ମାର୍ଶାଘାଇ,୭ା୧୧(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଓଡ଼ିଶା ଶିକ୍ଷାକ୍ଷେତ୍ରରେ ଆଉ ଏକ ମାଇଲଖୁଣ୍ଟ ଯୋଡ଼ି ହୋଇଛି। କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ ଅନ୍ତର୍ଗତ ଦଶିପୁରଠାରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଆଭାସୀ ମାଧ୍ୟମରେ ମେଗା ମଡେଲ ସ୍କୁଲ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ।
ଦଶିପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଆୟୋଜିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଏମ୍ପିଙ୍କ ପ୍ରତିନିଧି ସରୋଜ କୁମାର ସାହୁ, ମହାକାଳପଡ଼ା ବିଧାୟକଙ୍କ ପ୍ରତିନିଧି ମଣ୍ଡଳ ସଭାପତି ରଶ୍ମିରଞ୍ଜନ ରାଉତରାୟ, ବ୍ଲକ ଶିକ୍ଷା ଅଧିକାରୀ ଶୁଭେନ୍ଦୁ ମହାରାଜ, ଅତିରିକ୍ତ ଶିକ୍ଷା ଅଧିକାରୀ ସୁଶାନ୍ତ ବେହେରା ଯୋଗ ଦେଇଥିଲେ। ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ସୁଦର୍ଶନ ମାଝୀ, ଆଦର୍ଶ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ପ୍ରଧାନଶିକ୍ଷକ ବିକ୍ରମ ସ୍ବାଇଁ, ଦଶିପୁର ପଞ୍ଚାୟତ ସଭାପତି ପ୍ରଭାତ ଚୌଧୁରୀ, ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସଭାପତି ବିଶ୍ୱନାଥ ସାମଲ, ଉପସ୍ଥିତ ଥିଲେ।