Posted inଖେଳ

ଭାରତୀୟ ଦଳରେ ଓଡ଼ିଶାର ଅମିତ

ନୂଆଦିଲ୍ଲୀ, ୨୬।୭: ହିରୋ ଏସିଆନ ଚାମ୍ପିୟନ୍ସ ଟ୍ରଫି ଚେନ୍ନାଇର ମେୟର ରାଧାକ୍ରିଷ୍ଣନ ଷ୍ଟାଡିୟମରେ ଅଗଷ୍ଟ ୩ରୁ ୧୨ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହି ସମ୍ମାନଜନକ ପ୍ରତିଯୋଗିତା ପାଇଁ ମଙ୍ଗଳବାର ୧୮ ଜଣିଆ ଭାରତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ଓଡ଼ିଶାରୁ କେବଳ ଅମିତ ରୋହିଦାସ ସ୍ଥାନ ପାଇଛନ୍ତି। ଡ୍ରାଗ୍‌ଫ୍ଲିକର ହରମନପ୍ରୀତ ସିଂ ଅଧିନାୟକ ଏବଂ ମିଡ୍‌ଫିଲ୍ଡର ହାର୍ଦ୍ଦିକ ସିଂ ଉପ-ଅଧିନାୟକ ଭାବେ ଅପରିବର୍ତ୍ତିତ ରହିଛନ୍ତି। ଭାରତ ଏହି ପ୍ରତିଯୋଗିତାରେ କୋରିଆ, ମାଲେସିଆ, ପାକିସ୍ତାନ, ଜାପାନ ଓ ଚାଇନା ସହିତ ଖେଳିବ। ଆସନ୍ତା ହାଙ୍ଗଝୋଉ ଏସିଆନ ଗେମ୍ସପୂର୍ବରୁ ଏହି ଟୁର୍ନାମେଣ୍ଟରେ ଭାରତକୁ ଭଲ ପ୍ରସ୍ତୁତି ମିଳିବ।
ଦୁଇ ଅଭିଜ୍ଞ ଗୋଲକିପର ପି.ଆର. ଶ୍ରୀଜେଶ ଓ କ୍ରିଶନ ବାହାଦୂର ପାଠକଙ୍କୁ ପୁଣି ଗୁରୁଦାୟିତ୍ୱ ଦିଆ ଯାଇଛି। ସେହିପରି ଅମିତ ରୋହିଦାସଙ୍କ ସମେତ ଜରମନପ୍ରୀତ ସିଂ, ସୁମିତ, ଯୁଗରାଜ ସିଂ, ହରମନପ୍ରୀତ ସିଂ ଓ ବରୁଣ କୁମାରଙ୍କ ଉପରେ ରକ୍ଷଣଭାଗ ଦାୟିତ୍ୱ ରହିବ। ପ୍ରୋ ଲିଗ୍‌ର ୟିରୋପିଆଚ ଚରଣରେ ଡିଫେଣ୍ଡରଭାବେ ଖେଳିଥିବା ମନପ୍ରୀତ ସିଂଙ୍କୁ ପୁଣି ମିଡ୍‌ଫିଲ୍ଡରେ ଦେଖିବାକୁ ମିଳିବ। ”ଆମେ ବିଭିନ୍ନ ଦିଗକୁ ଲକ୍ଷ୍ୟରେ ରଖି ଦଳ ଚୟନ କରିଛୁ। ଏହା ଯୁବ ଏବଂ ଅଭିଜ୍ଞ ଖେଳାଳିଙ୍କୁ ନେଇ ବେଶ୍‌ ସନ୍ତୁଳିତ। ସ୍ପାନିଶ ହକି ଫେଡେରେଶନର ୧୦୦ ବର୍ଷ ପୂର୍ତ୍ତୀ ଉପଲକ୍ଷେ ଆୟୋଜିତ ଅନ୍ତର୍ଜାତୀୟ ଟୁର୍ନାମେଣ୍ଟ ପରେ ଭାରତୀୟ ଦଳ ସିଧାସଳଖ ପ୍ରତ୍ୟାବର୍ତ୍ତନ କରି ଘରୋଇ ପରିବେଶରେ ଚାମ୍ପିୟନ୍ସ ଟ୍ରଫି ଖେଳିବ। ଆମ ଖେଳାଳିମାନେ ଭରପୂର ଦର୍ଶକଙ୍କ ଉପସ୍ଥିତିରେ ଘରୋଇ ପରିବେଶରେ ଖେଳିବାପାଇଁ ବ୍ୟଗ୍ର ଅଛନ୍ତି“ ବୋଲି ମୁଖ୍ୟ କୋଚ୍‌ କ୍ରେଗ୍‌ ଫୁଲଟନ ପ୍ରକାଶ କରିଛନ୍ତି।
ଏସିଆନ ଚାମ୍ପିୟନ୍ସ ଟ୍ରଫି ହକି ଷ୍ଟାର ସ୍ପୋଟର୍‌ସ ଓ ଫ୍ୟାନକୋଡ୍‌ରେ ପ୍ରସାରିତ ହେବ। ପ୍ରକାଶିତ କାର୍ଯ୍ୟସୂଚୀ ଅନୁସାରେ ଭାରତ ଅଗଷ୍ଟ ୩ରେ ଚାଇନା ବିପକ୍ଷରେ ମ୍ୟାଚ ଖେଳି ଅଭିଯାନ ଆରମ୍ଭ କରିବ। ଏହାପରେ ୪ରେ ଜାପାନ, ୬ରେ ମାଲେସିଆ, ୭ରେ କୋରିଆ ଓ ୯ରେ ପାକିସ୍ତାନକୁ ଭେଟିବ। ଅଗଷ୍ଟ ୧୧ରେ ୨ଟି ଯାକ ସେମିଫାଇନାଲ ଏବଂ ୫-୬ ସ୍ଥାନପାଇଁ ପ୍ଲେସିଂ ମ୍ୟାଚ ହେବ। ୧୨ ତାରିଖରେ ଫାଇନାଲ ଓ ତୃତୀୟ ସ୍ଥାନପାଇଁ ମ୍ୟାଚ ଅନୁଷ୍ଠିତ ହେବ।
ଭାରତୀୟ ଦଳ
ଗୋଲକିପର୍ସ: ପି.ଆର. ଶ୍ରୀଜେଶ, କ୍ରିଶନ ବାହାଦୂର ପାଠକ।
ଡିଫେଣ୍ଡର୍ସ: ଜରମନପ୍ରୀତ ସିଂ, ସୁମିତ, ଯୁଗରାଜ ସିଂ, ହରମନପ୍ରୀତ ସିଂ (ଅଧିନାୟକ), ବରୁଣ କୁମାର, ଅମିତ ରୋହିଦାସ।
ମିଡ୍‌ଫିଲ୍ଡର୍ସ: ହାର୍ଦ୍ଦିକ ସିଂ (ଉପ-ଅଧିନାୟକ), ବିବେକ ସାଗର ପ୍ରସାଦ, ମନପ୍ରୀତ ସିଂ, ନିଳକାନ୍ତ ଶର୍ମା, ସମଶେର ସିଂ।
ଫରଓ୍ବାଡର୍‌ସ: ଆକାଶଦୀପ ସିଂ, ମନଦୀପ ସିଂ, ଗୁରଜାନ୍ତ ସିଂ, ସୁଖଜିତ ସିଂ, ଏସ. କାର୍ଥୀ।


Enter your email to get our daily news in your inbox.

All Right Reserved By Dharitri.Com

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri