୨୦୨୫ ସୁଦ୍ଧା ଓଡ଼ିଶାକୁ ଶିଶୁ ଶ୍ରମମୁକ୍ତ ରାଜ୍ୟ ଲକ୍ଷ୍ୟ

ଭୁବନେଶ୍ୱର, ୧୩ା୬(ବ୍ୟୁରୋ): ଓଡ଼ିଶାକୁ ୨୦୨୫ ସୁଦ୍ଧା ଶିଶୁ ଶ୍ରମ ମୁକ୍ତ ରାଜ୍ୟ ଭାବରେ ଗଢ଼ିତୋଳିବା ପାଇଁ ଲକ୍ଷ୍ୟ ରହିଛି। ଏଥିପାଇଁ ସବୁ କ୍ଷେତ୍ରରେ ଉଦ୍ୟମର ଆବଶ୍ୟକତା ରହିଛି ବୋଲି ରାଜ୍ୟ ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ କହିଛନ୍ତି। ରବିବାର ବିଶ୍ୱ ଶିଶୁ ଶ୍ରମ ନିରୋଧ ଦିବସରେ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ ତରଫରୁ ଶିଶୁ ଶ୍ରମ ଉଚ୍ଛେଦ ସମ୍ପର୍କରେ ଏକ ରାଜ୍ୟସ୍ତରୀୟ କର୍ମଶାଳା ସ୍ଥାନୀୟ ଏକ ହୋଟେଲରେ ଅନୁଷ୍ଠିତ ହୋଇଥିଲା। ଏଥିରେ ମନ୍ତ୍ରୀ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଆଇନର କଡ଼ାକଡ଼ି ପାଳନ ସହ ଜିଲାସ୍ତରରେ ସମସ୍ତ ଅଧିକାରୀ ଶିଶୁ ଶ୍ରମ ନିରାକରଣ ନିମନ୍ତେ ଯତ୍ନବାନ ହେବାକୁ ପରାମର୍ଶ ଦେଇଥିଲେ। ଉତ୍ସବ ଆରମ୍ଭ ପୂର୍ବରୁ ଗତ ୨୯ ତାରିଖରୁ ରାଜ୍ୟ ଓ ଜିଲା ସ୍ତରରେ ହୋଇଥିବା ବିଭିନ୍ନ ସଚେତନତା କାର୍ଯ୍ୟକ୍ରମଗୁଡ଼ିକର ଏକ ଫଟୋ ଗ୍ୟାଲେରିକୁ ମନ୍ତ୍ରୀ ଉଦ୍‌ଘାଟନ କରିଥିଲେ। ଏଥିସହିତ ବିଭିନ୍ନ ସ୍ତରରେ ସଚେତନତା କାର୍ଯ୍ୟକ୍ରମକୁ ବ୍ୟାପକ କରିବା ନିମନ୍ତେ ପୋଷ୍ଟର, ଷ୍ଟିକର ଏବଂ ଶିଶୁ ଶ୍ରମ ନିରାକରଣ ସମ୍ପର୍କିତ ଚଳଚ୍ଚିତ୍ର ମଧ୍ୟ ଉନ୍ମୋଚିତ ହୋଇଥିଲା।
ଶ୍ରମ ବିଭାଗର ପ୍ରମୁଖ ଶାସନ ସଚିବ ଚିତ୍ରା ଅରୁମୁଗମ ମୁଖ୍ୟବକ୍ତା ଭାବେ ଯୋଗଦେଇ ଶିଶୁ ଶ୍ରମିକ ଚିହ୍ନଟ ସହ ସେମାନଙ୍କ ପାଇଁ ଏକ ବିଶେଷ ଶିକ୍ଷା ବ୍ୟବସ୍ଥାର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲେ। କର୍ମଶାଳାରେ କେନ୍ଦୁଝର, ଖୋର୍ଦ୍ଧା, ଢେଙ୍କାନାଳ ଏବଂ ମୟୂରଭଞ୍ଜରୁ ଶିଶୁ ଶ୍ରମିକ କ୍ଷେତ୍ରରୁ ଉଦ୍ଧାର ହୋଇ ସମାଜର ମୁଖ୍ୟସ୍ରୋତକୁ ଫେରି କୃତକାର୍ଯ୍ୟ ହୋଇଥିବା କେତେଜଣ ଛାତ୍ର ଏବଂ ଯୁବକ ମଧ୍ୟ ସାମିଲ ହୋଇଥିଲେ। ଶିକ୍ଷାର ଆବଶ୍ୟକତା ସହ ସରକାରଙ୍କ ତ୍ୱରିତ ପଦକ୍ଷେପ କିପରି ଜୀବନକୁ ନୂତନ ଦିଗ୍‌ଦର୍ଶନ ଦିଏ ସେ ଦିଗରେ କହିିଥିଲେ। କମିଶନର ତିରୁମାଲା ନାଏକ ସ୍ବାଗତ ଭାଷଣ ଦେବା ସହ ଆଇନର ବିଭିନ୍ନ ଦିଗ ଓ ଦଣ୍ଡବିଧାନ ସମ୍ପର୍କରେ ଅବଗତ କରାଇଥିଲେ। ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା ସନ୍ଧ୍ୟାବତୀ ପ୍ରଧାନ, ଓଡ଼ିଶା ୟୁନିସେଫ୍‌ ମୁଖ୍ୟ ମୋନିକା ନେଲଶନ ଅତିଥି ଭାବରେ ଯୋଗଦେଇଥିଲେ। ସମସ୍ତ ଜିଲାର ଶ୍ରମ ଅଧିକାରୀ, ଶିଶୁ ସୁରକ୍ଷା ଅଧିକାରୀ ଏବଂ ୧୬ ଜିଲାର ଶିକ୍ଷାଧିକାରୀ, ବିଦ୍ୟାଳୟ ଏବଂ ଗଣଶିକ୍ଷା ବିଭାଗ ଓ ମହିଳା ଏବଂ ଶିଶୁ ବିକାଶ ବିଭାଗର ବରିଷ୍ଠ କର୍ମକର୍ତ୍ତାମାନେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ

ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର…

ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରିଙ୍କ ପ୍ରତିକ୍ରିୟା, କହିଲେ ନବୀନ କି ନିଷ୍ପତ୍ତି ନେବେ…

ଭୁବନେଶ୍ୱର,୧୮ା୨: ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରି ନାରାୟଣ ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ ବରିଷ୍ଠମାନଙ୍କୁ ଗୁରୁତ୍ୱ ଦେଇ କହିଛନ୍ତି, ଦଳ ପାଇଁ କାମ…

ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…

ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର…

ନାମ୍ବିଆ ବିପକ୍ଷ କର-ମର ମ୍ୟାଚ୍‌ ପୂର୍ବରୁ ପାକିସ୍ତାନ ପାଇଁ ବଢ଼ିଲା ଚିନ୍ତା: ପ୍ଲେଇଂ ଇଲେଭେନରେ ବଡ଼ ପରିବର୍ତ୍ତନ ନେଇ ବିବାର

ନୂଆଦିଲ୍ଲୀ,୧୮।୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପରେ ଭାରତଠାରୁ ହାରିବା ପରେ ପାକିସ୍ତାନ ଟୁର୍ନାମେଣ୍ଟରୁ ବାଦ ପଡ଼ିବା ଆଶଙ୍କାର ସମ୍ମୁଖୀନ ହେଉଛି। ଫେବୃଆରୀ ୧୮ ତାରିଖରେ ନାମ୍ବିଆ ବିପକ୍ଷ…

ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ, ପ୍ରତିଶ୍ରୁତି ଦେଇ କହିଲେ…

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ମୌଳିକ ସୁବିଧା ପହଞ୍ଚୁ ନ ଥିବା ଅଭିଯୋଗ ହୋଇଆସୁଥିଲା। ବିଶେଷକରି କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ…

ରେଳ ଧାରଣାରୁ ମହିଳା ମେଡିକାଲ ଆଟେଣ୍ଡାଣ୍ଟ୍‌ଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ପରିବାର

ବ୍ରହ୍ମପୁର,୧୮/୨(ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଳବାଇ ପୋଲିସ (ଜିଆରପି) ବୁଧବାର ବଢି ଭୋର ଜଣେ ମହିଳାଙ୍କ ମୃତଦେହ ରେଳଧାରଣା କରୁ ଜବତ କରିଛି। ମୃତକଙ୍କ ପରିଚୟ ପ୍ରଥମେ…

ମହାନଦୀକୁ ଡେଇଁଲେ ମହିଳା: ପଥଚାରୀ ଅଟକାଇବାକୁ ଚେଷ୍ଟା କରି…

ସମ୍ବଲପୁର,୧୮।୨(ପ୍ରମୋଦ ବହିଦାର): ମହାନଦୀକୁ ଡେଇଁ ବୁର୍ଲାର ଜଣେ ମହିଳା ଆତ୍ମହତ୍ୟା କରିଥିବା ଖବର ମିଳିଛି। ସେ ବୁର୍ଲା ମହତାବ ନଗରର ଅଞ୍ଜୁ କୁମ୍ଭାର(୨୨) ବୋଲି ପରିଚୟ ମିଳିଛି।…

ସୁପର-୮ରେ ୩ ମ୍ୟାଚ୍‌ ଖେଳିବ ଭାରତ: ଜାଣନ୍ତୁ କେଉଁଠି, କେତେବେଳେ ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୧୮।୨: ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ ତା’ର ଶେଷ ଲିଗ ମ୍ୟାଚ ଖେଳିବ। ଭାରତୀୟ ଦଳ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ଅପରାଜିତ ରହିଛି। ଟିମ ଇଣ୍ଡିଆ ସୁପର ୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri