ହାତୀ ଘଉଡ଼ାଇବାକୁ ଯାଇଥିଲେ ଗଜସାଥୀ, ଶୁଣ୍ଢରେ କଚାଡ଼ି ଜୀବନ ନେଇଗଲା…

ଛେଣ୍ଡିପଦା,୨୫।୬(ଅଜିତ ଧଳ): ଅନୁଗୋଳ ଜିଲା ଜରପଡ଼ା ବନାଞ୍ଚଳର କତଡା ଡ଼ଙ୍ଗାଧର ସାହିରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି । ହାତୀ ଘଉଡ଼ାଇବାକୁ ଯାଇଥିବା ବେଳେ ହାତୀ ଆକ୍ରମଣରେ ଜଣେ ଗଜସାଥୀଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ କତଡ଼ା ଗାଁର ଯୁଗଳ ନାଏକ। ଏହା ଜଣାପଡ଼ିବା ପରେ ଘଟଣାସ୍ଥଳରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ଜରପଡା ପୋଲିସ ଓ ବନବିଭାଗ ପହଞ୍ଚି ଉତ୍ୟକ୍ତ ଲୋକଙ୍କୁ ବୁଝାଶୁଝା ପାଇଁ ଉଦ୍ୟମ ଚଳାଇଛି ।

ସୂଚନାନୁଯାୟୀ, ବିଳମ୍ବିତ ରାତିରେ ଜରପଡା ବନାଞ୍ଚଳର କତଡ଼ା ଭାଗିରଥିପୁର ଡ଼ଙ୍ଗାଧର ସାହିକୁ ହାତୀପଲ ଗାଁ ନିକଟକୁ ପଶି ଆସିଥିଲେ । ଖବର ପାଇ ହାତୀ ସ୍କ୍ବାର୍ଡ ଓ ଗଜସାଥି ମିଳିତ ଭାବେ ହାତୀ ଘଉଡ଼ାଇବା ପାଇଁ ଡ଼ଙ୍ଗାଧର ସାହିକୁ ଯାଇଥିଲେ । ସେଠାରେ ହାତୀ ଘଉଡ଼ାଇବା ବେଳେ ଏକ ହାତୀ ହାବୁଡ଼ରେ ଗଜସାଥି ଯୁଗଳ ପଡିଯାଇଥିଲେ । ଫଳରେ ସାଥି କର୍ମଚାରୀମାନଙ୍କ ଆଗରେ ହାତୀ ଯୁଗଳକୁ ଶୁଣ୍ଢରେ କଚାଡି ମାରି ଦେଇଥିଲା । ଏନେଇ ଖବର ପାଇ ଘଟଣାସ୍ଥଳର ଯୁଗଳଙ୍କ ପରିବାର ସ୍ଥାନୀୟ ଲୋକେ ପହଁଚିଥିଲେ। ପରେ ଯୁଗଳଙ୍କ ମୃତ୍ୟକୁ ନେଇ କ୍ଷତିପୂରଣ ଦାବି ନେଇ ତୀବ୍ର ଉତ୍ତେଜନା ଦେଖା ଦେଇଥିଲା। ଖବର ଲେଖାଯିବା ପର୍ଯ୍ୟନ୍ତ କୌଣସି ସମାଧାନ ନ ହେବାରୁ ଦୀର୍ଘ ୭ ଘଣ୍ଟାରୁ ଊଦ୍ଧ୍ୱର୍ର୍ ହେବ ଘଟଣା ସ୍ଥଳରେ ମୃତଦେହ ପଡିରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ମିଳୁନି ଗ୍ୟାସ୍‌ ସିଲିଣ୍ଡର, ବିକଳ୍ପ ଚୁଲା କଲେ ହୋଟେଲ ମାଲିକ, ଜାଣିଲେ ହୋଇଯିବ ତାଜୁବ

ବଲାଙ୍ଗୀର,୨୫ା୩(ବୀରେନ୍ଦ୍ର କୁମାର ଝାଙ୍କର): ଆମେରିକା-ଇସ୍ରାଏଲ-ଇରାନ୍‌ ଯୁଦ୍ଧ ପରେ ଭାରତରେ ଦେଖାଦେଇଥିବା ଏଲପିଜି ଗ୍ୟାସ୍‌ ସିଲିଣ୍ଡର ସମସ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଏହାର ପ୍ରଭାବ ବଲାଙ୍ଗୀରରେ ବିଶେଷକରି…

ଠିକଣା ପଚାରିବା ଆଳରେ ଅପହରଣ ଉଦ୍ୟମ: ରାୟଗଡ଼ାରେ ଅଳ୍ପକେ ବର୍ତ୍ତିଲା ୧୨ ବର୍ଷର ପିଲା, ସହରରେ ଚାଞ୍ଚଲ୍ୟ

ରାୟଗଡା, ୨୪।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡା ସହର ଅଞ୍ଚଳରେ ଏକ ଚିନ୍ତାଜନକ ଘଟଣା ସାମ୍ନାକୁ ଆସିଛି। ଆଜି ରାତ୍ର ପ୍ରାୟ ସାଢେ ୮ଟା ସମୟରେ ଜଣେ ୧୨…

ଥୁଆମୂଳ ରାମପୁରରେ ବାଘ ଆତଙ୍କ: ଜନଗହଳିପୂର୍ଣ୍ଣ ସାପ୍ତାହିକ ବଜାର ନିକଟରେ ବୁଲୁଛି ମହାବଳ, ଭୟଭୀତ ଅଞ୍ଚଳବାସୀ…

ଥୁଆମୂଳ ରାମପୁର, ୨୪।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜଲା ଥୁଆମୂଳ ରାମପୁର ବ୍ଲକ ତଳଆମ୍ବ ପଦର ପଞ୍ଚାୟତ ଅଞ୍ଚଳରେ ଏବେ ବାଘ ଆତଙ୍କ ଖେଳିଯାଇଛି। ମୁଖ୍ୟ ରାସ୍ତା…

ଥୁଆମୂଳ ରାମପୁରରେ ମା’ ଗଙ୍ଗାଦୀଙ୍କ ଚୈତ୍ର ଯାତ୍ରା ଆରମ୍ଭ: ଅନ୍ଧାରରେ ମା’ଙ୍କ ପରିକ୍ରମା, ପୂଜା କମିଟିର ଅବ୍ୟବସ୍ଥାକୁ ନେଇ …

ଥୁଆମୂଳ ରାମପୁର, ୨୪।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପାରମ୍ପରିକ ଓ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ମା’ ଗଙ୍ଗାଦୀ ଠାକୁରାଣୀଙ୍କ ପ୍ରସିଦ୍ଧ ୮…

ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ପାଇଁ ଉତ୍ସବମୁଖର ତିଳେଶ୍ୱର ଗାଁ: ପୋଷ୍ୟ ଗ୍ରାମ ଘୋଷଣା କଲା ବ୍ଲକ ପ୍ରଶାସନ

ଦିଗପହଣ୍ଡି, ୨୪।୩ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତର ଐତିହାସିକ ଗ୍ରାମ ତିଳେଶ୍ୱର ଏବେ ଉତ୍ସବମୁଖର। ମଙ୍ଗଳବାରଠାରୁ ଗ୍ରାମଦେବତୀ ମା’ ବୁଢ଼ୀ…

ରେଳମନ୍ତ୍ରୀଙ୍କୁ ଭେଟିଲେ ଏମପି ପ୍ରଦୀପ ପୁରୋହିତ: ପଶ୍ଚିମ ଓଡ଼ିଶାର ରେଳ ସମସ୍ୟାର ସମାଧାନ ପାଇଁ…

ବରଗଡ,୨୪।୩(ପ୍ରେମାନନ୍ଦ ଖମାରୀ) – ପଶ୍ଚିମ ଓଡ଼ିଶାରେ ରେଳ ବିକାଶ ନେଇ ବରଗଡ଼ ଲୋକସଭା ସାଂସଦ(ଏମପି) ପ୍ରଦୀପ ପୁରୋହିତ ମଙ୍ଗଳବାର କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କଠାରେ ଦାବି କରିଛନ୍ତି।…

ପାଣି ଟାଙ୍କିରେ ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା କରି ପ୍ରମାଣ ନଷ୍ଟ କରିବାକୁ ଫିଙ୍ଗି ଦେଇଥିବା ସନ୍ଦେହ, ଖୋଳତାଡ଼ କରୁଛି…

ବଲାଙ୍ଗୀର, ୨୪।୩ (ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ଅନ୍ତର୍ଗତ ଡୁଙ୍ଗିବାହାଲ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ଚେକ୍‌ ଡ୍ୟାମ…

ପୁଣି ଅଶାନ୍ତ ବରଗଡ଼: ଅଟୋ ଚାଳକଙ୍କୁ ସାଇଡ୍‌ ଦେବାକୁ କହିବାରୁ ଭୁଜାଲି ମାଡ଼, ଭୟଭୀତ ସହରବାସୀ…

ବରଗଡ଼, ୨୪।୩ (ପ୍ରେମାନନ୍ଦ ଖମାରୀ): କିଛି ଦିନର ଶାନ୍ତି ପରେ ବରଗଡ଼ ସହର ପୁଣି ଅଶାନ୍ତ ହୋଇପଡ଼ିଛି। ମଙ୍ଗଳବାର ସନ୍ଧ୍ୟାରେ ସ୍ଥାନୀୟ ଟାଉନ ଥାନା ସମ୍ମୁଖ ହାଟପଦା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri