ଓଡ଼ିଶା ପୁଞ୍ଜିକୁ ବିଶ୍ୱ ସ୍ତରରେ ପହଞ୍ଚାଇବା ଲକ୍ଷ୍ୟ: ଧର୍ମେନ୍ଦ୍ର

ଭୁବନେଶ୍ୱର,୨୧ା୯(ବ୍ୟୁରୋ): ଟେକ୍ସଟାଇଲ୍‌, ପର୍ଯ୍ୟଟନ ଏବଂ କୃଷି କ୍ଷେତ୍ର ଓଡ଼ିଶାର ମୂଳପୁଞ୍ଜି। ସେହିପରି ରାଜ୍ୟର ସଂସ୍କୃତି ଓ ପରମ୍ପରା ମଧ୍ୟ ଭିନ୍ନ ଏକ ପୁଞ୍ଜି। ତେବେ ଏହିସବୁ ପୁଞ୍ଜିକୁ ବିଶ୍ୱସ୍ତରରେ ପହଞ୍ଚାଇବା ଆମର ଲକ୍ଷ୍ୟ ହେବା ଦରକାର। ରବିବାର ଗ୍ଲୋବାଲ୍‌ ୱେଷ୍ଟର୍ନ ଓଡ଼ିଶା ପକ୍ଷରୁ ଆୟୋଜିତ ଭିଡିଓ କନଫରେନ୍ସ ଜରିଆରେ ନୂଆଁଖାଇ ଭେଟଘାଟ୍‌ କାର୍ଯ୍ୟକ୍ରମରେ ଯୋଗଦେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହା କହିଛନ୍ତି। ସେ କହିଛନ୍ତି ଯେ, ନୂଆଁଖାଇ ଚାଷଭିତ୍ତିକ ଏକ ସାଂସ୍କୃତିକ-ସାମାଜିକ ମହାନ୍‌ ଗଣପର୍ବ। ଚାଷ ଆଧାରିତ ଅର୍ଥନୀତିକୁ ସଦୃଢ଼ କରି ରଖିବାର ମହତ୍‌ ବାର୍ତ୍ତା ନୂଆଁଖାଇ ଦେଇଥାଏ। ଭାରତ ସରକାର ଚାଷର ଉନ୍ନତି, କୃଷକଙ୍କ କଲ୍ୟାଣ ଏବଂ ଚାଷ-ଆଧାରିତ ଅର୍ଥନୀତିର ସୁଦୃଢୀକରଣକୁ ପ୍ରାଧାନ୍ୟ ଦେଇଛନ୍ତି। ମହାମାରୀ ସମୟରେ ସମ୍ବଲପୁରୀ ମାସ୍କର ଚାହିଦା ବୃଦ୍ଧି ପାଉଛି। ଏହାକୁ ଆହୁରି ଜନାଦୃତ କରିବାକୁ ପଡିବ। ସେହିପରି ପ୍ରସିଦ୍ଧ ରଙ୍ଗବତୀ ଗୀତ ଦୀର୍ଘ ଦଶନ୍ଧି ଧରି ଦେଶ ଓ ବିଶ୍ୱରେ ଆଦୃତ ହୋଇପାରିଛି। ବର୍ତ୍ତମାନ କରୋନା ମହାମାରୀ ଦ୍ୱାରା ଓଡିଶା ସମେତ ସାରାଦେଶ ପ୍ରଭାବିତ ହୋଇଛି। ବର୍ତ୍ତମାନ ଡିଜିଟାଲ ସଂଯୋଗ ବୃଦ୍ଧି ପାଇଛି। ଗ୍ରାମାଞ୍ଚଳ ସମେତ ଅଧିକରୁ ଅଧିକ ଲୋକମାନେ ଏଥିରେ ଯୋଡି ହୋଇଛନ୍ତି। ସକାରାତ୍ମକ ଚିନ୍ତାଧାରା ନେଇ ସମସ୍ତଙ୍କୁ ଆଗକୁ ବଢିବା ଦରକାର ବୋଲି ସେ କହିଛନ୍ତି। ଦେଶ, ବିଦେଶରୁ ପଶ୍ଚିମ ଓଡିଶାର ପ୍ରତିନିଧିମାନେ ଯୋଗଦେଇ ଓଡିଶାର ଏହି ଅନନ୍ୟ ଗଣପର୍ବ ନୂଆଁଖାଇ ଉପରେ ଆଲୋଚନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

College Election Suspend: ବାତିଲ ହେଲା କଲେଜ ନିର୍ବାଚନ, ବଡ଼ ନିଷ୍ପତ୍ତି ନେଲେ…

ଭୁବନେଶ୍ୱର,୮।୧୦: ବଡ଼ ଖବର । କଲେଜ ନିର୍ବାଚନ ବାତିଲ । VNରେ ଉତ୍ତେଜନା ପରେ ନିଷ୍ପତ୍ତି । ଯାଜପୁର ବ୍ୟାସନଗରରେ ଥିବା ଭି.ଏନ୍‌. ସ୍ବୟଂଶାସିତ ମହାବିଦ୍ୟାଳୟରେ ଏଥର…

ବିଦେଶ ଯାଉଥିବା ଏୟାର୍ ଇଣ୍ଡିଆ ଯାତ୍ରୀଙ୍କ ପାଇଁ ବଡ଼ ସୁବିଧା, ଏବେ ଫ୍ଲାଇଟ୍ ସହ ମିଳିବ Travel SIM

ନୂଆଦିଲ୍ଲୀ,୮ା୧୦: ବିଦେଶ ଭ୍ରମଣରେ ଯାଉଥିବା ଯାତ୍ରୀଙ୍କ ପାଇଁ ଏୟାର୍ ଇଣ୍ଡିଆ (Air India) ଏକ ନୂଆ ଏବଂ ସୁବିଧାଜନକ ସେବା ଆରମ୍ଭ କରିବାକୁ ଯାଉଛି। ଏବେ ଅନ୍ତର୍ଜାତୀୟ…

The Real Hero: ଯେତେବେଳେ ଦେଶ ପାଇଁ କାର୍ଗିଲ ଯୁଦ୍ଧ ମଇଦାନକୁ ଓହ୍ଲାଇଥିଲେ ନାନା ପାଟେକର, ଦେଖାଇଥିଲେ ଅସଲ ଦେଶପ୍ରେମ

ପ୍ରସିଦ୍ଧ ଅଭିନେତା ନାନା ପାଟେକରଙ୍କ ଅଭିନୟ ଓ ଦେଶପ୍ରେମ ବିଷୟରେ ସମସ୍ତେ ପରିଚିତ। ମାତ୍ର ବହୁତ କମ୍ ଲୋକ ଜାଣନ୍ତି ଯେ ୧୯୯୯ କାର୍ଗିଲ ଯୁଦ୍ଧ ସମୟରେ…

ପତ୍ନୀଙ୍କୁ କଡ଼ା ଜବାବ ଦେଲେ ମହମ୍ମଦ ଶାମି, ନିର୍ବାଚନ ଲଢ଼ିବାକୁ ନେଇ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୮।୧୦: ଭାରତୀୟ କ୍ରିକେଟ୍ ଦଳର ଷ୍ଟାର୍ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କୁ ନେଇ ଉତ୍ତରପ୍ରଦେଶ ରାଜନୀତିରେ ଚର୍ଚ୍ଚା ଜୋର ଧରିଛି। କିଛି ମାସ ପୂର୍ବରୁ ଶାମି ରାଷ୍ଟ୍ରୀୟ…

GST କାଉନସିଲର ଐତିହାସିକ ନିଷ୍ପତ୍ତି: ଛୋଟ ଭୁଲରେ ଗିରଫ ହେବେନି….

ନୂଆଦିଲ୍ଲୀ,୮ା୧୦: ବ୍ୟବସାୟୀ, ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (MSME) ଏବଂ କ୍ଷୁଦ୍ର ବ୍ୟବସାୟୀଙ୍କ ପାଇଁ ବଡ଼ ଆଶ୍ୱସ୍ତି ଆଣିଛି ୫୭ତମ GST କାଉନସିଲ ବୈଠକ ।…

‘କଣ୍ଟ୍ରୋଲ୍ ଉଦୟ’ରୁ ‘ଲେ ମୈ ଭୀ ନାଚା’: ନାନା ପାଟେକରଙ୍କ ବିୟୋଗରେ ଝୁରୁଛି ଇଣ୍ଟରନେଟ୍, ଭାଇରାଲ୍ ହେଉଛି ଆଇକନିକ୍ ମିମ୍‌ସ

ପାଣାଜୀ:ଭାରତୀୟ ସିନେମା ଜଗତର ଜଣେ ବରିଷ୍ଠ ତଥା ପ୍ରସିଦ୍ଧ ଅଭିନେତା ନାନା ପାଟେକରଙ୍କର ୭୫ ବର୍ଷ ବୟସରେ ପରଲୋକ ହୋଇଯାଇଛି। ଗୁରୁବାର ସକାଳେ ଗୋଆସ୍ଥିତ ତାଙ୍କ ବାସଭବନରେ…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ୭୦% ଶସ୍ତା ହେବ ଏହି ଔଷଧ

ନୂଆଦିଲ୍ଲୀ,୮।୧୦: କ୍ୟାନ୍ସର ଚିକିତ୍ସାରେ ଭାରି ଖର୍ଚ୍ଚକୁ ନେଇ ଚିନ୍ତିତ ରୋଗୀ ଓ ସେମାନଙ୍କ ପରିବାର ପାଇଁ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ନେଇଛନ୍ତି । ସମସ୍ତ ନନ୍-ସେଡ୍ୟୁଲ୍…

ଭୋଟ୍‌ ବଞ୍ଚାଅ, ସମ୍ବିଧାନ ବଞ୍ଚାଅ ନାରାରେ କମ୍ପିଲା ଲାଞ୍ଜିଗଡ଼

ଲାଞ୍ଜିଗଡ଼,୮ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକରେ ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ପ୍ରଭାବ ଦେଖିବାକୁ ମିଳିଛି। ବନ୍ଦକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?