ଦେଶର ଶ୍ରେଷ୍ଠ ୧୦ ସରକାରୀ ସ୍କୁଲ ତାଲିକାରେ ‘ଓଡ଼ିଶା ଆଦର୍ଶ ବିଦ୍ୟାଳୟ’

ଭୁବନେଶ୍ୱର, ୧୨।୧୧ (ବ୍ୟୁରୋ):ଦେଶର ଶ୍ରେଷ୍ଠ ୧୦ ସରକାରୀ ସ୍କୁଲ ତାଲିକାରେ ଓଡ଼ିଶାର ଦୁଇଟି ‘ଓଡ଼ିଶା ଆଦର୍ଶ ବିଦ୍ୟାଳୟ’ ସ୍ଥାନ ପାଇଛି। ଗଞ୍ଜାମ ଜିଲା ପୋଲସରା ବ୍ଲକ ଅନ୍ତର୍ଗତ ହାତିଓଟାସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ୫ମ ସ୍ଥାନରେ ରହିଥିବାବେଳେ ଆବାସିକ ବର୍ଗରେ ବଲାଙ୍ଗୀର ଜିଲା ସଦର ବ୍ଲକ ଅନ୍ତର୍ଗତ ପଥରଚେପା ଓଡ଼ିଶା ଆଦର୍ଶ ବିଦ୍ୟାଳୟକୁ ୫ମ ସ୍ଥାନ ମିଳିଛି। ଏ ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯିବା ସହ କୁହାଯାଇଛି ଯେ, ରାଜ୍ୟର ଛାତ୍ରୀଛାତ୍ରଙ୍କୁ ଗୁଣାତ୍ମକ ଶିକ୍ଷା ସୁନିଶ୍ଚିତ କରିବା କ୍ଷେତ୍ରରେ ଅଗ୍ରଣୀ ଥିବା ‘ଓଡ଼ିଶା ଆଦର୍ଶ ବିଦ୍ୟାଳୟ’ ସର୍ବଭାରତୀୟ ସ୍କୁଲ ର଼୍ୟାଙ୍କିଙ୍ଗ୍‌ ୨୦୨୦ର ଶ୍ରେଷ୍ଠ ବିଦ୍ୟାଳୟଗୁଡ଼ିକ ମଧ୍ୟରେ ସ୍ଥାନ ପାଇଛି। ଅତ୍ୟାଧୁନିକ ଶିକ୍ଷା ଭିତ୍ତିଭୂମି ବିକାଶ ସହ ଶିକ୍ଷାର ମାନ ବୃଦ୍ଧି କରି ଓଡ଼ିଶା ସମଗ୍ର ଦେଶରେ ନୂଆ ଆଦର୍ଶ ସୃଷ୍ଟି କରିଛି ବୋଲି ଉଲ୍ଲେଖ ରହିଛି। ଅନ୍ୟପକ୍ଷରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଏହି ସଫଳତା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଛାତ୍ରୀଛାତ୍ର, ଶିକ୍ଷକ ଓ ଅଧିକାରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଖୁସିର କଥା ଯେ, ଶିକ୍ଷାର ଶକ୍ତି ସହିତ ପ୍ରତ୍ୟେକ ପିଲାଙ୍କୁ ସଶକ୍ତ କରିବା ଆମର ମିଶନ ଜାତୀୟ ସ୍ତରରେ ପୁରସ୍କାର ଆଣିଛି। ସେହିପରି ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ ଏବଂ ଆଦର୍ଶ ବିଦ୍ୟାଳୟର ଉପଦେଷ୍ଟା ତଥା କାର୍ଯ୍ୟକାରୀ ସଭାପତି ଡ. ବିଜୟ କୁମାର ସାହୁ ଏହି ସଫଳତା ପାଇଁ ଶିକ୍ଷକ, ଛାତ୍ରୀଛାତ୍ର ଓ ଅଭିଭାବକଙ୍କୁ ଅଭିନନ୍ଦନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରୀଡ଼ା ମହୋତ୍ସବକୁ ଉଦ୍‌ଘାଟିତ କଲେ ଆସିକା ଏମ୍‌ପି: ଯୋଗଦେଲେ ୭ ବିଧାନସଭା କ୍ଷେତ୍ରର କ୍ରୀଡ଼ାବିତ୍‌

ହିଞ୍ଜିଳିକାଟୁ,୨୧।୧୨(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ବୃନ୍ଦାବନ ମିନି ଷ୍ଟାଡିୟମ ପରିସରରେ ଜିଲାସ୍ତରୀୟ ସାଂସଦ କ୍ରୀଡା ମହୋତ୍ସବ ରବିବାର ଉଦଘାଟିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଆସିକା...

ପୋଷ୍ଟରରେ ନିଜ ଫଟୋ ନଥିବାରୁ ଗର୍ଜିଲେ ପ୍ରଦୀପ ପୁରୋହିତ, ମନଦୁଃଖ କରନ୍ତୁ ନାହିଁ କହିଲେ ଉପମୁଖ୍ୟମନ୍ତ୍ରୀ

ଝାରସୁଗୁଡା, ୨୧/୧୨(ଆଶିଷ ରଞ୍ଜନ ଦାଶ ): ଝାରସୁଗୁଡା ଜିଲା କୋଲାବିରା ବ୍ଳକ ଠାରେ ରବିବାର ଚାଲିଥିବା କୃଷକ ସମାବେଶରେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ବ୍ୟାନରରେ...

IND vs PAK Final: ହାରିଲା ଭାରତ, ଅଣ୍ଡର ୧୯ ଏସିଆ କପ୍ ଜିତିଲା ପାକିସ୍ତାନ

ନୂଆଦିଲ୍ଲୀ,୨୧।୧୨: ଅଣ୍ଡର ୧୯ ଏସିଆ କପରେ ଚାମ୍ପିଅନ୍ ହୋଇଛି ପାକିସ୍ତାନ । ୨୦୨୫ ଅଣ୍ଡର ୧୯ ଏସିଆ କପର ଫାଇନାଲରେ ପାକିସ୍ତାନ ଭାରତକୁ ୧୯୧ ରନରେ...

ଦୂର ହେବ ଶିକ୍ଷକଙ୍କ ସମସ୍ୟା, ଶିଶୁ ଉତ୍ସବରେ ଯୋଗଦେଇ ପ୍ରତିଶୃତି ଦେଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର, ୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଉପେନ୍ଦ୍ର ଭଞ୍ଜ ଉଚ୍ଚ ବିଦ୍ୟାଳୟରେ ଦୁଇଦିନ ଧରି ଓଷ୍ଠା ପକ୍ଷରୁ ଚାଲିଥିବା ଜିଲ୍ଲା ସ୍ତରୀୟ ଶିଶୁ ଉତ୍ସବ ରବିବାର...

ରାଜରାସ୍ତାକୁ ଓହ୍ଲାଇବ କଂଗ୍ରେସ: ଭକ୍ତ କହିଲେ..

ଭୁବନେଶ୍ୱର,୨୧।୧୨: ପିସିସି ସଭାପତି ଭକ୍ତ ଚରଣ ଦାସ ରବିବାର ଏକ ବଡ଼ ଆହ୍ବାନ ଦେଇଛନ୍ତି। ଆସନ୍ତା ୨୬ ତାରିଖରେ କଂଗ୍ରେସ ପକ୍ଷରୁ ଜନ ଜାଗରଣ ଆନ୍ଦୋଳନ...

ଦାରିଙ୍ଗବାଡ଼ିରେ ଦିନତମାମ ବିଦ୍ୟୁତ୍‌ କାଟ୍‌, ଟୟ ଟ୍ରେନ୍‌, ମ୍ୟୁଜିକାଲ ଫାଉଣ୍ଟେନ୍‌ର ମଜା ନେଇପାରିଲେନି ପର୍ଯ୍ୟଟକ, ଶେଷରେ…

ଦାରିଙ୍ଗବାଡ଼ି,୨୧ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ରବିବାର ଛୁଟିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଭୋର ସମୟରୁ ହିଁ ବିଭିନ୍ନ ଅଞ୍ଚଳରୁ ପର୍ଯ୍ୟଟକଙ୍କ ଆଗମନ...

VB-G RAM G ବିଲକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, MGNREGA ବଦଳରେ ଏଣିକି ଲାଗୁ ହେବ…

ନୂଆଦିଲ୍ଲୀ,୨୧।୧୨: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ବିକାଶିତ ଭାରତ-ନିଯୁକ୍ତି ଏବଂ ଆଜୀବିକା ମିଶନ (ଗ୍ରାମୀଣ) ଗ୍ୟାରେଣ୍ଟି ବିଲ୍ VB-G RAM G ୨୦୨୫ କୁ ଅନୁମୋଦନ...

ଧରିତ୍ରୀର ପ୍ରଭାବ: ବେସାହାରା ଭାଇ ଭଉଣୀଙ୍କୁ ସାହାଯ୍ୟର ହାତ ବଢ଼ାଇଲେ ବିଧାୟକ

ଗଞ୍ଜାମ,୨୧।୧୨(ବିଦ୍ୟାଧର ସାହୁ ): ଧରିତ୍ରୀରେ ଖବର ପ୍ରକାଶ ପରେ ପଡିଲା ପ୍ରଭାବ । ବେସାହାରା ଭାଇଭଉଣୀକୁ ସାହାଯ୍ୟର ହାତ ବଢ଼ାଇଲେ ଛତ୍ରପୁର ବିଧାୟକ । ଗଞ୍ଜାମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri