଶାକୁ କୌଣସି କ୍ଷେତ୍ରରେ ଆତ୍ମନିର୍ଭରଶୀଳ ରାଜ୍ୟ ଭାବେ ଗଢ଼ି...

କୃଷି ବିଭାଗରେ ସରକାରୀ କାର୍ଯ୍ୟ ଓଡ଼ିଆ ଭାଷାରେ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୬।୭(ଶର୍ମିଷ୍ଠା ପାଣିଗ୍ରାହୀ): କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏହାର ନିର୍ଦ୍ଦେଶାଳୟ ଏବଂ ବିଭାଗ ଅଧିନରେ ଥିବା ଅନ୍ୟ ଅଧସ୍ତନ କାର୍ଯ୍ୟାଳୟଗୁଡିକରେ ସମସ୍ତ ସରକାରୀ କାର୍ଯ୍ୟ...

ଅଗ୍ନିବୀର ଯୋଜନା ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୨୬।୭: ଅଗ୍ନିବୀରଙ୍କୁ ପାଇଁ ବଡ଼ ଘୋଷଣା କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝି। ରାଜ୍ୟର ସବୁ ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରାଯିବ ବୋଲି ଘୋଷଣା...

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri