୫୦ ହଜାର କୋଭିଡ୍‌ ଟିକା ମାଗିଲା ଓଡ଼ିଶା

ଭୁବନେଶ୍ୱର, ୧୨।୪(ବ୍ୟୁରୋ): ରାଜ୍ୟରେ ଏବେ କରୋନା ସଂକ୍ରମଣ ବୃଦ୍ଧି ପାଉଛି। ସ୍ଥିତି ସଂକଟମୟ ନ ଥିଲେ ବି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏହାକୁ ଗୁରୁତ୍ୱର ସହ ନିଆଯାଇ ସତର୍କତା ଅବଲମ୍ବନ କରାଯାଉଛି। ଏହି ପରିପ୍ରେକ୍ଷୀରେ କରୋନା ଟିକା ପାଇଁ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟକୁ ମଙ୍ଗଳବାର ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଚିଠି ଲେଖାଯାଇଛି। ଏନେଇ ପରିବାର କଲ୍ୟାଣ ନିର୍ଦ୍ଦେଶକ ଡା. ବିଜୟ ପାଣିଗ୍ରାହୀ ସୂଚନା ଦେଇ କହିଛନ୍ତି, ରାଜ୍ୟରେ କୋଭିଡ ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ୫୦ ହଜାର ଟିକା ପାଇଁ କେନ୍ଦ୍ରକୁ ଚିଠି ଲେଖାଯାଇଛି। ଗତ ଜାନୁୟାରୀରେ ଯେଉଁ ଟିକା ଆସିଥିଲା, ତାହା ଫେବୃୟାରୀ ୮ରେ ସରିଯାଇଛି। ଓଡ଼ିଶାରେ ୯୮ ପ୍ରତିଶତ ଲୋକ ପ୍ରଥମ ଡୋଜ୍‌ ନେଇସାରିଛନ୍ତି। ସେହିପରି ୯୧ ପ୍ରତିଶତ ଲୋକ ଦ୍ୱିତୀୟ ଡୋଜ୍‌ ନେଇଛନ୍ତି। ତେବେ ମାତ୍ର ୪୧ ପ୍ରତିଶତ ଲୋକ ପ୍ରିକସନ ବା ବୁଷ୍ଟର ଡୋଜ ନେଇଛନ୍ତି। ଏହା ଜାତୀୟ ସ୍ତରରୁ ଅଧିକ ହୋଇଥିଲେ ମଧ୍ୟ ସମସ୍ତେ ବୁଷ୍ଟର ଡୋଜ୍‌ ନେବା ଆବଶ୍ୟକ ବୋଲି ପାଣିଗ୍ରାହୀ କହିଛନ୍ତି। ଅପରପକ୍ଷେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ ହେବ କି ନାହିଁ ସେ ନିଷ୍ପତ୍ତି ସରକାର ନେବେ। ବର୍ତ୍ତମାନ ସଂକ୍ରମଣର ଭୟାବହତା କମ୍‌ ଅଛି। ରୋଗୀ ସେତେ ସିରିୟସ ହେଉନାହାନ୍ତି। ମେଡିକାଲରେ ମଧ୍ୟ କମ୍‌ ସଂଖ୍ୟକ ସଂକ୍ରମିତ ଭର୍ତ୍ତି ହେଉଛନ୍ତି। ଏ ଯାଏ ଆଇସିୟୁର ବ୍ୟବହାର ହୋଇନାହିଁ। ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ରାଜ୍ୟର କୋଭିଡ ସ୍ଥିତି ସମ୍ପର୍କରେ ସଚେତନ ଅଛି ବୋଲି ପରିବାର କଲ୍ୟାଣ ନିର୍ଦ୍ଦେଶକ ପ୍ରକାଶ କରିଛନ୍ତି।
ସେହିପରି ରାଜ୍ୟରେ କୋଭିଡ ସ୍ଥିତି ନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ନିରଞ୍ଜନ ମିଶ୍ର କହିଛନ୍ତି, ସୋମବାର ରାଜ୍ୟରେ ୧୪୧ ଜଣ ପଜିଟିଭ ଚିହ୍ନଟ ହୋଇଥିଲେ। ଏବେ ସକ୍ରିୟ ରୋଗୀ ସଂଖ୍ୟା ୭୩୧ରେ ପହଞ୍ଚତ୍ଛି। ସେମାନଙ୍କ ମଧ୍ୟରୁ ୧୮ ଜଣ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ଓଡ଼ିଶାରେ ଏବେ ଲକ୍ଷଣଯୁକ୍ତ ରୋଗୀଙ୍କ ସଂଖ୍ୟା କମ୍‌ ରହିଛି। ବର୍ତ୍ତମାନ ୧୬ଟି ଜିଲାରୁ କୋଭିଡ୍‌ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଲହର ଆସିଲେ ସଂଖ୍ୟା ବଢ଼ିବ ଏବଂ ଏହା କେତେଦିନ ରହିବ ତାହା ଆକଳନ କରି ହେବନାହିଁ। ଯେଉଁ ରାଜ୍ୟରେ କୋଭିଡ୍‌ ସଂଖ୍ୟା ବଢୁଥିଲା, ଏବେ ସେଠାରେ କମିଲାଣି। ଦେଶରେ ଟେଷ୍ଟ ପଜିଟିଭିଟି ହାର ୬.୯ ଥିବାବେଳେ ଆମ ରାଜ୍ୟରେ ମାତ୍ର ୨.୮ ରହିଛି। ଦେଶରେ ପ୍ରତି ନିୟୁତ ଲୋକଙ୍କ ମଧ୍ୟରୁ ୬୯ ଜଣଙ୍କର କୋଭିଡ ଟେଷ୍ଟ ହେଉଥିବାବେଳେ ରାଜ୍ୟରେ ଏହି ସଂଖ୍ୟା ୧୦୯ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବେଚ୍ଛାଚାରୀ ଶାସକ ଭାବେ ପରିଚିତ ହିଟଲର୍‌ଙ୍କୁ ବି ହୋଇଥିଲା ପ୍ରେମ: ଜାଣନ୍ତୁ ତାଙ୍କ ରୋଚକ ପ୍ରେମକାହାଣୀ

ସତରେ ! ପ୍ରେମ କାହାକୁ ବି ହୋଇପାରେ, ସେଇଥିପାଇଁ ବୋଧେ ସମଗ୍ର ବିଶ୍ୱରେ କ୍ରୁର ଓ ସ୍ବେଚ୍ଛାଚାରୀ ଶାସକଭାବେ ପରିଚିତ ହିଟଲର୍‌ ବି ଏଥିରୁ ବାଦ୍‌ ଯାଇ…

ପୁଣି ଖସିଲା ପାରଦ, ଶିମିଳିପାଳରେ ତାପମାତ୍ରା ୧ ଡିଗ୍ରୀ ରେକର୍ଡ

ବାରିପଦା,୮।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରେ ପାରଦ ନିମ୍ନଗାମୀ ହୋଇଛି । ଉପରବାରହାକାମୁଡାରେ ତାପାମାତ୍ରା ୧ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ନେଇ…

ତାଙ୍କ ହସ ମିଠା, କଥା ମିଠା, ନାଁ ମିଠି: ହେଲେ ଟିକେ ଟିକେ କଥାରେ ଚିଡିଯାନ୍ତି…

ତାଙ୍କ ହସ ମିଠା, କଥା ମିଠା। ମିଠା ମିଠା ଥିଲା ତାଙ୍କ ଅଭିନୟ ଓ ନୃତ୍ୟର ଯାଦୁ। ସେଇଥିପାଇଁ ତ ଓଡ଼ିଶାର ଦର୍ଶକଙ୍କ ହୃଦୟରେ ସେ ଏବେ…

ଇମ୍ରାନ ଖାନ-ବୁଶରା ବିବିଙ୍କୁ ୧୭ ବର୍ଷ ଜେଲଦଣ୍ଡ, ଲାଗିଛି କୋଟି କୋଟି ଟଙ୍କାର ଜରିମାନା

ଇସଲାମାବାଦ,୮।୨: ତୋଶାଖାନା-୨ ଦୁର୍ନୀତି ମାମଲାରେ ପୂର୍ବତନ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଏବଂ ତାଙ୍କ ପତ୍ନୀ ବୁଶରା ବିବିଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇ ୧୭ ବର୍ଷ ଜେଲଦଣ୍ଡ…

ଏମାନେ ଧନୀ ନୁହନ୍ତି, କୋଟି କୋଟି ଟଙ୍କା ଖର୍ଚ୍ଚ ବି କରିନାହାନ୍ତି: ତଥାପି ବିବାହ ଭାଇରାଲ

ପ୍ରେମ ଦୁଇଟି ମନର ମିଳନ। ଏହା ପବିତ୍ର, ଏହା ଶାଶ୍ୱତ। ପ୍ରେମ ମାନେ ନୁହେଁ ଜଣକୁ ପାଇ ଖୁସି ହୋଇଯିବା, ବରଂ ପ୍ରେମ ହେଉଛି ତାହା ଯାହାକୁ…

ଉପ ମୁଖ୍ୟମନ୍ତ୍ରୀସ୍‌ଙ୍କ ଗସ୍ତକୁ ନେଇ ପ୍ରସ୍ତୁତି ଜୋରଦାର 

କେସିଙ୍ଗା,୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକକୁ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା  ସୋମବାର  ଗସ୍ତରେ ଆସିବେ। ଏ ନେଇ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଜୋରଦାର…

ଭାରତ ସହ T20 World Cupରେ ଖେଳିବାକୁ ରାଜି ହେଲା ପାକିସ୍ତାନ! କେମିତି ୨୪ ଘଣ୍ଟାରେ ବଦଳିଲା ମନୋଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୮।୨: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ହେବାକୁ ଥିବା T20 ବିଶ୍ୱକପ ମ୍ୟାଚ ବର୍ଜନ କରିବା ପାଇଁ ଆଲୋଚନା ଆରମ୍ଭ କରିବାକୁ…

ରିଜର୍ଭ ବ୍ୟାଙ୍କରେ ବମ୍ପର ନିଯୁକ୍ତି ସୁଯୋଗ, ଏହି ଦିନ ରହିଛି ଆବେଦନର ଶେଷ ତାରିଖ

ନୂଆଦିଲ୍ଲୀ,୮|୨: ଭାରତୀୟ ରିଜର୍ଭ ବ୍ୟାଙ୍କ ଆଇନ ଅଧିକାରୀ, ପରିଚାଳକ ଏବଂ ସହାୟକ ପରିଚାଳକ ସମେତ ଅନେକ ପଦବୀ ପାଇଁ ନିଯୁକ୍ତି ଘୋଷଣା କରିଛି। ଆଗ୍ରହୀ ଶିକ୍ଷାର୍ଥୀମାନେ ଫେବୃଆରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri