ଓଡିଶା ଆଦର୍ଶ ବିଦ୍ୟାଳୟରେ ପ୍ରବେଶିକା ପରୀକ୍ଷା ପାଇଁ ଅନଲାଇନ ଆବେଦନ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର,୬ା୧୧: ଓଡିଶା ଆଦର୍ଶ ବିଦ୍ୟାଳୟ ଓ ଓଡିଶା ମାଇନିଂ ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା ପାଇଁ ଅନଲାଇନ ପଞ୍ଜିକରଣ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହା ୨୦ ନଭେମ୍ବର ଶେଷ ହେବ। ରାଜ୍ୟର ୩୧୪ଟି ଓଡିଶା ଆଦର୍ଶ ବିଦ୍ୟାଳୟ ଓ ୫ଟି ଓଡିଶା ମାଇନିଂ ଆଦର୍ଶ ବିଦ୍ୟାଳୟର ପ୍ରବେଶିକା ପରୀକ୍ଷା ଦେବା ପାଇଁ http://oav.edu.in ରେ ନାମ ପଞ୍ଜିକରଣ କରିପାରିବେ।

ଏଥିପାଇଁ ପ୍ରବେଶିକା ପରୀକ୍ଷା ୧୫.୦୧.୨୦୨୪ ସୁଦ୍ଧା କରାଯିବାପାଇଁ ଧାର୍ଯ୍ୟ କରାଯାଇଅଛି। ପଞ୍ଜିକରଣ ନିମନ୍ତେ ଓଡିଶା ଆଦର୍ଶ ବିଦ୍ୟାଳୟ ଓ ଓଡିଶା ମାଇନିଂ ଆଦର୍ଶ ବିଦ୍ୟାଳୟର ସୂଚନା ପୁସ୍ତିକା ସମସ୍ତ ଜିଲ୍ଲା ଓ ବ୍ଲକର ପଦାଧିକାରୀଙ୍କୁ ପ୍ରେରଣ କରାଯାଇଛି।

ଉପରୋକ୍ତ ସମସ୍ତ ବିଦ୍ୟାଳୟରେ ୫୦% ସ୍ଥାନ ଛାତ୍ରୀମାନଙ୍କ ନିମନ୍ତେ ଏବଂ ବ୍ଳକର ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଜନସଂଖ୍ୟାର ପ୍ରତିଶତ ଅନୁସାରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ପ୍ରାର୍ଥୀଙ୍କ ନିମନ୍ତେ ସ୍ଥାନ ସଂରକ୍ଷଣ କରାଯାଇଅଛି। ପଞ୍ଜିକରଣ ନିମନ୍ତେ କୌଣସି ସହଯୋଗ ପାଇଁ ପିତାମାତା/ ଅଭିଭାବକ/ ଛାତ୍ରଛାତ୍ରୀ ନିକଟସ୍ଥ ଆଦର୍ଶ ବିଦ୍ୟାଳୟର ଅଧ୍ୟକ୍ଷଙ୍କ ସହ ଯୋଗାଯୋଗ କରିପାରିବେ।

Image


Enter your email to get our daily news in your inbox.

All Right Reserved By Dharitri.Com

ସାଇନ୍‌ବୋର୍ଡ ପଡ଼ି ଛାତ୍ର ମୃତ୍ୟୁ ଘଟଣାରେ ଉତ୍ତେଜନା

କୋଟପାଡ଼,୧୭ା୧୨(କେ.ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ଧାମନାହାଣ୍ଡି ପଞ୍ଚୟତର ୬୩ ନଂ ଜାତୀୟ ରାଜପଥ ୬୩ ପାର୍ଶ୍ୱ ଗାନ୍ଧୀନଗରର ଆବାସିକ ବିଦ୍ୟାଳୟ ପରିସରରେ ପୁରାତନ ୩...

ହସ୍ପିଟାଲରେ ଭର୍ତ୍ତି ହେଲେ ଯଶସ୍ବୀ ଜୟସ୍ବାଲ, ହଠାତ୍ କଣ ହେଲା ଜାଣନ୍ତୁ

ନୂଆଦିଲ୍ଲୀ,୧୭ା୧୨: ଟିମ୍ ଇଣ୍ଡିଆର ଷ୍ଟାର ବ୍ୟାଟ୍ସମ୍ୟାନ୍ ଯଶସ୍ୱୀ ଜୟସ୍ୱାଲଙ୍କୁ ପୁଣେର ଆଦିତ୍ୟ ବିର୍ଲା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ହରିୟାଣା ବିପକ୍ଷରେ ସୟଦ ମୁସ୍ତାକ ଅଲି ଟ୍ରଫି...

ଇଥିଓପିଆରେ ମୋଦି ମ୍ୟାଜିକ, ପ୍ରଧାନମନ୍ତ୍ରୀ ଆବି ଅହମଦ ଅଲି ବ୍ୟକ୍ତିଗତ ଭାବେ କାର ଚଲାଇ ବିମାନବନ୍ଦରରେ ଛାଡିଲେ

ଆଦିସ ଅବାବା,୧୭।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାରି ଦିନିଆ ତିନୋଟି ଦେଶ ଗସ୍ତରେ ଅଛନ୍ତି। ମଙ୍ଗଳବାର ପ୍ରଧାନମନ୍ତ୍ରୀ ମୋଦି ଇଥିଓପିଆରେ ପହଞ୍ଚିଥିଲେ, ଯେଉଁଠାରେ ଇଥିଓପିଆ ପ୍ରଧାନମନ୍ତ୍ରୀ...

ନବଜାତ ଶିଶୁପତ୍ର, ପ୍ରସୂତିଙ୍କ ମୃତ୍ୟୁର ହେବ ତଦନ୍ତ, ଅଧିକାରୀ କହିଲେ…

କେସିଙ୍ଗା,୧୭ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ପଦାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ ପ୍ରସୂତି...

ଗାଜଲବାଡ଼ି ଘାଟି ସମ୍ପ୍ରସାରଣ ପାଇଁ ରାଜପଥ ଅବରୋଧ, ୧୫ ଦିନରେ ମରାମତି ପାଇଁ ପ୍ରତିଶ୍ରୁତି ପରେ…

ଦାରିଙ୍ଗବାଡ଼ି,୧୭ା୧୨(ଅରୁଣ ସାହୁ): ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟି ସମ୍ପ୍ରସାରଣରେ ବିଳମ୍ବକୁ ନେଇ ତେଜିଛି ଅସନ୍ତୋଷ। ବୁଧବାର ଗଞ୍ଜାମ-କନ୍ଧମାଳ ସୀମାବର୍ତ୍ତୀ...

୪ମାସ ପର୍ଯ୍ୟନ୍ତ ଦେବାକୁ ପଡିବନି ଟୋଲ ଟାକ୍ସ!

ନୂଆଦିଲ୍ଲୀ,୧୭।୧୨: ଦିଲ୍ଲୀ-ଏନସିଆରରେ ପ୍ରଦୂଷଣ ବୃଦ୍ଧି ପାଉଛି। ପ୍ରଦୂଷଣକୁ ଦୃଷ୍ଟିରେ ରଖି, ସୁପ୍ରିମକୋର୍ଟ ଭାରତୀୟ ମହାନଗର ନିଗମ (ଏମସିଡି)କୁ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛନ୍ତି। ସୁପ୍ରିମକୋର୍ଟ କହିଛନ୍ତି...

ମୋକିମ ବହିଷ୍କାର ବିବାଦ, କଥାହେଲେ କେନ୍ଦ୍ରୀୟ ନେତା

ଭୁବନେଶ୍ୱର,୧୭।୧୨:  କଂଗ୍ରେସରୁ ମୋକିମଙ୍କୁ ବହିଷ୍କାର କରିବା ପରେ ରାଜନୈତିକ ବୟାନବାଜି ଆରମ୍ଭ ହୋଇଯାଇଛି । ଅନେକ ନେତା ମୋକିମ ସପକ୍ଷରେ ବାହାରୁଥିବା ଦେଖାଯାଇଛି । ଏହାରି...

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri