ଓଡ଼ିଶା ସରକାରଙ୍କ ବଡ ନିଷ୍ପତ୍ତି: ମହିଳାଙ୍କୁ ରାତି ସିଫ୍ଟରେ କାମ କରିବାକୁ ମିଳିଲା କ୍ୟାବିନେଟ୍‌ ମଞ୍ଜୁରି

ଭୁବନେଶ୍ୱର,୨୯।୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ୨୭ତମ ରାଜ୍ୟ କ୍ୟାବିନେଟ୍‌ ବୈଠକରେ ଓଡ଼ିଶା ସରକାର ଫ୍ୟାକ୍ଟ୍ରୀ ଆଇନ, ୧୯୪୮ ଓ ଓଡ଼ିଶା ଦୋକାନ ଓ ବାଣିଜ୍ୟିକ ପ୍ରତିଷ୍ଠାନ ଆଇନ, ୧୯୫୬ରେ ସଂଶୋଧନକୁ ମଞ୍ଜୁରି ଦେଇଛନ୍ତି।

ସଂଶୋଧନ ଅନୁଯାୟୀ, ମହିଳାମାନେ ଏବେ ଲିଖିତ ସମ୍ମତି ଓ ରାଜ୍ୟ ସରକାରଙ୍କ ଦ୍ୱାରା ନିର୍ଦ୍ଧାରିତ ସୁରକ୍ଷା ସର୍ତ୍ତ ସହିତ ସମସ୍ତ ଫ୍ୟାକ୍ଟ୍ରୀ ଓ ପ୍ରତିଷ୍ଠାନରେ ସକାଳ ୬ଟା ପୂର୍ବରୁ ଓ ରାତି ୭ଟା ପରେ ସମସ୍ତ ପ୍ରକାର କାମ କରିପାରିବେ।

ଏହା ସହିତ, ଦୈନିକ କାମ ସମୟ ସୀମା ୧୦ ଘଣ୍ଟାକୁ ବୃଦ୍ଧି କରାଯାଇଛି, ତେବେ ସାପ୍ତାହିକ ସୀମା ୪୮ ଘଣ୍ଟା ରହିଛି। ୨୦ ବା ତତୋଧିକ କର୍ମଚାରୀ ଥିବା ଦୋକାନ ଓ ବାଣିଜ୍ୟିକ ପ୍ରତିଷ୍ଠାନଗୁଡ଼ିକରେ ଦୈନିକ କାମ ସମୟ ୯ରୁ ୧୦ ଘଣ୍ଟାକୁ ବୃଦ୍ଧି ହୋଇଛି।

ଓଭରଟାଇମ୍‌ ସୀମାକୁ ମଧ୍ୟ ବଢ଼ାଯାଇଛି। ଫ୍ୟାକ୍ଟ୍ରୀଗୁଡ଼ିକରେ ତିନି ମାସରେ ଓଭରଟାଇମ୍‌ ୧୧୫ରୁ ୧୪୪ ଘଣ୍ଟାକୁ ଏବଂ ଦୋକାନ ଓ ପ୍ରତିଷ୍ଠାନଗୁଡ଼ିକରେ ୫୦ରୁ ୧୪୪ ଘଣ୍ଟାକୁ ବୃଦ୍ଧି କରାଯାଇଛି।

ମୋଟ ଚାରିଟି ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରି ଦେଇଛି, ଯେଉଁଥିରେ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗରୁ ଦୁଇଟି, କାର୍ଯ୍ୟ ବିଭାଗରୁ ଏକ ଓ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗରୁ ଏକ ପ୍ରସ୍ତାବ ସାମିଲ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଶିକ୍ଷକଙ୍କ ହାତରେ ରହିଛି ଉତ୍ତମ ଶିଶୁ ଗଠନର ଦାୟିତ୍ୱ’

ଭୁବନେଶ୍ୱର,୫ା୯: ବାଲିପୁଟର ଇଂରାଜୀ ମାଧ୍ୟମ ବିଦ୍ୟାଳୟ ସେଣ୍ଟ୍‌ ଜାଭିଅର କିଡ୍ସରେ ନିଆରା ଢଙ୍ଗରେ ପାଳିତ ହୋଇଯାଇଛି ଗୁରୁଦିବସ। ବିଦ୍ୟାଳୟର ପ୍ରାର୍ଥନା ପର୍ବ ପରେ ପୂର୍ବତନ ରାଷ୍ଟ୍ରପତି ତଥା…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri