୨୦୨୫ ସୁଦ୍ଧା ଓଡ଼ିଶାକୁ ଶିଶୁ ଶ୍ରମମୁକ୍ତ ରାଜ୍ୟ ଲକ୍ଷ୍ୟ

ଭୁବନେଶ୍ୱର, ୧୩ା୬(ବ୍ୟୁରୋ): ଓଡ଼ିଶାକୁ ୨୦୨୫ ସୁଦ୍ଧା ଶିଶୁ ଶ୍ରମ ମୁକ୍ତ ରାଜ୍ୟ ଭାବରେ ଗଢ଼ିତୋଳିବା ପାଇଁ ଲକ୍ଷ୍ୟ ରହିଛି। ଏଥିପାଇଁ ସବୁ କ୍ଷେତ୍ରରେ ଉଦ୍ୟମର ଆବଶ୍ୟକତା ରହିଛି ବୋଲି ରାଜ୍ୟ ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ କହିଛନ୍ତି। ରବିବାର ବିଶ୍ୱ ଶିଶୁ ଶ୍ରମ ନିରୋଧ ଦିବସରେ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ ତରଫରୁ ଶିଶୁ ଶ୍ରମ ଉଚ୍ଛେଦ ସମ୍ପର୍କରେ ଏକ ରାଜ୍ୟସ୍ତରୀୟ କର୍ମଶାଳା ସ୍ଥାନୀୟ ଏକ ହୋଟେଲରେ ଅନୁଷ୍ଠିତ ହୋଇଥିଲା। ଏଥିରେ ମନ୍ତ୍ରୀ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଆଇନର କଡ଼ାକଡ଼ି ପାଳନ ସହ ଜିଲାସ୍ତରରେ ସମସ୍ତ ଅଧିକାରୀ ଶିଶୁ ଶ୍ରମ ନିରାକରଣ ନିମନ୍ତେ ଯତ୍ନବାନ ହେବାକୁ ପରାମର୍ଶ ଦେଇଥିଲେ। ଉତ୍ସବ ଆରମ୍ଭ ପୂର୍ବରୁ ଗତ ୨୯ ତାରିଖରୁ ରାଜ୍ୟ ଓ ଜିଲା ସ୍ତରରେ ହୋଇଥିବା ବିଭିନ୍ନ ସଚେତନତା କାର୍ଯ୍ୟକ୍ରମଗୁଡ଼ିକର ଏକ ଫଟୋ ଗ୍ୟାଲେରିକୁ ମନ୍ତ୍ରୀ ଉଦ୍‌ଘାଟନ କରିଥିଲେ। ଏଥିସହିତ ବିଭିନ୍ନ ସ୍ତରରେ ସଚେତନତା କାର୍ଯ୍ୟକ୍ରମକୁ ବ୍ୟାପକ କରିବା ନିମନ୍ତେ ପୋଷ୍ଟର, ଷ୍ଟିକର ଏବଂ ଶିଶୁ ଶ୍ରମ ନିରାକରଣ ସମ୍ପର୍କିତ ଚଳଚ୍ଚିତ୍ର ମଧ୍ୟ ଉନ୍ମୋଚିତ ହୋଇଥିଲା।
ଶ୍ରମ ବିଭାଗର ପ୍ରମୁଖ ଶାସନ ସଚିବ ଚିତ୍ରା ଅରୁମୁଗମ ମୁଖ୍ୟବକ୍ତା ଭାବେ ଯୋଗଦେଇ ଶିଶୁ ଶ୍ରମିକ ଚିହ୍ନଟ ସହ ସେମାନଙ୍କ ପାଇଁ ଏକ ବିଶେଷ ଶିକ୍ଷା ବ୍ୟବସ୍ଥାର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲେ। କର୍ମଶାଳାରେ କେନ୍ଦୁଝର, ଖୋର୍ଦ୍ଧା, ଢେଙ୍କାନାଳ ଏବଂ ମୟୂରଭଞ୍ଜରୁ ଶିଶୁ ଶ୍ରମିକ କ୍ଷେତ୍ରରୁ ଉଦ୍ଧାର ହୋଇ ସମାଜର ମୁଖ୍ୟସ୍ରୋତକୁ ଫେରି କୃତକାର୍ଯ୍ୟ ହୋଇଥିବା କେତେଜଣ ଛାତ୍ର ଏବଂ ଯୁବକ ମଧ୍ୟ ସାମିଲ ହୋଇଥିଲେ। ଶିକ୍ଷାର ଆବଶ୍ୟକତା ସହ ସରକାରଙ୍କ ତ୍ୱରିତ ପଦକ୍ଷେପ କିପରି ଜୀବନକୁ ନୂତନ ଦିଗ୍‌ଦର୍ଶନ ଦିଏ ସେ ଦିଗରେ କହିିଥିଲେ। କମିଶନର ତିରୁମାଲା ନାଏକ ସ୍ବାଗତ ଭାଷଣ ଦେବା ସହ ଆଇନର ବିଭିନ୍ନ ଦିଗ ଓ ଦଣ୍ଡବିଧାନ ସମ୍ପର୍କରେ ଅବଗତ କରାଇଥିଲେ। ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା ସନ୍ଧ୍ୟାବତୀ ପ୍ରଧାନ, ଓଡ଼ିଶା ୟୁନିସେଫ୍‌ ମୁଖ୍ୟ ମୋନିକା ନେଲଶନ ଅତିଥି ଭାବରେ ଯୋଗଦେଇଥିଲେ। ସମସ୍ତ ଜିଲାର ଶ୍ରମ ଅଧିକାରୀ, ଶିଶୁ ସୁରକ୍ଷା ଅଧିକାରୀ ଏବଂ ୧୬ ଜିଲାର ଶିକ୍ଷାଧିକାରୀ, ବିଦ୍ୟାଳୟ ଏବଂ ଗଣଶିକ୍ଷା ବିଭାଗ ଓ ମହିଳା ଏବଂ ଶିଶୁ ବିକାଶ ବିଭାଗର ବରିଷ୍ଠ କର୍ମକର୍ତ୍ତାମାନେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

ରାସେଶ୍ୱରୀ ବିଜେଡି ଛାଡିବା ପରେ ବଡ଼ ବୟାନ ଦେଲେ ରୋହିତ ପୂଜାରୀ, କହିଲେ…

ଭୁବନେଶ୍ୱର,୨୩।୪: ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ ଇସ୍ତଫା ଦେଇଛନ୍ତି । ମଙ୍ଗଳବାର ରାସେଶ୍ୱରୀ ବିଜେଡି ଛାଡିବା ପରେ ପ୍ରତିକ୍ରିୟା ରଖିଛନ୍ତି ସମ୍ବଲପୁର ବିଜେଡି...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

ରାଜଧାନୀରେ ନିଆଁବର୍ଷା, ନିସ୍ତାର ନାହିଁ

ଭୁବନେଶ୍ୱର, ୨୩।୪: ତତଲା କଡେଇରେ ସିଝୁଛି ପୂରା ଓଡ଼ିଶା । ଡହଡହ ଖରାରେ ଆଉଟୁପାଉଟୁ ହେଉଛନ୍ତି ରାଜ୍ୟବାସୀ । ଗତକାଲି ପରି ଆଜି ମଧ୍ୟ ରାଜଧାନୀ...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

୨୦୨୪ରେ ନିର୍ବାଚନ ଲଢ଼ିବିନି: ବର୍ଷାଙ୍କୁ ଟିକେଟ୍‌ ମିଳିବା ପରେ ଏମିତି କହିଲେ ଅମର

ଭୁବନେଶ୍ୱର,୨୩।୪: ୨୦୨୪ ନିର୍ବାଚନ ଲଢ଼ିବେନି କହିଲେ ଅମର ଶତପଥୀ। ବର୍ଷା ପ୍ରିୟଦର୍ଶିନୀଙ୍କୁ ବଡ଼ଚଣା ଟିକେଟ୍‌ ମିଳିବା ପରେ ଅମର ଏଭଳି ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri