Posted inଖେଳ

ଓଡ଼ିଶା ୧୮୦ ରନରେ ଅଲ୍‌ଆଉଟ୍‌

ବରଗଡ,୮।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ କ୍ରୀଷ୍ଣା ବିକାଶ ଗ୍ରାଉଣ୍ଡରେ ରବିବାର ଓଡ଼ିଶା ଓ ସୌରାଷ୍ଟ୍ର ମଧ୍ୟରେ ୨୩ ବର୍ଷରୁ କମ୍‌ ବୟସ ବର୍ଗର ସି. କେ. ନାଇଡୁ ଟ୍ରଫି ଉଦ୍‌ଘାଟିତ ହୋଇଯାଇଛି। ପ୍ରଥମେ ସୌରାଷ୍ଟ୍ର ଦଳର ଅଧିନାୟକ ଜୟ ଗୋହିଲ ଟସ୍‌ ଜିଣି ଓଡ଼ିଶା ଦଳକୁ ବ୍ୟାଟିଂ କରିବାକୁ ଆମନ୍ତ୍ରଣ କରିଥିଲେ। ସୌରାଷ୍ଟ୍ର ଦଳର ଫାଷ୍ଟ ବୋଲରଙ୍କ ଘାତକ ବୋଲିଂ ଯୋଗୁ ଓଡ଼ିଶା ଦଳର ପ୍ରାରମ୍ଭିକ ବ୍ୟାଟିଂ ବିପର୍ଯ୍ୟୟ ହୋଇଥିଲା। ଓଡ଼ିଶା ଦଳ ମଧ୍ୟାହ୍ନଭୋଜନ ବିରତି ସୁଦ୍ଧା ୬ଉଇକେଟ ବିନିମୟରେ ମାତ୍ର ୫୪ ରନ କରିଥିଲା। ତେବେ ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ୍‌ ଓମ୍‌. ଟି. ମୁଣ୍ଡେ ଓ ୮ନମ୍ବର ବ୍ୟାଟ୍ସମ୍ୟାନ ସାୱନ ପାହାରିଆଙ୍କ ମଧ୍ୟରେ ମହତ୍ୱପୂର୍ଣ୍ଣ ପାର୍ଟନରଶିପ୍‌ ଯୋଗୁ ଦଳର ସ୍ଥିତିରେ ସୁଧାର ଆସିଥିଲା। ଉଭୟେ ଅର୍ଦ୍ଧଶତକ ହାସଲ କରିଥିଲେ। ମୁଣ୍ଡେ ୧୯୭ ବଲ ଖେଳି ୫ ଚୌକା ସହ ୫୯ ରନ କରି ଆଉଟ୍‌ ହୋଇଥିଲେ। ପାହାରିଆ ୧୫୦ବଲ ଖେଳି ୧୪ଚୌକା, ୧ ଛକା ସହ ୮୧ ରନ କରି ଅପରାଜିତ ରହିଥିଲେ। ଅନ୍ୟ କୌଣସି ଖେଳାଳି ଦୁଇ ଅଙ୍କରେ ପହଞ୍ଚତ୍ ପାରି ନ ଥିଲେ। ସୌରାଷ୍ଟ୍ର ଦଳ ପକ୍ଷରୁ ଧର୍ମାଦିତ୍ୟ ସିଂ ଗୋହିଲ୍‌ ୪୮ ରନ ଦେଇ ୫ ଉଇକେଟ ନେଇଥିଲେ। ସେହିପରି ନିଲ ପାଣ୍ଡ୍ୟା ୪୦ ରନ ବିନିମୟରେ ୩ ଏବଂ ପବନ ପାର୍ମାର ୩୫ରନ ବିନିମୟରେ ୨ ଉଇକେଟ ନେଇଥିଲେ। ଜବାବରେ ରବିବାର ଖେଳ ଶେଷ ସୁଦ୍ଧା ସୌରାଷ୍ଟ୍ର ଦଳ କୌଣସି ଉଇକେଟ ନ ହରାଇ ୩୮ ରନ କରିଛି। ଏହି ମ୍ୟାଚ୍‌ ପାଇଁ ବିସିସିଆଇ ପକ୍ଷରୁ ବାଲକ୍ରୀଷ୍ଣା ମିସକୁଇନ ମ୍ୟାଚ୍‌ ରେଫରି, ଦୀପକ ଡିଏଲ ଓ ବିକାଶ ଭଟ୍ଟ ଅମ୍ପାୟର ରହିଛନ୍ତି। ସେହିପରି ତାପସ ନାୟକ ସିନିୟର୍‌ ଭିଡିଓ ଆନାଲିଷ୍ଟ ଏବଂ ସାୱନ ପାଢ଼ୀ ଜୁନିୟର ଭିଡିଓ ଆନାଲିଷ୍ଟ ଅଛନ୍ତି। ସି.ଡି. ସୁନୀଲ ଅନ୍‌ଲାଇନ୍‌ ସ୍କୋରର ଏବଂ ବୀରବର ନାୟକ ମାନୁଆଲ ସ୍କୋରର ଅଛନ୍ତି।
ଉଦ୍‌ଘାଟନୀ ଉତ୍ସବରେ କ୍ରୀଷ୍ଣା ବିକାଶ ଗ୍ରୁପ୍‌ର ପରିଚାଳନା ନିର୍ଦ୍ଦେଶକ ଡି. ବିବେକ ଓ ଜିଲା କ୍ରିକେଟ ଆସୋସିଏଶନ ସଭାପତି ହରିହର ପ୍ରଧାନ ଅତିଥି ଭାବେ ଯୋଗଦେଇ ମ୍ୟାଚ୍‌କୁ ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜିଲା କ୍ରିକେଟ ଆସୋସିଏଶନର ପୂର୍ବତନ ସମ୍ପାଦକ ସୁବ୍ରତ ଚାଟାର୍ଜୀ, ଉପସଭାପତି ଶୁଭ୍ରାଂଶୁ ଶେଖର ମହାପାତ୍ର, କୋଷାଧ୍ୟକ୍ଷ ଗୁରୁଦତ୍ତ ଦାଶ, ଯୁଗ୍ମ ସମ୍ପାଦକ ସଚ୍ଚିଦାନନ୍ଦ ପଣ୍ଡା, ଗିରିଜା ପ୍ରସାଦ ନାଥ, ପ୍ରଦୀପ ନନ୍ଦ, ଚନ୍ଦ୍ରଶେଖର ପ୍ରଧାନ, ପ୍ରଦୀପ ସାହୁ, ଅମୀୟ ଭୂଷଣ ସାହୁ, ରଜତ ଦାଶ, କ୍ରୀଷ୍ଣା ବିକାଶ ଗ୍ରୁପ୍‌ର ଡାଇରେକ୍ଟର ଡ. ସମରେନ୍ଦ୍ର ନାଥ ପଣ୍ଡା, ସିନିୟର ସେକେଣ୍ଡାରୀ ସ୍କୁଲ ଅଧ୍ୟକ୍ଷ ଚିତ୍ତରଞ୍ଜନ ପତି, କ୍ରୀଡ଼ା ସଂଯୋଜକ ପୀତାମ୍ବର ପ୍ରଧାନ, କ୍ରିକେଟ କୋଚ୍‌ ଅଶୋକ ସିଂ, ଆସିଷ୍ଟାଣ୍ଟ କୋଚ୍‌ ରୂପକ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ। ଜିଲା କ୍ରିକେଟ ଆସୋସିଏଶନ ସମ୍ପାଦକ ରବି ପଣ୍ଡା ପୌରୋହିତ୍ୟ କରିଥିବା ବେଳେ ବରିଷ୍ଠ ସଦସ୍ୟ ସନ୍ତୋଷ ପଣ୍ଡା କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ ଓ ବରଗଡ଼ ଜିଲା କ୍ରିକେଟ ଆସୋସିଏଶନ ଆୟୋଜନରେ ଏହି ମ୍ୟାଚ ଅନୁଷ୍ଠିତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ପ୍ରଥମ ବ୍ୟାଟର୍‌ ଭାବେ ବଡ଼ କାରନାମା କଲେ ରୋହିତ ଶର୍ମା

ଗୁଆହାଟୀ,୧।୧୦: ‘ହିଟ୍‌ମ୍ୟାନ’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ପୁଣିଥରେ ଛକାର ବର୍ଷା ଦେଖିବାକୁ ମିଳିଛି। ଗୁଆହାଟୀରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ରୋହିତ ଏକ ବିଶେଷ ରେକର୍ଡ ନିଜ…

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?