ଭାରତରେ ଜଙ୍ଗଲ ୨୫.୧୭%କୁ ବୃଦ୍ଧି, ପ୍ରଥମ ତିନି ରାଜ୍ୟରେ ଓଡ଼ିଶା

ନୂଆଦିଲ୍ଲୀ,୨୧ା୧୨: ଭାରତରେ ମୋଟ ଜଙ୍ଗଲ ଏବଂ ବୃକ୍ଷଲତା ଥିବା ଜମି ପରିମାଣ ୨୦୨୩ରେ ମୋଟ ଭୌଗୋଳିକ ଅଞ୍ଚଳର ୨୫.୧୭ ପ୍ରତିଶତକୁ ବୃଦ୍ଧି ପାଇଛି। ୨୦୨୧ ପରେ ଜଙ୍ଗଲ ଜମି ପରିମାଣ ୧,୪୪୫ ବର୍ଗ କିଲୋମିଟର ବଢ଼ିଥିବା ସରକାରଙ୍କ ସଦ୍ୟତମ ତଥ୍ୟରୁ ଜଣାପଡ଼ିଛି। ଭାରତର ଜଙ୍ଗଲ ସ୍ଥିତି ରିପୋର୍ଟ (ଆଇଏସ୍‌ଏଫ୍‌ଅର୍‌), ୨୦୨୩ ଶନିବାର ପ୍ରକାଶ ପାଇଛି। ଉକ୍ତ ରିପୋର୍ଟ ଅନୁଯାୟୀ ୨୦୨୩ରେ ଦେଶର ମୋଟ ଜଙ୍ଗଲ ପରିମାଣ ୭,୧୫,୩୪୩ ବର୍ଗ କିଲୋମିଟରକୁ ବୃଦ୍ଧି ପାଇଛି, ଯାହାକି ମୋଟ ଭୌଗୋଳିକ ଅଞ୍ଚଳର ୨୧.୭୬ ପ୍ରତିଶତ। ବୃକ୍ଷଲତା ପରିପୂର୍ଣ୍ଣ ଅଞ୍ଚଳ ୧,୨୮୯ ବର୍ଗ କିଲୋମିଟର ବୃଦ୍ଧି ପାଇଛି, ଯାହା ମୋଟ ଭୌଗୋଳିକ ଅଞ୍ଚଳର ୩.୪୧ ପ୍ରତିଶତ। ଅର୍ଥାତ୍‌ ମୋଟ ଜଙ୍ଗଲ ଏବଂ ଗଛଲତା ପରିପୂର୍ଣ୍ଣ ଅଞ୍ଚଳ ମିଶି ୮,୨୭,୩୫୭ ବର୍ଗ କିଲୋମିଟର ହୋଇଛି, ଯାହାକି ଭାରତର ମୋଟ ଭୌଗୋଳିକ ଅଞ୍ଚଳର ୨୫.୧୭ ପ୍ରତିଶତ।

ଭାରତର ଜଙ୍ଗଲ ସର୍ଭେ (ଏଫ୍‌ଏସ୍‌ଆଇ) ଅନୁଯାୟୀ, ୧୦ ପ୍ରତିଶତରୁ ଅଧିକ ବୃକ୍ଷ ଆଚ୍ଛାଦିତ ଜମି ଏକ ହେକ୍ଟର କିମ୍ବା ଅଧିକ ଥିଲେ, ଏହାକୁ ଜଙ୍ଗଲ ଜମି ଭାବେ ଗ୍ରହଣ କରାଯାଇଥାଏ। ଏଥିରେ ପ୍ରାକୃତିକ ଜଙ୍ଗଲ ଏବଂ ମନୁଷ୍ୟକୃତ ବନୀକରଣ, ସହର ଓ ଗ୍ରାମାଞ୍ଚଳର ଫଳୋଦ୍ୟାନ ଇତ୍ୟାଦି ରହିଛି। ମୋଟ ଜଙ୍ଗଲ ଏବଂ ବୃକ୍ଷଲତା ଆଚ୍ଛାଦିତ ଅଞ୍ଚଳରେ ମଧ୍ୟପ୍ରଦେଶ କ୍ରମାଗତ ଭାବେ ଶୀର୍ଷରେ ରହିଆସିଥିବାବେଳେ ଏହା ପଛକୁ ଅରୁଣାଚଳପ୍ରଦେଶ ଏବଂ ମହାରାଷ୍ଟ୍ର ରହିଛି। ଛତିଶଗଡ଼, ଉତ୍ତରପ୍ରଦେଶ, ଓଡ଼ିଶା ଏବଂ ରାଜସ୍ଥାନରେ ଜଙ୍ଗଲ ଓ ବୃକ୍ଷଲତା ଆବୃତ୍ତ ଅଞ୍ଚଳ ପରିମାଣ ସର୍ବାଧିକ ବୃଦ୍ଧି ପାଇଛି। ସେହିପରି ମିଜୋରାମ, ଗୁଜରାଟ ଏବଂ ଓଡ଼ିଶାରେ ନିର୍ଦ୍ଦିଷ୍ଟ ଭାବେ ଜଙ୍ଗଲ ଅଞ୍ଚଳ ବଢ଼ିଥିବା ସର୍ଭେରୁ ଜଣାପଡ଼ିଛି। ଉତ୍ତରପୂର୍ବାଞ୍ଚଳ ରାଜ୍ୟ ମଧ୍ୟରେ ମିଜୋରାମରେ ଜଙ୍ଗଲ ଅଞ୍ଚଳ ୨୪୨ ବର୍ଗକିଲୋମିଟର ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି କ୍ରିକେଟରଙ୍କ ନାମରେ ଯୌନ ନିର୍ଯାତନା ମାମଲା, ଜାଣନ୍ତୁ…

ଢାକା,୧୧ା୧୨: ବାଂଲାଦେଶର ପେସ ବୋଲିଂ ଅଲରାଉଣ୍ଡର ତୋଫେଲ ଅହମଦ ରେହାନ ବିବାହ ପ୍ରଲୋଭନ ଦେଖାଇ ଜଣେ ମହିଳାଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ଏହି...

ମ୍ୟାଚ ପୂର୍ବରୁ ଗୁରୁଜ୍ଞାନ ଦେଲେ ଯୁବରାଜ, ହାରିଗଲା ଟିମ୍ ଇଣ୍ଡିଆ

ମୁଲାନପୁର,୧୧ା୧୨: ମହାରାଜା ଯାଦବୀନ୍ଦ୍ର ସିଂହ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାଠାରୁ ୫୧ ରନ୍‌ରେ ପରାସ୍ତ...

ଗଡ଼ିଲା ହାଇଡ୍ରୋଜେନ୍‌ ଚାଳିତ ଜାହାଜ

ବାରାଣସୀ,୧୧ା୧୨: ଭାରତରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ପ୍ରଥମ ହାଇଡ୍ରୋଜେନ୍‌ ଇନ୍ଧନ-ସେଲ୍‌ ଜାହାଜର ଚଳାଚଳକୁ କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ...

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

‘ମୁଣ୍ଡରେ କଫନ୍ ବାନ୍ଧି କଂଗ୍ରେସର ସଂସ୍କାର ପାଇଁ ବାହାରିଛି’: ମହମ୍ମଦ ମୋକିମ୍

କଟକ,୧୧ା୧୨: ଓଡ଼ିଶା କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ମହମ୍ମଦ ମୋକିମ୍‌ ଦଳର ସଂସ୍କାର ଆଣିବା ଉଦ୍ଦେଶ୍ୟରେ ବାହାରିଥିବା କହିଛନ୍ତି। ପୂର୍ବରୁ ପିସିସି ସଭାପତି...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri