Posted inଖେଳ

ଭାରତୀୟ ଦଳରେ ଓଡ଼ିଶାର ଆଶିଷ

ଭୁବନେଶ୍ୱର, ୧୩।୮(କ୍ରୀଡ଼ା ପ୍ରତିନିଧି): ଇରାନର ତେହେରାନଠାରେ ୧୪ତମ ୧୮ ବର୍ଷରୁ କମ୍‌ ଏସିଆନ ପୁରୁଷ ଭଲିବଲ ଚାମ୍ପିୟନଶିପ୍‌ ଚଳିତ ମାସ ୧୫ରୁ ୨୨ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହି ସମ୍ମାନଜନକ ପ୍ରତିଯୋଗିତା ପାଇଁ ଶୁକ୍ରବାର ଘୋଷିତ ଭାରତୀୟ ଦଳରେ ଓଡ଼ିଶାର ଆଶିଷ କୁମାର ସ୍ବାଇଁ ସ୍ଥାନ ପାଇଛନ୍ତି। ମନୋନୀତ ୧୨ ଖେଳାଳି ଓ ୪ ଅଫିସିଆଲ୍‌ ତେହେରାନ ଯାତ୍ରା କରିଛନ୍ତି। ଭଲିବଲ ଫେଡେରେଶନ ଅଫ୍‌ ଇଣ୍ଡିଆ (ଭିଏଫ୍‌ଆଇ) ପକ୍ଷରୁ ଓଡ଼ିଶା ଭଲିବଲ ଆସୋସିଏଶନକୁ ସମ୍ଭାବ୍ୟ ୨୦ ଖେଳାଳିଙ୍କୁ ନେଇ କୋଚିଂ କ୍ୟାମ୍ପ ଆୟୋଜନ ଦାୟିତ୍ୱ ଦିଆଯାଇଥିଲା। କୋଚିଂ କ୍ୟାମ୍ପ କିଟ୍‌ ବିଶ୍ୱବିଦ୍ୟାଳୟସ୍ଥିତ ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମରେ ମେ’ ୨୦ ତାରିଖରୁ ଆରମ୍ଭ ହୋଇ ଗତ ୧୧ରେ ଶେଷ ହୋଇଥିଲା। ପ୍ରଦର୍ଶନଭିତ୍ତିରେ ଉକ୍ତ ୨୦ ଖେଳାଳିଙ୍କ ମଧ୍ୟରୁ ୧୨ ଜଣଙ୍କୁ ଚୟନ କରାଯାଇଥିଲା। ଏହି ୧୨ ଜଣଙ୍କ ମଧ୍ୟରେ ଓଡ଼ିଶାର ଜଣେ ଖେଳାଳି ଆଶିଷ ସ୍ବାଇଁ (ନୟାଗଡ଼) ଅନ୍ତର୍ଭୁକ୍ତ। କ୍ୟାମ୍ପ ପରିଚାଳନା ପାଇଁ ସମସ୍ତ ପ୍ରକାର ସାହାଯ୍ୟ ସହଯୋଗ ଯୋଗାଇ ଦେବା ସହ ଖେଳାଳି ଓ ଅଫିସିଆଲ୍‌ଙ୍କୁ କିଟ୍‌ ପ୍ରଦାନ କରିଥିବା ଭିଏଫ୍‌ଆଇ ସଭାପତି ତଥା ଏମ୍‌ପି ଅଚ୍ୟୁତ ସାମନ୍ତ ଆଗାମୀ ପ୍ରତିଯୋଗିତା ପାଇଁ ଭାରତୀୟ ଦଳକୁ ଶୁଭେଚ୍ଛା ଜଣାଇଛନ୍ତି।
ଭାରତୀୟ ଦଳ: ଖୁସ୍‌ ସିଂ, ଶେଖର ତରୁନ, ଆଦିତ୍ୟ ରାଣା, ନୟନଭାଇ ଧ୍ରୁଭିଲ ପଟେଲ, ଲାଭି କୁମାର, ଆଶିଷ କୁମାର ସ୍ବାଇଁ, କାର୍ତ୍ତିକ ଶର୍ମା (ଅଧିନାୟକ), କାର୍ତ୍ତିକ ୟମନ (ଲିବେରୋ), ଅତୁଲ ସିଂ, ଅଭିଷେକ, କାବିଲନ ମହେନ୍ଦ୍ରନ, ଆର୍ଯ୍ୟନ ବଲିଆନ। ଅଫିସିଆଲ୍‌: ଜୟକୁମାର ନଦରାଜନ (ମ୍ୟାନେଜର), ବୀର ସିଂ ଯାଦବ (ମୁଖ୍ୟ କୋଚ୍‌), ଶୈଳେଶ ଚୌଧୁରୀ (ସହକାରୀ କୋଚ୍‌), ମହେନ୍ଦ୍ର ସିଂ ସରନ (ରେଫରି)।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ପାକିସ୍ତାନ ପାଇଁ BCCI ସହିବ କ୍ଷତି! ଭାରତରୁ ଛଡ଼ାଇ ନିଆଯାଇପାରେ ବଡ଼ ଟୁର୍ଣ୍ଣାମେଣ୍ଟ

ନୂଆଦିଲ୍ଲୀ,୧୭।୨: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଚିନ୍ତାଜନକ ଖବର। ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ପ୍ରଭାବ ଏବେ କ୍ରିକେଟ୍ ମୈଦାନ ଉପରେ…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri