ଦେଶର ଶ୍ରେଷ୍ଠ ୧୦ ସରକାରୀ ସ୍କୁଲ ତାଲିକାରେ ‘ଓଡ଼ିଶା ଆଦର୍ଶ ବିଦ୍ୟାଳୟ’

ଭୁବନେଶ୍ୱର, ୧୨।୧୧ (ବ୍ୟୁରୋ):ଦେଶର ଶ୍ରେଷ୍ଠ ୧୦ ସରକାରୀ ସ୍କୁଲ ତାଲିକାରେ ଓଡ଼ିଶାର ଦୁଇଟି ‘ଓଡ଼ିଶା ଆଦର୍ଶ ବିଦ୍ୟାଳୟ’ ସ୍ଥାନ ପାଇଛି। ଗଞ୍ଜାମ ଜିଲା ପୋଲସରା ବ୍ଲକ ଅନ୍ତର୍ଗତ ହାତିଓଟାସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ୫ମ ସ୍ଥାନରେ ରହିଥିବାବେଳେ ଆବାସିକ ବର୍ଗରେ ବଲାଙ୍ଗୀର ଜିଲା ସଦର ବ୍ଲକ ଅନ୍ତର୍ଗତ ପଥରଚେପା ଓଡ଼ିଶା ଆଦର୍ଶ ବିଦ୍ୟାଳୟକୁ ୫ମ ସ୍ଥାନ ମିଳିଛି। ଏ ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯିବା ସହ କୁହାଯାଇଛି ଯେ, ରାଜ୍ୟର ଛାତ୍ରୀଛାତ୍ରଙ୍କୁ ଗୁଣାତ୍ମକ ଶିକ୍ଷା ସୁନିଶ୍ଚିତ କରିବା କ୍ଷେତ୍ରରେ ଅଗ୍ରଣୀ ଥିବା ‘ଓଡ଼ିଶା ଆଦର୍ଶ ବିଦ୍ୟାଳୟ’ ସର୍ବଭାରତୀୟ ସ୍କୁଲ ର଼୍ୟାଙ୍କିଙ୍ଗ୍‌ ୨୦୨୦ର ଶ୍ରେଷ୍ଠ ବିଦ୍ୟାଳୟଗୁଡ଼ିକ ମଧ୍ୟରେ ସ୍ଥାନ ପାଇଛି। ଅତ୍ୟାଧୁନିକ ଶିକ୍ଷା ଭିତ୍ତିଭୂମି ବିକାଶ ସହ ଶିକ୍ଷାର ମାନ ବୃଦ୍ଧି କରି ଓଡ଼ିଶା ସମଗ୍ର ଦେଶରେ ନୂଆ ଆଦର୍ଶ ସୃଷ୍ଟି କରିଛି ବୋଲି ଉଲ୍ଲେଖ ରହିଛି। ଅନ୍ୟପକ୍ଷରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଏହି ସଫଳତା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଛାତ୍ରୀଛାତ୍ର, ଶିକ୍ଷକ ଓ ଅଧିକାରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଖୁସିର କଥା ଯେ, ଶିକ୍ଷାର ଶକ୍ତି ସହିତ ପ୍ରତ୍ୟେକ ପିଲାଙ୍କୁ ସଶକ୍ତ କରିବା ଆମର ମିଶନ ଜାତୀୟ ସ୍ତରରେ ପୁରସ୍କାର ଆଣିଛି। ସେହିପରି ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ ଏବଂ ଆଦର୍ଶ ବିଦ୍ୟାଳୟର ଉପଦେଷ୍ଟା ତଥା କାର୍ଯ୍ୟକାରୀ ସଭାପତି ଡ. ବିଜୟ କୁମାର ସାହୁ ଏହି ସଫଳତା ପାଇଁ ଶିକ୍ଷକ, ଛାତ୍ରୀଛାତ୍ର ଓ ଅଭିଭାବକଙ୍କୁ ଅଭିନନ୍ଦନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତାକାଲି ଖୋଲିବ ଭିତରକନିକା, ଭ୍ରମଣର ମଜା ନେଇପାରିବେ ପର୍ଯ୍ୟଟକ

କେନ୍ଦ୍ରାପଡ଼ା,୩୧ା୭: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଆସନ୍ତାକାଲି ଅର୍ଥାତ୍‌ ଶନିବାର ଖୋଲିବ କେନ୍ଦ୍ରାପଡ଼ା ଜିଲାର ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ। ପ୍ରକୃତିପ୍ରେମୀ ତଥା ପର୍ଯ୍ୟଟକମାନେ ପୁଣି ଥରେ…

ଟ୍ରେନ୍‌ରେ ଅଧିକ ସାମଗ୍ରୀ ନେବା ହେଲା ସହଜ! କନ୍‌ଫର୍ମ ଟିକେଟ୍‌ରେ ଆରମ୍ଭ ହେଲା ଅନ୍‌ଲାଇନ୍ ଲଗେଜ୍ ବୁକିଂ

ନୂଆଦିଲ୍ଲୀ,୩୧।୭: ଭାରତୀୟ ରେଳ ୩୧ ଜୁଲାଇରୁ କନ୍‌ଫର୍ମ ଟ୍ରେନ୍ ଟିକେଟ୍ ଥିବା ଯାତ୍ରୀଙ୍କ ପାଇଁ ବ୍ୟକ୍ତିଗତ ଜିନିଷପତ୍ର (ପର୍ସନାଲ ଲଗେଜ୍)ର ଅନ୍‌ଲାଇନ୍ ବୁକିଂ ଆରମ୍ଭ କରିବାକୁ ଯାଉଛି।…

ବଡ଼ ଘୋଷଣା କଲେ ଅଭିଜିତ ଦୀପକେ! ରାଜନୀତିକୁ ଆସିବା ନେଇ… ପଡିଗଲା ଚହଳ

ନୂଆଦିଲ୍ଲୀ,୩୧।୭: ‘କକ୍ରୋଚ ଜନତା ପାର୍ଟି’ (CJP) ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଏକ ସାକ୍ଷାତକାରରେ ନିଟ (NEET) ପ୍ରଶ୍ନପତ୍ରଲିକ ସଂଶୋଧନ ବିଲ, ଛାତ୍ର ଆନ୍ଦୋଳନ ଏବଂ ସରକାରଙ୍କ…

‘ଭଞ୍ଜ ସାହିତ୍ୟର ସୃଜନଶୀଳତାକୁ ନେଇ ଚିନ୍ତନର ଆବଶ୍ୟକତା ରହିଛି’

ଭଞ୍ଜନଗର,୩୧ା୭(ବାବୁଲା ପ୍ରଧାନ): ଓଡ଼ିଆ ସାହିତ୍ୟ ଜଗତର ଅମର ସ୍ରଷ୍ଟା କବିସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ସାହିତ୍ୟ ଓ ସୃଜନଶୀଳତାକୁ ନେଇ ଗଭୀର ଆଲୋଚନା ଓ ଚିନ୍ତନର ଆବଶ୍ୟକତା ରହିଛି।…

ଆଉ ୧୨ ଗେଟ୍‌ ଖୋଲିଲା ହୀରାକୁଦ

ସମ୍ବଲପୁର,୩୧।୭ (ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ବୃଦ୍ଧି ସାଙ୍ଗକୁ ଜଳସ୍ତର ମଧ୍ୟ ବଢ଼ିବାରେ ଲାଗିଛି। ଫଳରେ ଶୁକ୍ରବାର ଜଳଭଣ୍ଡାରରୁ ପୁଣିଥରେ ଦୁଇଟି ପର୍ଯ୍ୟାୟରେ…

‘ଆମ ପାଖରେ ଧୋନି ନାହାଁନ୍ତି,’ ଇଂଲଣ୍ଡ ପ୍ରଶିକ୍ଷକ ହେବା ପରେ ଷ୍ଟିଫେନ ଫ୍ଲେମିଂଙ୍କୁ ‘ଚେତାବନୀ’ ମିଳିଛି

ନୂଆଦିଲ୍ଲୀ,୩୧।୭: ଆଇପିଏଲରେ ଚେନ୍ନାଇ ସୁପର କିଙ୍ଗ୍ସ ସହିତ ଦୀର୍ଘ ସମୟ ଧରି କାର୍ଯ୍ୟ କରିଥିବା ଷ୍ଟିଫେନ ଫ୍ଲେମିଂଙ୍କୁ ଏବେ ଇଂଲଣ୍ଡ ଟେଷ୍ଟ ଦଳର ପ୍ରଶିକ୍ଷକ ନିଯୁକ୍ତ କରାଯାଇଛି।…

ବନ୍ୟା ବିପନ୍ନଙ୍କ ପାଇଁ ବଡ଼ ଘୋଷଣା କଲେ ରାଜସ୍ବ ମନ୍ତ୍ରୀ, ମିଳିବ…

ଭୂବନେଶ୍ୱର,୩୧।୭: ବନ୍ୟାସ୍ଥିତିର ସମୀକ୍ଷା ପରେ ରାଜସ୍ବ ମନ୍ତ୍ରୀ ଏକ ବଡ଼ ସୂଚନା ଦେଇଛନ୍ତି। ମହାନଦୀରେ ବନ୍ୟା ଜଳ ବଢୁଥିବା ଗଣମାଧ୍ୟମ ଆଗରେ ମନ୍ତ୍ରୀ ପ୍ରକାଶ କରିଛନ୍ତି। କେବଳ…

ସାଧୁ ବେଶରେ ସଂସଦ ଆସିଲେ ପପ୍ପୁ ଯାଦବ, ଦାନ ଦେଲେ ଏମପି

ପାଟନା,୩୧।୭: ବିହାର ପୁର୍ନିଆର ଏମପି ପପ୍ପୁ ଯାଦବ ଅଯୋଧ୍ୟା ରାମ ମନ୍ଦିର ଚାନ୍ଦା ସଂଗ୍ରହରେ କଥିତ ଅନିୟମିତତା ପ୍ରସଙ୍ଗକୁ ନେଇ ସଂସଦ ପରିସରରେ ପ୍ରତିବାଦ କରିଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri